Posted inଜାତୀୟ

ଅନ୍ନଦାତାଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୦ ।୯: ପାର୍ଲାମେଣ୍ଟରେ ରବିବାର କୃଷି ସହ ଜଡିତ ୩ ବିଧେୟକ ଉପରେ ଅନ୍ତିମ ମୋହର ଲାଗିଯାଇଛି । ବିପକ୍ଷଙ୍କ ବିରୋଧ ସତ୍ତ୍ୱେ ରାଜ୍ୟ ସଭାରେ କୃଷି ବିଲ୍ ପାସ ହୋଇ ଯାଇଛି । ଆଉ ଏହାପରେ ସାରା ଦେଶରେ ଏହାକୁ ନେଇ ବିରୋଧ ପ୍ରଦର୍ଶନ କରାଯାଉଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍ କରି କୃଷକ ବା ଅନ୍ନଦାତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେ ଲେଖିଛନ୍ତି ଭାରତର କୃଷି ଇତିହାସରେ ଆଜିର ଦିବସ ଏକ ବଡ ଦିବସ । ପାର୍ଲାମେଣ୍ଟରେ ପାସ୍ ହୋଇଥିବା କୃଷି ବିଧେୟକକୁ ନେଇ ମୁଁ ଦେଶର ସମସ୍ତ ପରିଶ୍ରମି ଅନ୍ନଦାତାଙ୍କୁ ଶୁଭେଚ୍ଛା ଜଣାଉଛି । ଏହା କେବଳ କୃଷି କ୍ଷେତରେ ଆମୁଳଚୁଳ ପରିବର୍ତ୍ତନ ଆଣିବ ତାହା ନୁହେଁ ବରଂ ଏହାଦ୍ୱାରା କୋଟି କୋଟି କୃଷକ ସଶକ୍ତ ହେବେ । ମୋଦି କହିଛନ୍ତି କିଛି ଦଶକ ଧରି ଆମର କୃଷକ ଭଉଣୀ-ଭାଇ ଅନେକ ପ୍ରକାରର ବନ୍ଧନ ମଧ୍ୟରେ ଥିଲେ । ହେଲେ ଆଜି ଯେଉଁ ବିଧେୟକ ପାସ୍ କରାଯାଇଛି ଏଥିରେ କୃଷକମାନଙ୍କୁ ସ୍ୱାଧିନତା ମିଳିଯାଇଛି । ଏଥିରେ ସେମାନଙ୍କର ଆୟ ଦୁଇଗୁଣା କରିବାକୁ ସେମାନେ ପ୍ରୟାସ କରିବେ ଓ ସେମାନଙ୍କ ସମୃଦ୍ଧି ସୁନିଶ୍ଚିତ ହେବ । ଏହାସହ ଟେକ୍ନୋଲୋଜିର ନିକଟତର ହେବେ ଅନ୍ନଦାତା ।


Enter your email to get our daily news in your inbox.

All Right Reserved By Dharitri.Com

ହୋମୱାର୍କ ପାଇଁ ଚାପୁଡ଼ା ମାରିଲେ କ୍ଲାସ୍ ଟିଚର: ଅଚେତ ହୋଇ ଟଳି ପଡ଼ିଲା ୬ ବର୍ଷର ଶିଶୁ, ଡାକ୍ତରଖାନାରେ ମୃତ୍ୟୁ

ବିଶାଖାପାଟଣା, ୨୦।୮: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ଏକ ଘରୋଇ ସ୍କୁଲରେ ଜଣେ ୬ ବର୍ଷର କୋମଳମତି ଶିଶୁର ସନ୍ଦେହଜନକ ମୃତ୍ୟୁ ଘଟିଛି। ହୋମୱାର୍କ ପୂରା କରି ନ ଥିବା…

ସୁଡ଼ଙ୍ଗ ଭିତରେ ୨ ଟ୍ରକ୍‌ ମୁହାଁମୁହିଁ ଧକ୍କା: ୪ମୃତ, ୭ ଆହତ

ଚଣ୍ଡିଗଡ଼, ୨୦।୮: କିରାତପୁର-ମନାଲି ଜାତୀୟ ରାଜପଥ ଦାଓ୍ବାଡ଼ା ସୁଡ଼ଙ୍ଗ ଭିତରେ ଦୁଇଟି ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ହୋଇଛି ଏବଂ…

ଶୁକ୍ରବାରଠୁ ସପ୍ତାହେ ଯାଏ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୦ା୮(ବନ୍ଦନା ସେଠୀ) – ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା…

ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ…

ସିମ୍‌ କାର୍ଡକୁ ନେଇ ନୂଆ ନିୟମ! ଆଉ ୪ଦିନ ପରେ ଏମାନଙ୍କର କଟିଯିବ କନେକ୍ସନ…

ନୂଆଦିଲ୍ଲୀ,୨୦ା୮: ଭାରତରେ ଜଣେ ବ୍ୟକ୍ତିଙ୍କ ନାମରେ ଥିବା ମୋବାଇଲ୍ କନେକ୍ସନ୍‌ର ସୀମାକୁ ସରକାର କଡ଼ାକଡ଼ି ଭାବେ ଲାଗୁ କରିବାକୁ ଯାଉଛନ୍ତି। ଅଗଷ୍ଟ ୨୪ ରୁ ଟେଲିକମ୍ ଅପରେଟରମାନଙ୍କୁ…

କିଭ୍‌ରେ ବଡ଼ଧରଣର ଆକ୍ରମଣ: ୧୬ ମୃତ, ଜେଲେନସ୍କି କହିଲେ…

କିଭ୍‌, ୨୦।୮: ରୁଷିଆ ଗୁରୁବାର ୟୁକ୍ରେନ୍‌ର ରାଜଧାନୀ କିଭ୍‌ ଏବଂ ଏହାର ଆଖପାଖ ଅଞ୍ଚଳରେ ଭୀଷଣ କ୍ଷେପଣାସ୍ତ୍ର ଏବଂ ଡ୍ରୋନ ଆକ୍ରମଣ କରିଛି। ଘଣ୍ଟା ଘଣ୍ଟା ଧରି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଜେଲ କର୍ମଚାରୀଙ୍କ ପୋଷାକ ଭତ୍ତା ୨ ଗୁଣା ବୃଦ୍ଧି

ଭୁବନେଶ୍ୱର,୨୦।୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। ଜେଲ କର୍ମଚାରୀ ଏବଂ ଅଧିକାରୀଙ୍କ ବାର୍ଷିକ ପୋଷାକ ଭତ୍ତାକୁ ୨ ଗୁଣା ବୃଦ୍ଧି…

ଅସହାୟ ପରିବାରର କରୁଣ କାହାଣୀ: ବାପାଙ୍କ ଦଶାହ କାର୍ଯ୍ୟ ପାଇଁ ଭିକ୍ଷା ମାଗୁଛନ୍ତି ଦୁଇ ଝିଅ-ପୁଅ

ଦିଗପହଣ୍ଡି,୨୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା (୪୯)ଙ୍କ ଗତ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri