Posted inଜାତୀୟ

ଉତ୍ତର-ପୂର୍ବ ରାଜ୍ୟକୁ ଏଟିଏମ ନୁହେଁ, ‘ଅଷ୍ଟଲକ୍ଷ୍ମୀ’ ଭାବେ କରୁଛୁ ବିବେଚନା: ମୋଦି

ଦିମାପୁର,୨୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାଗାଲାଣ୍ଡ ଏବଂ ମେଘାଳୟର ନିର୍ବାଚନୀ ରାଜ୍ୟ ଗସ୍ତରେ ଅଛନ୍ତି। ପ୍ରଧାନମନ୍ତ୍ରୀ ପ୍ରଥମେ ନାଗାଲାଣ୍ଡର ଦିମାପୁରରେ ପହଞ୍ଚି ସେଠାରେ ରାଲିକୁ ସମ୍ବୋଧିତ କରିଛନ୍ତି। ମୋଦି କହିଛନ୍ତି, ରିମୋଟ କଣ୍ଟ୍ରୋଲ ଜରିଆରେ କଂଗ୍ରେସ ନାଗାଲାଣ୍ଡ ସରକାର ଚଳାଉଥିଲା। ଦିଲ୍ଲୀରୁ ଦିମାପୁର ପର୍ଯ୍ୟନ୍ତ ସେମାନେ ପାରିବାରିକତାକୁ ପ୍ରାଧାନ୍ୟ ଦେଇଥିଲେ, କିନ୍ତୁ ଆମ ସରକାର ସମଗ୍ର ଉତ୍ତର-ପୂର୍ବ ପାଇଁ ଦିଲ୍ଲୀ ସରକାରଙ୍କ ଚିନ୍ତାଧାରାକୁ ବଦଳାଇ ଦେଇଛନ୍ତି। କଂଗ୍ରେସ ଉତ୍ତର-ପୂର୍ବକୁ ଏଟିଏମ ଭାବରେ ବିବେଚନା କରିଥିଲା। ସରକାରଙ୍କ ଟଙ୍କା ଜନସାଧାରଣଙ୍କ ନିକଟରେ ପହଞ୍ଚୁ ନ ଥିଲା, ବରଂ ଦୁର୍ନୀତିଗ୍ରସ୍ତ ଦଳର ନେତାଙ୍କ ନିକଟରେ ପହଞ୍ଚୁଥିଲା। କିନ୍ତୁ ଆମେ ଉତ୍ତର-ପୂର୍ବର ଆଠଟି ରାଜ୍ୟକୁ କଂଗ୍ରେସ ଭଳି ଏଟିଏମ ଭାବରେ ନୁହେଁ, ବରଂ ‘ଅଷ୍ଟଲକ୍ଷ୍ମୀ’ ବୋଲି ବିବେଚନା କରୁଛୁ।
ନାଗାଲାଣ୍ଡ ପରେ ପ୍ରଧାନମନ୍ତ୍ରୀ ମଧ୍ୟ ମେଘାଳୟ ଗସ୍ତ କରିବେ, ଯେଉଁଠାରେ ଶୀଲୋଙ୍ଗରେ ଏକ ରୋଡ ସୋ ଆୟୋଜିତ ହେବ। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସମ୍ପର୍କରେ ଉଭୟ ରାଜ୍ୟରେ ପର୍ଯ୍ୟାପ୍ତ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଫେବୃଆରୀ ୨୭ ବିଧାନସଭା ନିର୍ବାଚନ ପାଇଁ ଭାଜପା ପ୍ରାର୍ଥୀଙ୍କ ସମର୍ଥନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିଲୋଙ୍ଗରେ ଏକ ରୋଡ ଶୋ’ରେ ଅଂଶଗ୍ରହଣ କରିବେ ବୋଲି ଦଳର ଜଣେ ବରିଷ୍ଠ ନେତା କହିଛନ୍ତି। ସେ ପଶ୍ଚିମ ମେଘାଳୟର ତୁରା ଠାରେ ଏକ ନିର୍ବାଚନ ରାଲିରେ ମଧ୍ୟ ସମ୍ବୋଧିତ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର

ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri