Posted inଜାତୀୟ

ଆଜି ସଙ୍କଳ୍ପ ସପ୍ତାହର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩୦।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେପ୍ଟେମ୍ବର ୩୦ ଅର୍ଥାତ୍‌ ଶନିବାର ଭାରତ ମଣ୍ଡପମରେ ଆକାଂକ୍ଷୀ ବ୍ଲକଗୁଡିକ ପାଇଁ ଏକ ସପ୍ତାହ ବ୍ୟାପୀ କାର୍ଯ୍ୟକ୍ରମ ‘ସଙ୍କଳ୍ପ ସପ୍ତାହ’ ଶୁଭାରମ୍ଭ କରିବେ। ଏହା ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମ (ଏବିପି)ର ପ୍ରଭାବଶାଳୀ କାର୍ଯ୍ୟକାରିତା ସହିତ ଜଡିତ। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମଓ) ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଦେଶବ୍ୟାପୀ କାର୍ଯ୍ୟକ୍ରମ ପ୍ରଧାନମନ୍ତ୍ରୀ ମୋଦିଙ୍କ ଦ୍ୱାରା ୭ ଜାନୁୟାରୀ ୨୦୨୩ରେ ଆରମ୍ଭ କରାଯାଇଥିଲା। ନାଗରିକଙ୍କ ଜୀବନଶୈଳୀକୁ ବଢାଇବା ପାଇଁ ବ୍ଲକ ସ୍ତରରେ ପ୍ରଶାସନରେ ଉନ୍ନତ କରିବାକୁ ଏହା ଲକ୍ଷ୍ୟ ରଖିଛି। ଦେଶର ୩୨୯ ଜିଲାର ୫୦୦ ଆକାଂକ୍ଷୀ ବ୍ଲକରେ ଏହା କାର୍ଯ୍ୟକାରୀ ହେଉଛି। ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମକୁ କାର୍ଯ୍ୟକାରୀ କରିବା ଏବଂ ଏକ ପ୍ରଭାବଶାଳୀ ବ୍ଲକ ବିକାଶ ରଣନୀତି ପ୍ରସ୍ତୁତ କରିବା ପାଇଁ ସମଗ୍ର ଦେଶରେ ଗ୍ରାମ ଏବଂ ବ୍ଲକ ସ୍ତରରେ ଚିନ୍ତିନ ଶିବିର ଆୟୋଜନ କରାଯାଇଛି। ସଙ୍କଳ୍ପ ସପ୍ତାହ ହେଉଛି ଏହି ଚିନ୍ତାଧାରା ଶିବିରର ଫଳାଫଳ । ଭରତ ମଣ୍ଡପମ ଠାରେ ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଦେଶର ପ୍ରାୟ ୩୦୦୦ ପଞ୍ଚାୟତ ତଥା ବ୍ଲକ ସ୍ତରର ଜନ ପ୍ରତିନିଧୀ ତଥା ଅଧିକାରୀମାନେ ଅଂଶଗ୍ରହଣ କରିବେ। ଏହା ବ୍ୟତୀତ ବ୍ଲକ ଏବଂ ପଞ୍ଚାୟତ ସ୍ତରର ଅଧିକାରୀ, କୃଷକ ଏବଂ ଅନ୍ୟାନ୍ୟ କ୍ଷେତ୍ରର ପ୍ରାୟ ଦୁଇ ଲକ୍ଷ ଲୋକ ଏହି କାର୍ଯ୍ୟକ୍ରମରେ ଯୋଗଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri