Posted inଜାତୀୟ

ମୁଖ୍ୟମନ୍ତ୍ରୀରୁ ପରିଚୟ, ପ୍ରଧାନମନ୍ତ୍ରୀ ପରେ ଗଭୀର ହେଲା ବନ୍ଧୁତ୍ୱ

ନୂଆଦିଲ୍ଲୀ,୮।୭: ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ଶୁକ୍ରବାର ପରଲୋକ ଘଟିଛି। ତାଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମ୍ରିୟମାଣ ହୋଇ ଟୁଇଟ କରିିଛନ୍ତି। ସେ କହିଛନ୍ତି, ସିଞ୍ଜୋ ଆବେ ମୋର ଜଣେ ପ୍ରିୟ ବନ୍ଧୁ ଥିଲେ ତାଙ୍କ ଦେହାନ୍ତ ମୋତେ ଆଶ୍ଚର୍ଯ୍ୟ କରିଛି। ଏଥିସହ ମୋଦି ଦୁଃଖ ପ୍ରକାଶ କରି ବିଶ୍ୱ ଜଣେ ମହାନ ନେତାଙ୍କୁ ହରାଇଲା ବୋଲି କହିଛନ୍ତି। ଏପରିକି ଆବେ ନିଜ ଜୀବନକୁ ଜାପାନ ଏବଂ ବିଶ୍ୱବାସୀଙ୍କ ଉନ୍ନତି ପାଇଁ ଉତ୍ସର୍ଗୀକୃତ କରିଥିଲେ ବୋଲି ମୋଦି ଟୁଇଟରେ ଉଲ୍ଲେଖ କରିଛନ୍ତି।

ପ୍ରଧାନମନ୍ତ୍ରୀ ଆହୁରି କହିଛନ୍ତି, ଆବେଙ୍କ ବିଶ୍ୱ ଅର୍ଥନୀତି ଉପରେ ପ୍ରଗାଢ଼ ଜ୍ଞାନ ଓ ତାଙ୍କର ତୀକ୍ଷଣ ଦୂରଦୃଷ୍ଟି ରହିଥିଲା। ଜାପାନ ଗସ୍ତ ଅବସରରେ ସିଞ୍ଜୋ ଆବେଙ୍କୁ ଅନେକ ଥର ଭେଟିବାର ସୁଯୋଗ ପାଇଛି। ସେ ସବୁବେଳେ ମଜାଳିଆ କଥା କହୁଥିଲେ। ମୁଁ ଜାଣି ନଥିଲି ଯେ, ଏହା ଆମର ଶେଷ ସାକ୍ଷାତକାର ହେବ। ତାଙ୍କ ପରିବାର ଏବଂ ଜାପାନବାସୀଙ୍କୁ ହୃଦୟରୁ ସମବେଦନା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ଏଥିସହ ମୋଦି କହିଛନ୍ତି, ଆବେଙ୍କ ସହ ମୋର ସହଭାଗିତା ବହୁ ବର୍ଷ ପୁରୁଣା। ଗୁଜରାଟର ମୁଖ୍ୟମନ୍ତ୍ରୀ ଥିବା ବେଳେ ଆବେଙ୍କ ସହ ପରିଚୟ ହୋଇଥିଲା। ତେବେ ସମୟକ୍ରମେ ପ୍ରଧାନମନ୍ତ୍ରୀ ହେବା ପରେ ଏହି ସମ୍ପର୍କ ବନ୍ଧୁତ୍ୱର ନିବିଡ଼ ରୂପ ନେଇଥିଲା। ଆଜି ସମଗ୍ର ଭାରତ ତାଙ୍କ ବିୟୋଗରେ ଶୋକ ପ୍ରକାଶ କରୁଥିବା ବେଳେ ଏହି କଷ୍ଟ ସମୟରେ ଭାରତ ଜାପାନବାସୀଙ୍କ ସହ ଛିଡ଼ା ହୋଇଛି ବୋଲି ମୋଦି କହିଛନ୍ତି।

 

 


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

ପାଇଲଟ ସ୍ମିତ୍‌ ମଚ୍ଛର ଆକ୍ରମଣର ତଦନ୍ତ କରିବ ଏନ୍‌ଆଇଏ

ନୂଆଦିଲ୍ଲୀ, ୧୦ା୧୦ : ସେପ୍ଟେମ୍ବର ୩୦ରେ ଫ୍ଲାଇଦୁବାଇ ବିମାନର କକ୍‌ପିଟ ଭିତରେ ଭାରତୀୟ ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛରଙ୍କୁ ହୋଇଥିବା ଆକ୍ରମଣର ତଦନ୍ତ ପାଇଁ ଜାତୀୟ ତଦନ୍ତକାରୀ…

ମୁମ୍ବାଇରେ ବଲିଉଡ ଅଭିନେତା ଇମ୍ରାନ ଖାନ୍‌ ଅଟକ

ମୁମ୍ବାଇ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ମୁମ୍ବାଇରେ ଆନ୍ଦୋଳନ ବେଳେ ଶନିବାର ବଲିଉଡ ଅଭିନେତା ଇମ୍ରାନ ଖାନ୍‌ଙ୍କୁ ପୋଲିସ ଅଟକ ରଖିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?