Posted inଜାତୀୟ

ପ୍ରଜ୍ୱଳ ରେଭନ୍ନା ମାମଲାରେ ମୁହଁ ଖୋଲିଲେ ମୋଦି: କହିଲେ, ଏମିତି ଦୋଷୀଙ୍କୁ କ୍ଷମା ନାହିଁ

ନୂଆଦିଲ୍ଲୀ,୭।୫: ଅଶ୍ଲୀଳ ଭିଡିଓ ଭାଇରାଲ ମାମଲାରେ ଅଭିଯୁକ୍ତ କର୍ନାଟକର ଜେଡିଏସ ଏମ୍‌ପି ପ୍ରଜ୍ୱଳ ରେଭନ୍ନାଙ୍କ ଅଡୁଆ ବଢିଛି। ଏହି ମାମଲାରେ ତାଙ୍କ ବିରୋଧରେ ବ୍ଲୁ କର୍ନର୍‌ ନୋଟିସ ଜାରି କରାଯାଇଇଛି। ଏହି ମାମଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୁହଁ ଖୋଲିଛନ୍ତି। ସେ କହିଛନ୍ତି, ପ୍ରଜ୍ୱଳ ରେଭାନ୍ନାଙ୍କ ପରି ଲୋକଙ୍କ ବିରୋଧରେ ଶୂନ୍ୟ ସହନଶୀଳତା ନୀତି ପ୍ରଣୟନ କରାଯିବା ଉଚିତ। ସମସ୍ତ ଆଇନଗତ ବିକଳ୍ପ ବ୍ୟବହାର କରି ଏହିପରି ଅତ୍ୟାଚାରକୁ କଠୋର ଦଣ୍ଡ ଦିଆଯିବା ଉଚିତ। କର୍ନାଟକର କଂଗ୍ରେସ ସରକାର ଜାଣିଶୁଣି ପ୍ରଜ୍ୱଳଙ୍କୁ ଦେଶ ଛାଡିବାରେ ସାହାଯ୍ୟ କରିଛନ୍ତି।
ପ୍ରଧାନମନ୍ତ୍ରୀ ମୋଦି ଏକ ସାକ୍ଷାତକାରରେ କହିଛନ୍ତି, ଏହା ଏକ ଆଇନ ଶୃଙ୍ଖଳା ପ୍ରସଙ୍ଗ ହୋଇଥିବାରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ରାଜ୍ୟ ସରକାରଙ୍କ ଦାୟିତ୍ୱ ଅଟେ। ରେଭାନ୍ନାଙ୍କ କାର୍ଯ୍ୟକଳାପର ଭିଡିଓରୁ ଏହା ସ୍ପଷ୍ଟ ହୋଇଛି ଯେ ଜେଡିଏସ କଂଗ୍ରେସ ସହ ମେଣ୍ଟ କରୁଥିବା ସମୟରୁ ହୋଇଥିଲା। କଂଗ୍ରେସ କ୍ଷମତାରେ ଥିବାବେଳେ ମଧ୍ୟ ଭିଡିଓ ସଂଗ୍ରହ କରାଯାଇଥିଲା। ଭୋକାଲିଗାସ ଅଞ୍ଚଳରେ ଭୋଟ ଦେବା ପରେ ଏହି ଭିଡିଓ ଏକ ନିର୍ଦ୍ଦିଷ୍ଟ ଉଦ୍ଦେଶ୍ୟରେ ବ୍ୟବହୃତ ହୋଇଥିଲା। ଯେତେବେଳେ ପ୍ରଜ୍ୱଳଙ୍କୁ ଦେଶ ବାହାରକୁ ପଠାଗଲା ସେତେବେଳେ ମଧ୍ୟ ଜାରି କରାଯାଇଥିଲା। ମୋଦି କହିଛନ୍ତି, ଯଦି ରାଜ୍ୟ ସରକାରଙ୍କ ପାଖରେ ସୂଚନା ଅଛି, ତେବେ ସେମାନେ ସଚେତନ ହେବା ଉଚିତ୍‌। ବିମାନ ବନ୍ଦରରେ ମଧ୍ୟ ନଜର କରାଯିବା ଉଚିତ୍‌। ରାଜ୍ୟ ସରକାର କିଛି କରିନାହାଁନ୍ତି, ଏପରିକି ଭାରତ ସରକାରଙ୍କୁ ମଧ୍ୟ ଜଣାଇ ନାହାଁନ୍ତି। ଏହାର ଅର୍ଥ ସ୍ପଷ୍ଟ ଯେ ଏହା ଏକ ରାଜନୈତିକ ଖେଳ ଥିଲା। ସେମାନେ ଜାଣନ୍ତି ଯେ ଭିଡିଓଗୁଡ଼ିକ ମିଳିତ ମେଣ୍ଟରେ ଥିବା ସମୟରୁ। ତଥାପି ଏହା ମୋର କଥା ନୁହେଁ। ମୋର କଥା ହେଉଛି କୌଣସି ଅପରାଧୀଙ୍କୁ ରକ୍ଷା କରାଯିବା ଉଚିତ୍‌ ନୁହେଁ। ଏହିପରି ରାଜନୈତିକ ଖେଳ ବନ୍ଦ ହେବା ଉଚିତ୍‌ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।
ପ୍ରଜ୍ୱଳ ହେଉଛନ୍ତି ଏଚ.ଡି ରେଭନ୍ନାଙ୍କ ପୁଅ। ୩୩ ବର୍ଷୀୟ ପ୍ରଜ୍ୱଳ ୨୦୧୯ ସାଧାରଣ ନିର୍ବାଚନ ବେଳେ ହାସନ ଆସନରୁ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ। ଏହି ଆସନରେ ଚଳିତ ମାସ ୨୬ରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଭୋଟ ଗ୍ରହଣ ଚାଲିଥିବାବେଳେ ପ୍ରଜ୍ୱଳଙ୍କ ଏକ ଅଶ୍ଳୀଳ ଭିଡିଓ ଭାଇରାଲ ହୋଇଥିଲା। ତାଙ୍କ ପୋଲିଂ ଏଜେଣ୍ଟ ଏହାକୁ ଜାଲ ଭିଡିଓ କହି ଥାନାରେ ଏତଲା ଦେଇଥିଲେ। ଅଭିଯୁକ୍ତମାନେ ଘର ଘର ବୁଲି ଏହି ଭିଡିଓକୁ ଲୋକଙ୍କୁ ଦେଖାଇବା ସହ ପ୍ରଜ୍ୱଳଙ୍କୁ ଭୋଟ ନ ଦେବାକୁ ପ୍ରବର୍ତ୍ତାଇଥିଲେ। ଭିଡିଓରେ ଥିବା ମହିଳାମାନଙ୍କୁ ପ୍ରଜ୍ୱଳ ନିଜେ ଡକାଇବା ସହ ଯୌନସମ୍ପର୍କ ରଖିଥିଲେ। ସେ ସେମାନଙ୍କ ବିନା ଅନୁମତିରେ ଏହାର ଭିଡିଓ ଶୁଟିଂ କରାଇଥିବା ଅଭିଯୋଗ ଆସିଛି। ଏହି ଘଟଣାକ୍ରମ ପରେ ପ୍ରଜ୍ୱଳ ଜର୍ମାନୀକୁ ଫେରାର ହୋଇଯାଇଥିବା ଜଣାପଡ଼ିଛି। ଏଭଳି ସମୟରେ ଜେଡିଏସ ସହ ମେଣ୍ଟ କରି ଲଢ଼ୁଥିବା ଭାଜପା ଏହି ବିବାଦରୁ ଦୂରତ୍ୱ ଅବଲମ୍ବନ କରିଛି। ଗତବର୍ଷ ସେପ୍ଟେମ୍ବରରେ ଜେଡିଏସ କଂଗ୍ରେସ ସହ ସମ୍ପର୍କ ଛିନ୍ନ କରି ଭାଜପା ସହିତ ମେଣ୍ଟ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri