ଆମେରିକା ଗସ୍ତ ଶେଷ କରିବା ପରେ ଏକ ସ୍ବତନ୍ତ୍ର ଭିଡିଓ ଶେୟାର କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ/ଓ୍ବାଶିଟନ,୨୪।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦ ଆମେରିକାର ରାଜକୀୟ ଗସ୍ତ ଶେଷ କରିବା ପରେ ଇଜିପ୍ଟ ଅଭିମୁଖେ ଯାତ୍ରା କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କ ଆମେରିକା ଗସ୍ତ ଅନେକ କ୍ଷେତ୍ରରେଐତିହାସିକ ଥିଲା। ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଯାତ୍ରା ଶେଷରେ ଏକ ସ୍ବତନ୍ତ୍ର ଟୁଇଟ ମଧ୍ୟ କରିଛନ୍ତି। ପ୍ରଧାନମନ୍ତ୍ରୀ ଆମେରିକୀୟ ଗସ୍ତର ବିଶେଷ ମୂହୁର୍ତ୍ତଗୁଡିକର ଭିଡିଓ ଶେୟାର କରି ଲେଖିଛନ୍ତି ଯେ, ଏକ ବିଶେଷ ସ୍ବତନ୍ତ୍ର ଆମେରିକା ଗସ୍ତ ସମାପ୍ତ, ଯେଉଁଠାରେ ମୁଁ ଭାରତ-ଆମେରିକା ବନ୍ଧୁତାକୁ ତ୍ୱରାନ୍ବିତ କରିବା ଉଦ୍ଦେଶ୍ୟରେ ଅନେକ କାର୍ଯ୍ୟକ୍ରମ ଏବଂ ପାରସ୍ପରିକ ଯୋଗଦାନରେ ସାମିଲ ହେବାକୁ ସୁଯୋଗ ପାଇଛି। ଆମ ଦେଶକୁ ଆଗାମୀ ପିଢିଙ୍କ ପାଇଁ ଏକ ଉତ୍ତମ ସ୍ଥାନ କରିବା ପାଇଁ ଆମେ ମିଳିତ ଭାବେ କାର୍ଯ୍ୟ ଜାରି ରଖିବୁ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ଗସ୍ତ ସମୟରେ ରାଷ୍ଟ୍ରପତି ଜୋ ବାଇଡେନଙ୍କ ସହ ଆଲୋଚନା କରିଥିଲେ ଏବଂ ଆମେରିକା କଂଗ୍ରେସ(ସଂସଦ)ର ମିଳିତ ଅଧିବେଶନରେ ସମ୍ବୋଧିତ କରିଥିଲେ। ବର୍ତ୍ତମାନ ରାଷ୍ଟ୍ରପତି ଅବଦେଲ ଫତାହ ଅଲ-ସିସିଙ୍କ ନିମନ୍ତ୍ରଣରେ ପ୍ରଧାନମନ୍ତ୍ରୀ ମୋଦି ଦୁଇ ଦିନିଆ ଇଜିପ୍ଟ ଗସ୍ତରେ ଅଛନ୍ତି। ୧୯୯୭ରୁ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀଙ୍କ ଏହା ପ୍ରଥମ ସରକାରୀ ଗସ୍ତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri