Posted inଜାତୀୟ

ଶିବାଜୀ ହିଁ ଶେଷ କରିଥିଲେ ଦାସତ୍ୱର ମାନସିକତା: ମୋଦି

ନୂଆଦିଲ୍ଲୀ,୨।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଛତ୍ରପତି ଶିବାଜୀ ମହାରାଜଙ୍କ ରାଜତିଳକର ୩୫୦ ବର୍ଷ ପୂର୍ତ୍ତି ଅବସରରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ମୋଦି କହିଛନ୍ତି, ଛତ୍ରପତି ଶିବାଜୀ ମହାରାଜ ଦାସତ୍ୱର ମାନସିକତାକୁ ଶେଷ କରିଥିଲେ। ଶିବାଜୀ ମହାରାଜ ସର୍ବଦା ଦେଶର ଏକତା ଓ ଅଖଣ୍ଡତାକୁ ସର୍ବୋପରି ରଖିଛନ୍ତି। ଆଜି ‘ଗୋଟିଏ ଭାରତ ଶ୍ରେଷ୍ଠ ଭାରତ’ ଭିଜନରେ ଶିବାଜୀ ମହାରାଜାଙ୍କ ବିଚାରର ହିଁ ପ୍ରତିବିମ୍ବ ଭାବେ ଦେଖାଯାଉଛି।

ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଛତ୍ରପତି ଶିବାଜୀ ମହାରାଜଙ୍କ ରାଜ୍ୟାଭିଷେକ ଦିବସ ନୂଆ ଚେତନା, ନୂତନ ଶକ୍ତି ଆଣିଛି। ଛତ୍ରପତି ଶିବାଜୀ ମହାରାଜଙ୍କ ରାଜ୍ୟାଭିଷେକ ସେହି ସମୟର ଏକ ଚମତ୍କାର ଏବଂ ବିଶେଷ ଅଧ୍ୟାୟ । ଜାତୀୟ କଲ୍ୟାଣ ଏବଂ ଜନ କଲ୍ୟାଣ ତାଙ୍କ ଶାସନର ମୌଳିକ ଉପାଦାନ । ଆଜି ମୁଁ ଛତ୍ରପତି ଶିବାଜୀ ମହାରାଜଙ୍କ ପାଦତଳେ କୋଟଇ କୋଟି ପ୍ରଣାମ କରୁଛି।
ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଶହ ଶହ ବର୍ଷର ଦାସତ୍ୱ ଦେଶବାସୀଙ୍କଠାରୁ ସେମାନଙ୍କ ଆତ୍ମବିଶ୍ୱାସ ଛଡ଼ାଇ ନେଇଛି, ଏଭଳି ସମୟରେ ଲୋକଙ୍କ ଉପରେ ଆତ୍ମବିଶ୍ୱାସ ସୃଷ୍ଟି କରିବା ଏକ କଷ୍ଟସାଧ୍ୟ କାର୍ଯ୍ୟ ଥିଲା। ସେହି ସମୟରେ ଛତ୍ରପତି ଶିବାଜୀ ମହାରାଜ କେବଳ ଆକ୍ରମଣକାରୀଙ୍କ ବିରୁଦ୍ଧରେ ଲଢି ନ ଥିଲେ ବରଂ ଆତ୍ମ-ଶାସନ ସମ୍ଭବ ବୋଲି ଜନସାଧାରଣଙ୍କ ମନରେ ବିଶ୍ୱାସ ସୃଷ୍ଟି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri