Posted inଜାତୀୟ

ଉତ୍ତର-ପୂର୍ବ ରାଜ୍ୟକୁ ଏଟିଏମ ନୁହେଁ, ‘ଅଷ୍ଟଲକ୍ଷ୍ମୀ’ ଭାବେ କରୁଛୁ ବିବେଚନା: ମୋଦି

ଦିମାପୁର,୨୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାଗାଲାଣ୍ଡ ଏବଂ ମେଘାଳୟର ନିର୍ବାଚନୀ ରାଜ୍ୟ ଗସ୍ତରେ ଅଛନ୍ତି। ପ୍ରଧାନମନ୍ତ୍ରୀ ପ୍ରଥମେ ନାଗାଲାଣ୍ଡର ଦିମାପୁରରେ ପହଞ୍ଚି ସେଠାରେ ରାଲିକୁ ସମ୍ବୋଧିତ କରିଛନ୍ତି। ମୋଦି କହିଛନ୍ତି, ରିମୋଟ କଣ୍ଟ୍ରୋଲ ଜରିଆରେ କଂଗ୍ରେସ ନାଗାଲାଣ୍ଡ ସରକାର ଚଳାଉଥିଲା। ଦିଲ୍ଲୀରୁ ଦିମାପୁର ପର୍ଯ୍ୟନ୍ତ ସେମାନେ ପାରିବାରିକତାକୁ ପ୍ରାଧାନ୍ୟ ଦେଇଥିଲେ, କିନ୍ତୁ ଆମ ସରକାର ସମଗ୍ର ଉତ୍ତର-ପୂର୍ବ ପାଇଁ ଦିଲ୍ଲୀ ସରକାରଙ୍କ ଚିନ୍ତାଧାରାକୁ ବଦଳାଇ ଦେଇଛନ୍ତି। କଂଗ୍ରେସ ଉତ୍ତର-ପୂର୍ବକୁ ଏଟିଏମ ଭାବରେ ବିବେଚନା କରିଥିଲା। ସରକାରଙ୍କ ଟଙ୍କା ଜନସାଧାରଣଙ୍କ ନିକଟରେ ପହଞ୍ଚୁ ନ ଥିଲା, ବରଂ ଦୁର୍ନୀତିଗ୍ରସ୍ତ ଦଳର ନେତାଙ୍କ ନିକଟରେ ପହଞ୍ଚୁଥିଲା। କିନ୍ତୁ ଆମେ ଉତ୍ତର-ପୂର୍ବର ଆଠଟି ରାଜ୍ୟକୁ କଂଗ୍ରେସ ଭଳି ଏଟିଏମ ଭାବରେ ନୁହେଁ, ବରଂ ‘ଅଷ୍ଟଲକ୍ଷ୍ମୀ’ ବୋଲି ବିବେଚନା କରୁଛୁ।
ନାଗାଲାଣ୍ଡ ପରେ ପ୍ରଧାନମନ୍ତ୍ରୀ ମଧ୍ୟ ମେଘାଳୟ ଗସ୍ତ କରିବେ, ଯେଉଁଠାରେ ଶୀଲୋଙ୍ଗରେ ଏକ ରୋଡ ସୋ ଆୟୋଜିତ ହେବ। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସମ୍ପର୍କରେ ଉଭୟ ରାଜ୍ୟରେ ପର୍ଯ୍ୟାପ୍ତ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଫେବୃଆରୀ ୨୭ ବିଧାନସଭା ନିର୍ବାଚନ ପାଇଁ ଭାଜପା ପ୍ରାର୍ଥୀଙ୍କ ସମର୍ଥନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିଲୋଙ୍ଗରେ ଏକ ରୋଡ ଶୋ’ରେ ଅଂଶଗ୍ରହଣ କରିବେ ବୋଲି ଦଳର ଜଣେ ବରିଷ୍ଠ ନେତା କହିଛନ୍ତି। ସେ ପଶ୍ଚିମ ମେଘାଳୟର ତୁରା ଠାରେ ଏକ ନିର୍ବାଚନ ରାଲିରେ ମଧ୍ୟ ସମ୍ବୋଧିତ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri