Posted inଜାତୀୟ

ଅରୁଣାଚଳ ପ୍ରଦେଶରେ ପ୍ରଥମ ଗ୍ରୀନଫିଲ୍ଡ ଏୟାରପୋର୍ଟର ଉଦଘାଟନ କଲେ ମୋଦି

ଇଟାନଗର,୧୯ ।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଅରୁଣାଚଳ ପ୍ରଦେଶକୁ ଏକ ବଡ ଉପହାର ଦେଇଛନ୍ତି । ସେଠାରେ ସେ ପ୍ରଥମ ଗ୍ରୀନଫିଲ୍ଡ ଏୟାର ପୋର୍ଟର ଉଦ୍‌ଘାଟନ କରିଛନ୍ତି । ଏହି ଅବସରରେ ସେ ଜନତାଙ୍କୁ ସମ୍ବୋଧନ ଦେବା ସମୟରେ ଶୁଭେଚ୍ଛା ବି ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ୨୦୧୯ରେ ଏହି ବିମାନ ବନ୍ଦରର ଶିଳାନ୍ୟାସ କରିଥିଲେ । ଏବେ ଏହା ୬୪୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ କରାଯାଇଛି ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅରୁଣାଚଳ ପ୍ରଦେଶର ଇଟାନଗରରେ ୬୦୦ ମେଗାୱାଟ କାମେଂଗ ହାଇଡ୍ରୋ ପାୱାର ଷ୍ଟେଶନକୁ ରାଷ୍ଟ୍ରକୁ ସମର୍ପିତ କରିଛନ୍ତି । ସେଠାରେ ମୋଦି ତାଙ୍କ ସମ୍ବୋଧନରେ କହିଛନ୍ତି ଆପଣମାନେ ଜାଣନ୍ତି ଆମେ ଏକ କାର୍ଯ୍ୟ ସଂସ୍କୃତି ନେଇ ଆସିଛୁ । ଯେଉଁଠାରେ ଆମେ ଯେଉଁ ପରିଯୋଜନାର ଶିଳାନ୍ୟାସ କରିଛୁ ତା’ର ଉଦଘାଟନ ବି କରୁଛୁ । ଅଟକାଇବା, ଝୁଲାଇବା, ଭ୍ରମିତ କରିବାର ଯୁଗ ଶେଷ ହୋଇଛି ।
ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଆମର ସ୍ୱପ୍ନ କେବଳ ଭାରତ ମାତା ପାଇଁ, ଅରୁଣାଚଳର ଏହି ଉପଲବ୍ଧି ପାଇଁ ସମଗ୍ର ପୂର୍ବୋତ୍ତରକୁ ଶୁଭେଚ୍ଛା । ପୂର୍ବରୁ ଏଠାରେ ଲୋକେ କେବଳ ନିର୍ବାଚନ ଜିତିବା ଲାଗି ଉଦ୍ୟମ କରୁଥିଲେ । ହେଲେ ଏବେ ଏଠାରେ ପରିସ୍ଥିତି ବଦଳି ଯାଇଛି । ଏବେ ଏଠାରେ କେବଳ ଉଦ୍ୟମ ହେଉନି ବରଂ ବିକାଶ ବି ନଜର ଆସିଛି ।
ମୋଦି ଆହୁରି ମଧ୍ୟ କହିଛନ୍ତି ମୁଁ ଆଜିବି ଅରୁଣାଚଳ ପ୍ରଦେଶ ଆସୁଛି ଏକ ନୂଆ ଆଶା, ନୂଆ ଶକ୍ତି ଓ ନୂଆ ଉତ୍ସାହ ନେଇ ଫେରୁଛି । ଅରୁଣାଚଳବାସୀଙ୍କ ମୁହଁରେ କେବେ ଉଦାସିନତା ବା ନିରାଶା ଦେଖିବାକୁ ମିଳିନାହିଁ । ଅନୁଶାସନ କ’ଣ ଏହା ଏଠାରେ ସମସ୍ତ ବ୍ୟକ୍ତି ଓ ସବୁ ଘରେ ନଜର ଆସୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅଧ୍ୟୟନରେ ବଡ଼ ଖୁଲାସା, ବାୟୁ ପ୍ରଦୂଷଣ ବଢ଼ାଉଛି ଆତ୍ମହତ୍ୟା ମନୋଭାବ

ନୂଆଦିଲ୍ଲୀ,୧୬।୯: ବାୟୁ ପ୍ରଦୂଷଣ କେବଳ ଫୁସ୍‌ଫୁସ୍‌, ହାର୍ଟ କିମ୍ବା ଶ୍ୱାସଜନିତ ସମସ୍ୟା ପାଇଁ ବିପଦ ନୁହେଁ, ଏହା ମାନସିକ ସ୍ୱାସ୍ଥ୍ୟ ଉପରେ ମଧ୍ୟ ପ୍ରଭାବ ପକାଇପାରେ ।…

ଗ୍ଲୋବାଲ୍‌ CEO ରାଉଣ୍ଡଟେବୁଲ୍‌ ବୈଠକରେ ବଡ଼ ଘୋଷଣା କଲେ ମୋଦି, ୧ କୋଟି ଲୋକଙ୍କୁ…

ନୂଆଦିଲ୍ଲୀ,୧୬।୯: ‘ସେବା ତୀର୍ଥ’ରେ ବିଶ୍ୱର ପ୍ରମୁଖ ସେମିକଣ୍ଡକ୍ଟର କମ୍ପାନୀଗୁଡ଼ିକର CEOଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଦେଶର ବୈଷୟିକ ଭବିଷ୍ୟତ ଗଠନ…

UPI ଚାର୍ଜ ନିଷ୍ପତ୍ତିକୁ ପ୍ରତ୍ୟାହାର କରିବେ କି ସରକାର? ଆସିଲା ବଡ଼ ଅପଡେଟ୍

ନୂଆଦିଲ୍ଲୀ,୧୬।୯: ୨,୦୦୦ ଟଙ୍କାରୁ ଅଧିକ UPI କାରବାର ଉପରେ ୦.୪ ପ୍ରତିଶତ ମର୍ଚ୍ଚାଣ୍ଟ ଡିସ୍‌କାଉଣ୍ଟ ରେଟ୍‌ (MDR) ଲାଗୁ ହେବା ନେଇ ଘୋଷଣା କରାଯାଇଛି । ତେବେ…

ସେନ୍ସର ବୋର୍ଡର ନୂଆ ଟିମ୍ ଘୋଷଣା: CBFCରେ ପ୍ରୀତି ଜିଣ୍ଟା, ସୁନୀଲ ଶେଟ୍ଟୀ ଓ ପଙ୍କଜ ତ୍ରିପାଠୀଙ୍କ ସହ ସାମିଲ ହେଲେ ଓଡ଼ିଆ ପୁଅ ନୀଳମାଧବ

ନୂଆଦିଲ୍ଲୀ,୧୬।୯: କେନ୍ଦ୍ରର ନରେନ୍ଦ୍ର ମୋଦୀ ସରକାର ସେଣ୍ଟ୍ରାଲ ବୋର୍ଡ ଅଫ୍ ଫିଲ୍ମ ସର୍ଟିଫିକେସନ୍ (CBFC) ବା ସେନ୍ସର ବୋର୍ଡର ନୂଆ ଟିମ୍ ଗଠନ କରିଛନ୍ତି। ସୂଚନା ଓ…

ୱେଷ୍ଟଇଣ୍ଡିଜ୍ ବିପକ୍ଷ ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା; ଏହି ୨ ନୂଆ ଖେଳାଳିଙ୍କୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୧୬।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଆଗାମୀ ଦିନିକିଆ ଓ ଟି-୨୦ ସିରିଜ୍ ପାଇଁ ଟିମ୍ ଇଣ୍ଡିଆର ଦଳ ଘୋଷଣା ହୋଇଛି । ଏହି ଚୟନକୁ ନେଇ କ୍ରିକେଟ୍‌ପ୍ରେମୀଙ୍କ ମଧ୍ୟରେ…

ବୀରମିତ୍ରପୁର ଅଞ୍ଚଳରେ ଲଜ୍ଜା; ଜଙ୍ଗଲରେ ୨ନାବାଳିକାଙ୍କୁ ଗଣ ବଳାତ୍କାର, ୫ ଜଣ…

କୁଆଁରମୁଣ୍ଡା,୧୬।୯(ମହେନ୍ଦ୍ର କୁମାର ସାହୁ) : ବୀରମିତ୍ରପୁର ଥାନା ଅଞ୍ଚଳରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ୨ ଜଣ ନାବାଳିକାଙ୍କୁ ଏକ ଜଙ୍ଗଲରେ ୫ ଜଣ…

ବଡ଼ ଖବର! ଏହି ରାଜ୍ୟରେ ଅକ୍ଟୋବର ୧ରୁ ମିଳିବନି ପେଟ୍ରୋଲ୍-ଡିଜେଲ୍

ଚଣ୍ଡିଗଡ଼,୧୬।୯: ହରିୟାଣାରେ ୧ ଅକ୍ଟୋବର ୨୦୨୬ରୁ ଯାନବାହନ ଚଳାଚଳକୁ ନେଇ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି । ବାୟୁ ପ୍ରଦୂଷଣ ନିୟନ୍ତ୍ରଣ ପାଇଁ ଏନ୍‌ସିଆର ଅଞ୍ଚଳରେ ପୁରୁଣା…

ହାଇଦ୍ରାବାଦରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ଜ୍ବରରେ ପୀଡିତ ହୋଇ ଚିକିତ୍ସିତ ହେଉଥିଲେ, ଅଞ୍ଚଳରେ ଶୋକର ଛାୟା

ପାତ୍ରପୁର,୧୬।୯(ଉମା ଚରଣ ନେପାକ): ପାତ୍ରପୁର ବ୍ଲକ ଗୁଣ୍ଡୁରା ଗ୍ରାମର ପ୍ରତାପ ବାଡ଼ତ୍ୟା ଓ ତାଙ୍କ ସ୍ତ୍ରୀ ପ୍ରିୟଙ୍କା ହାଇଦ୍ରାବାଦରେ ଶ୍ରମିକ ଭାବେ କାମ କରୁଥିଲେ । ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?