Posted inଜାତୀୟ

ମା’ କାଳୀଙ୍କ ଆଶୀର୍ବାଦ ସର୍ବଦା ଭାରତ ସହ ଅଛି:ମୋଦି

ନୂଆଦିଲ୍ଲୀ,୧୦।୭:ପ୍ରାମାଣିକ ଚଳଚ୍ଚିତ୍ର ‘କାଳୀ’ର ଆପତ୍ତିଜନକ ପୋଷ୍ଟରକୁ ନେଇ ବିବାଦ ଥମୁନି। ବିବାଦ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ସ୍ବାମୀ ଆତ୍ମସ୍ଥାନନ୍ଦଙ୍କ ଶତବାର୍ଷିକୀ ଉତ୍ସବକୁ ସମ୍ବୋଧିତ କରିଥିଲେ। ଏଠାରେ ସେ ମା’ କାଳୀଙ୍କ ବିଷୟରେ ମଧ୍ୟ ଆଲୋଚନା କରିଥିଲେ। ସବୁକିଛି ମା’ଙ୍କ ଚେତନାରୁ ବ୍ୟାପିଛି। ମା’ କାଳୀଙ୍କ ଆଶୀର୍ବାଦ ସର୍ବଦା ଦେଶ ସହିତ ରହିଛି ସେ କହିଛନ୍ତି।
ପ୍ରଧାନମନ୍ତ୍ରୀ କହିଛନ୍ତି, ସ୍ବାମୀ ରାମକୃଷ୍ଣ ପରମହଂସ ଏପରି ଜଣେ ସାଧୁ, ଯିଏକି ମା’ କାଳୀଙ୍କ ସ୍ପଷ୍ଟ ଦର୍ଶନ ପାଇଥିଲେ। ସେ ସାରା ଜୀବନକୁ ମା’ କାଳୀଙ୍କ ଚରଣରେ ଉତ୍ସର୍ଗ କରିଥିଲେ। ସେ କହୁଥିଲେ – ଏହି ସମଗ୍ର ବିଶ୍ୱ, ଏହି ପରିବର୍ତ୍ତନଶୀଳ ଏବଂ ସ୍ଥିର, ସବୁକିଛି ମା’ଙ୍କ ଚେତନା ଦ୍ୱାରା ବିସ୍ତାରିତ। ଏହି ଚେତନା ପଶ୍ଚିମବଙ୍ଗ କାଳୀ ପୂଜାରେ ଦୃଶ୍ୟମାନ ହେଉଛି। ଏହି ସମାନ ଚେତନା ପଶ୍ଚିମବଙ୍ଗ ଏବଂ ସମଗ୍ର ଭାରତର ବିଶ୍ୱାସରେ ଦୃଶ୍ୟମାନ ହୁଏ। ଯେତେବେଳେ ବିଶ୍ୱାସ ଶୁଦ୍ଧ ହୁଏ, ଶକ୍ତି ଆମକୁ ମାର୍ଗଦର୍ଶନ କରେ। ମା’ କାଳୀଙ୍କ ଅସୀମିତ ଏବଂ ଅସୀମ ଆଶୀର୍ବାଦ ଭାରତ ସହିତ ଅଛି। ଆଜି ଭାରତ ଏହି ଆଧ୍ୟାତ୍ମିକ ଶକ୍ତି ସହିତ ଆଗକୁ ବଢୁଛି।
ପ୍ରଧାନମନ୍ତ୍ରୀ ମୋଦିଙ୍କ ଭାଷଣ ପରେ ଭାଜପା ଆଇଟି ସେଲ ମୁଖ୍ୟ ଅମିତ ମାଲଭିଆ ଟିଏମ୍‌ସି ନେତ୍ରୀ ମହୁଆ ମୋଇତ୍ରାଙ୍କୁ ଟାର୍ଗେଟ କରିଛନ୍ତି। ସେ ଟୁଇଟରରେ ଲେଖିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେବଳ ପଶ୍ଚିମବଙ୍ଗ ନୁହେଁ, ସମଗ୍ର ଭାରତକୁ ମା’ କାଳୀଙ୍କ ଭକ୍ତିର କେନ୍ଦ୍ର ବୋଲି ବର୍ଣ୍ଣନା କରିଛନ୍ତି। ଅନ୍ୟପକ୍ଷରେ ଟିଏମସି ଏମ୍‌ପି ମା’ କାଳୀଙ୍କୁ ଅପମାନିତ କରିଛନ୍ତି। ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେବା ପରିବର୍ତ୍ତେ ମମତା ବାନାର୍ଜୀ ସେମାନଙ୍କୁ ରକ୍ଷା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri