ମୋଦିଙ୍କ ସହ ଫଟୋ ଶେୟାର କରି ହୃଦୟର କଥା କହିଦେଲେ ମେଲୋନି: ପ୍ରଧାନମନ୍ତ୍ରୀ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୧୯।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି G7 ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିବା ପାଇଁ କାନାଡାର କାନାନାସ୍କିସ ପହଞ୍ଚିଛନ୍ତି। ଏହି ସମ୍ମିଳନୀରେ ସେ ଇଟାଲୀର ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି ସମେତ ଅନେକ ଦେଶର ପ୍ରମୁଖ ନେତାଙ୍କୁ ଭେଟିଛନ୍ତି। ମେଲୋନି ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ଏକ ଫଟୋ ମଧ୍ୟ ସୋସିଆଲ ମିଡିଆରେ ଶେୟାର କରିଛନ୍ତି, ଯାହା ଉପରେ ପ୍ରଧାନମନ୍ତ୍ରୀ ମୋଦି ପ୍ରତିକ୍ରିୟା ଦେଇଛନ୍ତି।

ମେଲୋନି ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ତାଙ୍କ ସାକ୍ଷାତର ଏକ ଫଟୋ ସୋସିଆଲ ମିଡିଆରେ ଶେୟାର କରି ଲେଖିଛନ୍ତି, ଇଟାଲୀ ଏବଂ ଭାରତ ମଧ୍ୟରେ ଏକ ଦୃଢ଼ ବନ୍ଧୁତା ରହିଛି। ଏହାର ଜବାବରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ମୁଁ ଆପଣଙ୍କ ସହିତ ସମ୍ପୂର୍ଣ୍ଣ ସହମତ। ଭାରତ ଏବଂ ଇଟାଲୀ ମଧ୍ୟରେ ବନ୍ଧୁତା ଆହୁରି ମଜଭୁତ ହେବ ଏବଂ ଏହା ଆମ ଲୋକଙ୍କ ହିତରେ ହେବ।

ସମ୍ମିଳନୀରୁ ସମୟ ବାହାର କରି ପ୍ରଧାନମନ୍ତ୍ରୀ ମୋଦି ଦକ୍ଷିଣ କୋରିଆ, ମେକ୍ସିକୋ, ଦକ୍ଷିଣ ଆଫ୍ରିକା ଏବଂ ଅଷ୍ଟ୍ରେଲିଆର ନେତାମାନଙ୍କୁ ମଧ୍ୟ ଭେଟିଥିଲେ। ସେ ପ୍ରଥମ ଥର ପାଇଁ ମେକ୍ସିକୋ ରାଷ୍ଟ୍ରପତି କ୍ଲାଉଡିଆ ସେନବାଉମ ପାର୍ଡୋଙ୍କୁ ମଧ୍ୟ ଭେଟିଥିଲେ। ଉଭୟ ନେତା ଗ୍ଲୋବାଲ ସାଉଥର ପ୍ରାଥମିକତା ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ବିଶ୍ୱ ଏବଂ ଆଞ୍ଚଳିକ ପ୍ରସଙ୍ଗ ଉପରେ ସେମାନଙ୍କର ମତାମତ ବାଣ୍ଟିଥିଲେ।

ପ୍ରଧାନମନ୍ତ୍ରୀ ମୋଦି ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଣ୍ଟୋନି ଆଲବାନିଜଙ୍କୁ ମଧ୍ୟ ଭେଟିଥିଲେ। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ ରେ ଏହି ବୈଠକ ବିଷୟରେ ସୂଚନା ଶେୟାର କରି ସେ ଲେଖିଛନ୍ତି, ‘G7 ଶିଖର ସମ୍ମିଳନୀ ସମୟରେ ମୋର ବନ୍ଧୁ ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଆଲବାନିଜଙ୍କୁ ଭେଟି ଭଲ ଲାଗିଲା।’ ଏହା ବ୍ୟତୀତ ମୋଦି ଦକ୍ଷିଣ ଆଫ୍ରିକାର ରାଷ୍ଟ୍ରପତି ସିରିଲ ରାମାଫୋସାଙ୍କ ସହ ମଧ୍ୟ କଥା ହୋଇଥିଲେ ଏବଂ ଏକ୍ସରେ ତାଙ୍କର ଏକ ଫଟୋ ମଧ୍ୟ ଶେୟାର କରିଥିଲେ। ସେ ଲେଖିଛନ୍ତି, ସେ ରାମାଫୋସାଙ୍କ ସହ କଥା ହୋଇ ଖୁସି। ସମ୍ମିଳନୀରେ ଯୋଗ ଦେବା ପୂର୍ବରୁ, ପ୍ରଧାନମନ୍ତ୍ରୀ ମୋଦି କହିଥିଲେ ଯେ ସେ ବିଶ୍ୱ ନେତାମାନଙ୍କୁ ଭେଟି ଅନେକ ପ୍ରସଙ୍ଗ ଉପରେ ଆଲୋଚନା କରିବେ ଏବଂ ବିଶେଷକରି ଗ୍ଲୋବାଲ ସାଉଥ (ଦକ୍ଷିଣ ଦେଶ)ର ଚିନ୍ତା ଏବଂ ଆବଶ୍ୟକତାକୁ ପ୍ରମୁଖ ଭାବରେ ଉଠାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri