ପ୍ରଧାନମନ୍ତ୍ରୀ ମୋଦିଙ୍କ ଆମେରିକା ଗସ୍ତ ନୂଆ ମାନଦଣ୍ଡ ସୃଷ୍ଟି କରିବ: ପେଣ୍ଟାଗନ ଅଧିକାରୀ

ନୂଆଦିଲ୍ଲୀ/ଓ୍ବାଶିଂଟନ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚଳିତ ମାସରେ ଆମେରିକା ଗସ୍ତରେ ଯାଉଛନ୍ତି। ଏହି ଗସ୍ତରୁ ଭାରତ ଏବଂ ଆମେରିକାର ଲୋକମାନେ ବହୁତ ଆଶା ରଖିଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କ ଆମେରିକା ଗସ୍ତ ଭାରତ-ଆମେରିକା ପ୍ରତିରକ୍ଷା ସଂପର୍କରେ ନୂଆ ମାନଦଣ୍ଡ ସୃଷ୍ଟି କରିବ ବୋଲି ପେଣ୍ଟାଗନ ଅଧିକାରୀ ଗୁରୁବାର କହିଛନ୍ତି। ପ୍ରତିରକ୍ଷା ଶିଳ୍ପ ସହଯୋଗ ଏବଂ ଭାରତର ସ୍ବଦେଶୀ ସାମରିକ ଭିତ୍ତିଭୂମିକୁ ପ୍ରୋତ୍ସାହିତ କରିବା ପାଇଁ ବଡ ଘୋଷଣା କରାଯାଇପାରେ ବୋଲି ମଧ୍ୟ ଆଶା କରାଯାଉଛି।

ରାଷ୍ଟ୍ରପତି ଜୋ ବାଇଡେନ ଏବଂ ପ୍ରଥମ ମହିଳା ଜିଲ ବାଇଡେନଙ୍କ ନିମନ୍ତ୍ରଣ କ୍ରମେ ପ୍ରଧାନମନ୍ତ୍ରୀ ମୋଦି ଚଳିତ ମାସରେ ଆମେରିକା ଗସ୍ତ କରିବେ। ଜୁନ ୨୧ରୁ ଚାରି ଦିନିଆ ଗସ୍ତ ସମୟରେ ଆମେରିକାର ରାଷ୍ଟ୍ରପତି ଏବଂ ପ୍ରଥମ ମହିଳା ଜୁନ ୨୨ରେ ମୋଦିଙ୍କ ପାଇଁ ରାଜକୀୟ ରାତ୍ର ଭୋଜନର ଆୟୋଜନ କରିବେ।

ଇଣ୍ଡୋ-ପାସିଫିକ ସୁରକ୍ଷା ବ୍ୟାପାର ପ୍ରତିରକ୍ଷା ସଚିବ ଏଲି ରୋଟନର୍‌ ଗୁରୁବାର ନୂତନ ଆମେରିକୀୟ ସୁରକ୍ଷା କେନ୍ଦ୍ରରେ ଏକ ପ୍ୟାନେଲ ଆଲୋଚନା ସମୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଆମେରିକା ଗସ୍ତରେ କହିଛନ୍ତି। ସେ କହିଛନ୍ତି ଯେ ଯେତେବେଳେ ପ୍ରଧାନମନ୍ତ୍ରୀ ମୋଦି ଏଠାକୁ ଆସିବେ, ଏହା ଐତିହାସିକ ଗସ୍ତ ହେବ ଯାହା ଦୁଇ ଦେଶ ମଧ୍ୟରେ ସମ୍ପର୍କ ପାଇଁ ନୂତନ ମାନଦଣ୍ଡ ସୃଷ୍ଟି କରିବ। ସେ ଆହୁରି ମଧ୍ୟ କହିଛନ୍ତି , ନିକଟରେ ଆମେରିକାର ପ୍ରତିରକ୍ଷା ସଚିବ ଲାୟଡ ଅଷ୍ଟିନ ଭାରତ ଗସ୍ତରେ ଯାଇ ଦ୍ୱିପାକ୍ଷିକ ପ୍ରସଙ୍ଗ ଆଗକୁ ବଢାଇଛନ୍ତି ଏବଂ ନିର୍ଦ୍ଦିଷ୍ଟ ଚୁକ୍ତିନାମା ଏବଂ ପ୍ରସ୍ତାବ ଚୂଡ଼ାନ୍ତ ରୂପ ଦେଇଛନ୍ତି। ଏହି ଚୁକ୍ତିନାମା ସମ୍ବନ୍ଧରେ ଗ୍ରାଉଣ୍ଡ ସ୍ତରରେ ପ୍ରସ୍ତୁତି ଚାଲିଛି। ଯେତେବେଳେ ପ୍ରଧାନମନ୍ତ୍ରୀ ଆମେରିକା ଆସିବେ, ସେତେବେଳେ ସେମାନଙ୍କ ଉପରେ ଅନ୍ତିମ ଷ୍ଟାମ୍ପ ଲଗାଯିବ।

 


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ଆଶଙ୍କାରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ: ୨୪ ତାରିଖ ପରୀକ୍ଷା ସ୍ଥଗିତ

ଭଞ୍ଜନଗର,୨୨।୯ (ବାବୁଲା ପ୍ରଧାନ): ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ନେଇ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଆରମ୍ଭ ହୋଇଛି। ଉପଜିଲାପାଳ ଉମାଶଙ୍କର ବେହେରା…

ବଳାତ୍କାର ମାମଲାରେ କେଉଁ ରାଜ୍ୟ ଆଗରେ? ଓଡ଼ିଶାର ସ୍ଥିତି ଜାଣି ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୨।୯: ବିହାରର ଜମୁଇ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣାକୁ ନେଇ ଚର୍ଚ୍ଚା ଜୋର ଧରିଛି। ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଏକ ଭିଡିଓରେ ଜଣେ ନାବାଳିକା…

ଜାଲ ନୋଟ ଦେଇ କିଣୁଥିଲେ ସ୍କୁଟି, ଧରାପଡ଼ିଲେ ଅଭିଯୁକ୍ତ: ପୂରା ଘଟଣା ଜାଣିଲେ…

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ):ଜାଲ ନୋଟ ଦେଇ ବରଗଡ଼ ସହରରେ ଜଣେ ସ୍କୁଟି କିଣି ଧରାପଡ଼ିଡା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ସୂଚନ ଅନୁଯାୟୀ, ବରଗଡ ବ୍ୟାଙ୍କ କଲୋନୀ ବାସିନ୍ଦା…

ଗ୍ରାଚ୍ୟୁଇଟିକୁୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ପାଇଁ…

ନୂଆଦିଲ୍‌ଲୀ,୨୨।୯: ସୁପ୍ରିମକୋର୍ଟଙ୍କ ଦ୍ୱାରା ଗ୍ରାଚ୍ୟୁଇଟିକୁ ନେଇ ଏକ ବଡ଼ ରାୟ ପ୍ରକାଶ ପାଇଛି। ଏଥିରେ କୁହାଯାଇଛି ଯେ ଚୁକ୍ତିଭିତ୍ତିକ (କଣ୍ଟ୍ରାକ୍ଟ) କାର୍ଯ୍ୟ କରୁଥିବା କର୍ମଚାରୀମାନଙ୍କ ପାଇଁ ମୁଖ୍ୟ…

ଚିଲିକାରେ ଡଙ୍ଗା ଚଳାଚଳ ବନ୍ଦ, ଆତଙ୍କିତ କୃଷ୍ଣପ୍ରସାଦବାସୀ

କୃଷ୍ଣପ୍ରସାଦ, ୨୨।୯(କୈଳାଶ ଚନ୍ଦ୍ର ପଟନାୟକ ): ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ । ଏହାକୁ ନେଇ ପୁରୀ ଜିଲା ଉପକୂଳବାସୀଙ୍କ ମନରେ ଛନକା ପଶିଛି…

ମହିଳାଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଅକ୍ଟୋବର ୨ରୁ ମାଗଣାରେ ବସ୍‌ ଯାତ୍ରା

ନୂଆଦିଲ୍ଲୀ,୨୨।୯: ଆଗାମୀ ୨ ଅକ୍ଟୋବର ୨୦୨୬ରୁ ସମଗ୍ର ତାମିଲନାଡୁରେ ଲାଗୁ ହେବାକୁ ଥିବା ‘ଭେଟ୍ରି ପୟନମ’ ଯୋଜନା ଦ୍ୱାରା ପ୍ରତିଦିନ ପ୍ରାୟ ୮୪.୩୨ ଲକ୍ଷ ମହିଳା ପ୍ରତ୍ୟକ୍ଷ…

ଏସିଆନ୍ ଗେମ୍ସରେ ଇତିହାସ ରଚିଲା ମହିଳା କ୍ରିକେଟ୍ ଟିମ୍‌, ଶ୍ରୀଲଙ୍କାକୁ ହରାଇ ଜିତିଲା ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୨୨।୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ ପଦକ ଦେଇଛି ମହିଳା କ୍ରିକେଟ୍ ଟିମ୍ । ଫାଇନାଲ୍‌ରେ ଶ୍ରୀଲଙ୍କାକୁ ୧୪୭ ରନ୍‌ର ବଡ଼ ବ୍ୟବଧାନରେ ହରାଇ…

ଘୁଞ୍ଚିଲା ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷା, ଜାଣନ୍ତୁ ପୁଣି କେବେ ହେବ…

ଖୋର୍ଦ୍ଧା,୨୨।୯(ପ୍ରଭାତ ପାଣିଗ୍ରାହୀ): ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ଦୃଷ୍ଟିରେ ରଖି ଉଚ୍ଚ ପ୍ରାଥମିକ ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ବୃତ୍ତି ପରୀକ୍ଷା ସେପ୍ଟେମ୍ବର ୨୪ରେ ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?