Posted inଜାତୀୟ

‘ଆପ୍‌କା ସଙ୍କଳ୍ପ, ମେରା ସଙ୍କଳ୍ପ’… ନିର୍ବାଚନ ପୂର୍ବରୁ କର୍ନାଟକବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା

ନୂଆଦିଲ୍ଲୀ,୯।୫: ବୁଧବାର ଅର୍ଥାତ୍‌ ୧୦ ମେ’ରେ କର୍ନାଟକରେ ମତଦାନ ଅନୁଷ୍ଠିତ ହେବାକୁ ଯାଉଛି। ତେବେ ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କର୍ନାଟକବାସୀଙ୍କ ପାଇଁ ଏକ ଭିଡିଓ ବାର୍ତ୍ତା ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଏହି ଭିଡିଓ ଭାଜପାର ଟୁଇଟର ହ୍ୟାଣ୍ଡେଲରେ ଅପଲୋଡ ହୋଇଛି। ଏହି ଭିଡିଓ ବାର୍ତ୍ତାରେ ପ୍ରଧାନମନ୍ତ୍ରୀ କହିଛନ୍ତି, ମୋତେ କର୍ନାଟକ ବାସୀଙ୍କଠାରୁ ବହୁତ ଭଲ ପାଇବାଳ ମିଳିଛି, ଯାହା ମୋ ପାଇଁ ଭଗବାନଙ୍କ ଆଶୀର୍ବାଦ ସଦୃଶ। ଭାରତର ଲୋକମାନେ ଭାରତକୁ ଏକ ବିକଶିତ ଦେଶ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ବିକଶିତ ଭାରତର ସଂକଳ୍ପକୁ ଆଗେଇ ନେବା ପାଇଁ କର୍ନାଟକ ଶକ୍ତିରେ ପରିପୂର୍ଣ୍ଣ। ବର୍ତ୍ତମାନ ଭାରତ ହେଉଛି ବିଶ୍ୱର ପଞ୍ଚମ ବୃହତ୍ତମ ଅର୍ଥନୀତି। ବର୍ତ୍ତମାନ ଆମର ସଂକଳ୍ପ ହେଉଛି ଦେଶକୁ ଶ୍ରେଷ୍ଠ ତିନୋଟି ଅର୍ଥନୀତିରେ ଅନ୍ତର୍ଭୁକ୍ତ କରିବା ଏବଂ କର୍ନାଟକର ଅର୍ଥନୀତି ଦ୍ରୁତ ଗତିରେ ବୃଦ୍ଧି ପାଇବା ପରେ ଏହା ସମ୍ଭବ ହେବ।

ପ୍ରଧାନମନ୍ତ୍ରୀ କହିଛନ୍ତି, କର୍ନାଟକକୁ ଏକ ଟ୍ରିଲିୟନ ଅର୍ଥନୀତି କରିବା ପାଇଁ ଏକ ଡବଲ ଇଞ୍ଜିନ ସରକାର ଆବଶ୍ୟକ। ପ୍ରଧାନମନ୍ତ୍ରୀ ମୋଦି ଏହା ମଧ୍ୟ କହିଛନ୍ତି, ‘ତୁମର ସ୍ବପ୍ନ, ମୋର ସ୍ବପ୍ନ, ଯାହାକୁ ମିଶିକି ପୂରଣ କରିବା। ଭାଜପା ସରକାର ସମ୍ପୂର୍ଣ୍ଣ ସଚ୍ଚୋଟତାର ସହ କାର୍ଯ୍ୟ କରିବେ। ବର୍ତ୍ତମାନ କର୍ନାଟକର ଲୋକମାନେ ଡବଲ ଇଞ୍ଜିନ ସରକାରଙ୍କ ସାଢେ ତିନି ବର୍ଷର କାର୍ଯ୍ୟ ଦେଖିଛନ୍ତି। କର୍ନାଟକର ଅର୍ଥନୀତି ବିସ୍ତାରରେ ଭାଜପା ସରକାରଙ୍କ ଧ୍ୟାନ ଏବଂ ଭବିଷ୍ୟତ ନୀତି ଏକ ବିଶେଷ ଭୂମିକା ଗ୍ରହଣ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବରରେ ପହଞ୍ଚିଲେ ମୁଖ୍ୟ ନିର୍ବାଚନ କମିଶନର, ପୁରୀରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି କୋଣାର୍କ ଯିବେ

ଭୁବନେଶ୍ବର,୨୭/୧୨: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ରହିଥିବା ବେଳେ ସେ ଭୁବନେଶ୍ବରରେ ଆସି ପହଞ୍ଚିଛନ୍ତି । ଆଜି ପୁରୀରେ...

କ୍ରିକେଟ୍‌ ଖେଳୁଥିଲେ ଚଳଚ୍ଚିତ୍ର ନିର୍ଦ୍ଦେଶକ, ହଠାତ୍‌ ଟଳିପଡ଼ିଲେ: ଆଉ ତା’ପରେ…

ଟିଟିଲାଗଡ଼,୨୮ା୧୨(ଶରତ ମିଶ୍ର):ଟିଟିଲାଗଡ଼ ଖେଳପଡିଆରେ ଶୁକ୍ରବାର କ୍ରିକେଟ୍‌ ଖେଳୁଥିବା ଜଣେ ଚଳଚ୍ଚିତ୍ର ନିର୍ଦ୍ଦେଶକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ଅଧୀନ ହାଇସ୍କୁଲପଡା...

ବ୍ରେକ ଫେଲ୍ ହୋଇ ଟ୍ରକ ଦୁର୍ଘଟଣା, ୧୬ ନଂ ଜାତୀୟ ରାଜପଥରେ ଗାଡି ଚଳାଚଳ ବାଧାପ୍ରାପ୍ତ

ଭଦ୍ରକ, ୨୭/୧୨(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଧାମରା ବ୍ରିଜ ତଳେ ରାସ୍ତାରେ ଟ୍ରକ ଦୁର୍ଘଟଣା ହୋଇଛି । ଫଳରେ ଏକ ଦୁର୍ଘଟଣା ଗ୍ରସ୍ତ ଟ୍ରକ...

ଦୋକାନରେ ଶୋଇଥବା ବେଳେ ଲାଗିଗଲା ନିଆଁ, ଦୋକାନୀ ଜୀବନ୍ତଦଗ୍ଧ

ପାଟକୁରା ୨୭/୧୨(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡା ଜିଲା ଗରଦପୁର ବ୍ଳକ ଅଧୀନ କଳାବୁଦା ବାରୁଣୀ ବଜାରରେ ଶନିବାର ଏକ ଦୁଃଖଦ ଘଟଣା ଘିଟିଛି ।...

ଭାଷଣ ଦେଉଥିଲେ ଭାଜପା ଏମ୍‌ପି. ଆକ୍ରମଣ କଲା ମହୁମାଛି: ଆଉ ତା’ପରେ…

ଲକ୍ଷ୍ନୌ,୨୭।୧୨: ଉତ୍ତର ପ୍ରଦେଶର ଦେଓରିଆର ରବିନ୍ଦ୍ର କିଶୋର ଶାହି ଷ୍ଟାଡିୟମରେ ସଂସଦୀୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହେଉଥିଲା। କ୍ରୀଡା ମହୋତ୍ସବର ଶେଷ ପର୍ଯ୍ୟାୟ ଶେଷ ହୋଇଥିଲା।...

ପୋଲକୁ ଧକ୍କା ଦେଇ ଓଲଟିଲା ଟୁରିଷ୍ଟ ଗାଡ଼ି, ୭ଜଣ ଆହତ

ସମ୍ବଲପୁର: ରେଢ଼ାଖୋଲ ରାସ୍ତାରେ ସଡ଼କ ଦୁର୍ଘଟଣା । ଭୁବନେଶ୍ୱରରୁ ସମ୍ବଲପୁର ଯିବା ବେଳେ ଦୁର୍ଘଟଣା ଘଟିଥିବା ସୂଚନା ରହିଛି । ପୋଲକୁ ଧକ୍କା ଦେଇ ଓଲଟିପଡିଲା...

୫୨୦ ନମ୍ବର ଜାତୀୟ ରାଜପଥରେ ଦୁଇ ଟ୍ରକ ମୁହାଁମୁହିଁ ଧକ୍କା , ୨ ଡ୍ରାଇଭରଙ୍କ ମୃତ୍ୟୁ

ବଣାଇଁ, ୨୭|୧୨(ପ୍ରଦୀପ ତ୍ରିପାଠୀ )-: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ...

ବାଂଲାଦେଶରେ କଳାକାରଙ୍କ ଉପରେ ଆକ୍ରମଣ, ପଥର ଫିଙ୍ଗିବା ପରେ ଗାୟକଙ୍କ…

ନୂଆଦିଲ୍ଲୀ,୨୭ା୧୨: ବାଂଲାଦେଶରେ କଳାକାର ଏବଂ ସାଂସ୍କୃତିକ ଅନୁଷ୍ଠାନ ଉପରେ ଆକ୍ରମଣର ଧାରାବାହିକ ଅହରହ ଜାରି ରହିଛି । ସଦ୍ୟତମ ଘଟଣାଟି ଢାକାରୁ ପ୍ରାୟ ୧୨୦ କିଲୋମିଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri