Posted inଜାତୀୟ

ଭାଇରାଲ ହେଉଛି ମୋଦିଙ୍କ ଏହି ପୁରୁଣା ଫଟୋ, ଜାଣନ୍ତୁ ଏହା ପଛର ପୂରା କାହାଣୀ

ନୂଆଦିଲ୍ଲୀ,୩।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଭାଜପାର ଜାତୀୟ ସଦସ୍ୟତା ଅଭିଯାନ -୨୦୨୪ ଆରମ୍ଭ କରିଛନ୍ତି। ଏହି ସମୟରେ ସୋସିଆଲ ମିଡିଆରେ ପିଏମ ମୋଦିଙ୍କ ଏକ ଫଟୋ ଭାଇରାଲ ହେଉଛି। ଏହି ଫଟୋରେ ପ୍ରଧାନମନ୍ତ୍ରୀ ମୋଦି ରକ୍ତଦାନ ଅଭିଯାନ ଅଧୀନରେ ରକ୍ତ ଦାନ କରୁଥିବା ଦେଖିବାକୁ ମିଳିଛି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏହି ଫଟୋ ସୋସିଆଲ ମିଡିଆ ଏକ୍ସ ଆକାଉଣ୍ଟରୁ ମୋଦି ଆର୍କାଇଭରୁ ଶେୟାର କରାଯାଇଛି। ଏହି ଫଟୋ ସେହି ସମୟର ଯେତେବେଳେ ସେ କେବଳ ଜଣେ ଭାଜପା କର୍ମୀ ଥିଲେ। ତାଙ୍କର ଏହି ଫଟୋ ଭାଇରାଲ ହୋଇଛି ଯେତେବେଳେ ପ୍ରଧାନମନ୍ତ୍ରୀ ମୋଦି ସୋମବାର ଭାଜପାର ସଦସ୍ୟତା ଅଭିଯାନ ଆରମ୍ଭ କରିଛନ୍ତି। ଶେୟାର ହୋଇଥିବା ଫଟୋ କ୍ୟାପଶନରେ ଲେଖାଯାଇଛି, ପ୍ରଥମ ଦିନରୁ ଅନ୍ୟ ଲୋକଙ୍କ ପାଇଁ ଉଦାହରଣ । ଏହି ଫଟୋରେ ଭାରତୀୟ ଜନତା ଯୁବ ମୋର୍ଚ୍ଚା ଦ୍ୱାରା ଆୟୋଜିତ ରକ୍ତଦାନ ଅଭିଯାନର ଏକ ପୋଷ୍ଟର ଅଛି ।

ଭାଜପା ଏହି ଅଭିଯାନକୁ ‘ସଙ୍ଗଠନ ପର୍ବ ସଦସ୍ୟତା ଅଭିଯାନ -୨୦୨୪’ ନାମରେ ନାମିତ କରିଛି। ଏଥିରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପରେ ଭାଜପା ଅଧ୍ୟକ୍ଷ ଜେପି ନଡ୍ଡା, କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏବଂ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ସମେତ ଅନ୍ୟାନ୍ୟ ନେତା ମଧ୍ୟ ଦଳର ସଦସ୍ୟତା ଗ୍ରହଣ କରିଛନ୍ତି। ଏହି ଅବସରରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପୀୟୁଷ ଗୋୟଲ, ଭୁପେନ୍ଦ୍ର ଯାଦବ, ଶିବରାଜ ସିଂ ଚୌହାନ ଏବଂ ନିତ୍ୟାନନ୍ଦ ରାୟ, ଭାଜପା ରାଷ୍ଟ୍ରୀୟ ସାଧାରଣ ସଚିବ ତଥା ଦଳର ଜାତୀୟ ସଦସ୍ୟତା ଅଭିଯାନର ସଂଯୋଜକ ବିନୋଦ ତାୱଡେ ଏବଂ ହଜାର ହଜାର କର୍ମୀ ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପିନ୍‌ରେ ଦମ୍‌ ଦେଖାଇଲା ଶ୍ରୀଲଙ୍କା

କଲମ୍ବୋ,୮ା୨- ଟି୨୦ ବିଶ୍ୱକପ୍‌ରେ ରବିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଶ୍ରୀଲଙ୍କା ୨୦ ରନରେ ଆୟର୍ଲାଣ୍ଡକୁ ପରାସ୍ତ କରିଛି। ଶ୍ରୀଲଙ୍କା ଦ୍ୱାରା ପ୍ରଦତ୍ତ ୧୬୪ ରନର ଟାର୍ଗେଟକୁ ପିଛା…

ସଭା ମଞ୍ଚରେ ମନ୍ତ୍ରୀ-ବିଧାୟକଙ୍କ ଆଲୋଚନା: ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା…

ବଲାଙ୍ଗୀର,୮।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜର ରବିବାର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ମଞ୍ଚ ଉପରେ ବସିଥିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ଡ଼.ମୁକେଶ ମହାଲିଙ୍ଗ ଏବଂ ସମ୍ବଲପୁର…

ଦେଓମାଳି ବୁଲିବାକୁ ଆସି ଚାଲିଗଲା ପର୍ଯ୍ୟଟକଙ୍କ ଜୀବନ

ପଟ୍ଟାଙ୍ଗି,୮।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତ ଦେଓମାଳି ପର୍ଯ୍ୟଟନ ସ୍ଥଳୀ ବୁଲିବାକୁ ଆସି ରବିବାର ଜଣେ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି।…

୨ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୩ ଜୀବନ, ୪ ଗୁରୁତର 

ପଟ୍ଟାଙ୍ଗି,୮ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ସୁଙ୍କି-ଅମ୍ପାବାଲି ପଞ୍ଚାୟତ ବୋରିଗୁଡ଼ା ଛକ ନିକଟରେ ରବିବାର ୨ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇ ୩ଜଣଙ୍କ…

ଜାପାନ ନିର୍ବାଚନ: ଆସିଲା ଏକ୍‌ଜିଟ୍‌ ପୋଲ୍‌ ରିପୋର୍ଟ, ଜାଣନ୍ତୁ କେଉଁ ଦଳ…

ଟୋକିଓ,୮ା୨: ଜାପାନ ପାର୍ଲାମେଣ୍ଟର ନିମ୍ନ ସଦନ ପାଇଁ ରବିବାର ଅନୁଷ୍ଠିତ ନିର୍ବାଚନରେ ପ୍ରଧାନମନ୍ତ୍ରୀ ସାନାଏ ଟାକାଇଚିଙ୍କ ମେଣ୍ଟ ସରକାର ଏକକ ସଂଖ୍ୟାଗରିଷ୍ଠ ଦଳ ଭାବେ ବିଜୟୀ ହେବା…

୧୨ରେ ଧର୍ମଘଟକୁ ସମର୍ଥନ କରିବ କଂଗ୍ରେସ: ଭକ୍ତ

ଭୁବନେଶ୍ୱର,୮।୨: କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଚଳିତ ୪ଟି ଶ୍ରମ କୋଡ୍‌ ବାତିଲ ସହିତ  ବିଭିନ୍ନ ଜନବିରୋଧୀ ନୀତିକୁ ନେଇ ୧୦ଟି କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ପକ୍ଷରୁ ଆସନ୍ତା…

ପୋଲତଳୁ ମିଳିଲା ହୋମଗାର୍ଡ, ଯୁବକଙ୍କ ମୃତଦେହ: ପୋଲିସର ତଦନ୍ତ ଆରମ୍ଭ…

ନନ୍ଦପୁର,୮।୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନାରେ କାର୍ଯ୍ୟରତ ଜଣେ ହୋମଗାର୍ଡ ଏବଂ ଅନ୍ୟ ଜଣେ ଯୁବକଙ୍କ ମୃତଦେହ ପୋଲିସ ରବିବାର ସନ୍ଧ୍ୟାରେ ନନ୍ଦପୁର-ହାଣ୍ଡିପୁଟ ସଞ୍ଜୋଗୀ ଏମ୍‌ଡିଆର…

ସରକାରୀ ବସ୍‌ ଧକ୍କାରେ ଚାଲିଗଲା ବୃଦ୍ଧାଙ୍କ ଜୀବନ

ଦିଗପହଣ୍ଡି,୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଜାପଲ୍ଲୀ ଗାଁ ଛକ ନିକଟରେ ରବିବାର ଏକ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌(ନଂ. ଓଡ଼ି୩୨କେ -୧୮୦୯) ଧକ୍କାରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri