Posted inଜାତୀୟ

‘ଆପ୍‌କା ସଙ୍କଳ୍ପ, ମେରା ସଙ୍କଳ୍ପ’… ନିର୍ବାଚନ ପୂର୍ବରୁ କର୍ନାଟକବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା

ନୂଆଦିଲ୍ଲୀ,୯।୫: ବୁଧବାର ଅର୍ଥାତ୍‌ ୧୦ ମେ’ରେ କର୍ନାଟକରେ ମତଦାନ ଅନୁଷ୍ଠିତ ହେବାକୁ ଯାଉଛି। ତେବେ ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କର୍ନାଟକବାସୀଙ୍କ ପାଇଁ ଏକ ଭିଡିଓ ବାର୍ତ୍ତା ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଏହି ଭିଡିଓ ଭାଜପାର ଟୁଇଟର ହ୍ୟାଣ୍ଡେଲରେ ଅପଲୋଡ ହୋଇଛି। ଏହି ଭିଡିଓ ବାର୍ତ୍ତାରେ ପ୍ରଧାନମନ୍ତ୍ରୀ କହିଛନ୍ତି, ମୋତେ କର୍ନାଟକ ବାସୀଙ୍କଠାରୁ ବହୁତ ଭଲ ପାଇବାଳ ମିଳିଛି, ଯାହା ମୋ ପାଇଁ ଭଗବାନଙ୍କ ଆଶୀର୍ବାଦ ସଦୃଶ। ଭାରତର ଲୋକମାନେ ଭାରତକୁ ଏକ ବିକଶିତ ଦେଶ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ବିକଶିତ ଭାରତର ସଂକଳ୍ପକୁ ଆଗେଇ ନେବା ପାଇଁ କର୍ନାଟକ ଶକ୍ତିରେ ପରିପୂର୍ଣ୍ଣ। ବର୍ତ୍ତମାନ ଭାରତ ହେଉଛି ବିଶ୍ୱର ପଞ୍ଚମ ବୃହତ୍ତମ ଅର୍ଥନୀତି। ବର୍ତ୍ତମାନ ଆମର ସଂକଳ୍ପ ହେଉଛି ଦେଶକୁ ଶ୍ରେଷ୍ଠ ତିନୋଟି ଅର୍ଥନୀତିରେ ଅନ୍ତର୍ଭୁକ୍ତ କରିବା ଏବଂ କର୍ନାଟକର ଅର୍ଥନୀତି ଦ୍ରୁତ ଗତିରେ ବୃଦ୍ଧି ପାଇବା ପରେ ଏହା ସମ୍ଭବ ହେବ।

ପ୍ରଧାନମନ୍ତ୍ରୀ କହିଛନ୍ତି, କର୍ନାଟକକୁ ଏକ ଟ୍ରିଲିୟନ ଅର୍ଥନୀତି କରିବା ପାଇଁ ଏକ ଡବଲ ଇଞ୍ଜିନ ସରକାର ଆବଶ୍ୟକ। ପ୍ରଧାନମନ୍ତ୍ରୀ ମୋଦି ଏହା ମଧ୍ୟ କହିଛନ୍ତି, ‘ତୁମର ସ୍ବପ୍ନ, ମୋର ସ୍ବପ୍ନ, ଯାହାକୁ ମିଶିକି ପୂରଣ କରିବା। ଭାଜପା ସରକାର ସମ୍ପୂର୍ଣ୍ଣ ସଚ୍ଚୋଟତାର ସହ କାର୍ଯ୍ୟ କରିବେ। ବର୍ତ୍ତମାନ କର୍ନାଟକର ଲୋକମାନେ ଡବଲ ଇଞ୍ଜିନ ସରକାରଙ୍କ ସାଢେ ତିନି ବର୍ଷର କାର୍ଯ୍ୟ ଦେଖିଛନ୍ତି। କର୍ନାଟକର ଅର୍ଥନୀତି ବିସ୍ତାରରେ ଭାଜପା ସରକାରଙ୍କ ଧ୍ୟାନ ଏବଂ ଭବିଷ୍ୟତ ନୀତି ଏକ ବିଶେଷ ଭୂମିକା ଗ୍ରହଣ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?