Posted inଜାତୀୟ

‘ସ୍ନେହ ଯାତ୍ରା’ ଆରମ୍ଭ କରିବାକୁ କାର୍ଯ୍ୟକର୍ତ୍ତାଙ୍କୁ ନିର୍ଦ୍ଦେଶ ଦେଲେ ପ୍ରଧାନମନ୍ତ୍ରୀ

ହାଇଦ୍ରାବାଦ୍‌,୩।୭: ହାଇଦ୍ରାବାଦରେ ଭାଜପାର ଦୁଇଦିନିଆ ଜାତୀୟ କାର୍ଯ୍ୟକାରିଣୀ ବୈଠକ ଶେଷ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ବୈଠକରେ ଯୋଗ ଦେଇ ହାଇଦ୍ରାବାଦକୁ ଭାଗ୍ୟ ନଗର ବୋଲି କହିଛନ୍ତି। ସେ କହିଛନ୍ତି, ଭାଗ୍ୟନଗରରେ ହିଁ ସର୍ଦ୍ଦାର ପଟେଲ ‘ଏକ ଭାରତ, ଶ୍ରେଷ୍ଠ ଭାରତ’ର ସ୍ଲୋଗାନ ଦେଇଥିଲେ। ଆମର କେବଳ ଗୋଟିଏ ଆଦର୍ଶ ଅଛି – ଦେଶ ପ୍ରଥମ, ଆମର କେବଳ ଗୋଟିଏ କାର୍ଯ୍ୟକ୍ରମ ଅଛି -ଦେଶ ପ୍ରଥମ। ତୁଷ୍ଟୀକରଣ ଶେଷ କରିବା ଆମର ଲକ୍ଷ୍ୟ। ଆମେ ତୃପ୍ତୀକରଣ ପଥ ଆପଣାଇଛୁ।
ଏହାପୂର୍ବରୁ ପ୍ରଧାନମନ୍ତ୍ରୀ ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ପ୍ରାର୍ଥିତ୍ୱକୁ ପ୍ରଶଂସା କରି ଏହାକୁ ଐତିହାସିକ ବୋଲି କହିଥିଲେ। ଯଦି ଜୁଲାଇ ୧୮ରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନରେ ମୁର୍ମୁ ନିର୍ବାଚିତ ହୁଅନ୍ତି, ତେବେ ଦେଶର ପ୍ରଥମ ଆଦିବାସୀ ମହିଳା ରାଷ୍ଟ୍ରପତି ହେବା ଦେଶ ପାଇଁ ଗୌରବର ବିଷୟ।
ଏହାସହ ଭାଜପାର ଜାତୀୟ କାର୍ଯ୍ୟକାରିଣୀ ବୈଠକରେ ପ୍ରଧାନମନ୍ତ୍ରୀ ମୋଦି ଦଳର ସଦସ୍ୟମାନଙ୍କୁ ‘ସ୍ନେହ ଯାତ୍ରା’ ଆରମ୍ଭ କରି ସମାଜର ସମସ୍ତ ବର୍ଗରେ ପହଞ୍ଚିବାକୁ କହିଥିଲେ। ଦୀର୍ଘ ଦିନ ଧରି ଭାରତକୁ ଶାସନ କରୁଥିବା ଦଳଗୁଡ଼ିକ ବର୍ତ୍ତମାନ ଅସ୍ତିତ୍ୱ ହରାଇବାକୁ ବସିଛନ୍ତି। ଆମେ ସେମାନଙ୍କୁ ପରିହାସ କରିବା ଉଚିତ ନୁହେଁ, କିନ୍ତୁ ସେମାନଙ୍କ ଭୁଲରୁ ଶିଖିବା ଆବଶ୍ୟକ। ଏହାସହ ପରିବାରବାଦ ରାଜନୀତି ବନ୍ଦ କରିବାକୁ ମଧ୍ୟ ପ୍ରଧାନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

ପ୍ରେମ ସପ୍ତାହରେ ରକ୍ତରଂଜିତ କାହାଣୀ: ତ୍ରିକୋଣୀୟ ପ୍ରେମକୁ ନେଇ ଜଘନ୍ୟ ହତ୍ୟାକାଣ୍ଡ

ଭୁବନେଶ୍ୱର,୯।୨: ରାଜଧାନୀ ଭୁବନେଶ୍ୱରରେ ଏକ ସିନେମା ଷ୍ଟାଇଲ୍‌ରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ। ‘ଚକୋଲେଟ୍ ଡେ’ ପାଳନ ପରେ ପ୍ରେମିକର ବେକ କାଟି ହତ୍ୟା କରିବା ସହ ପ୍ରମାଣ…

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

ଗୁରୁବାର ଭାରତ ବନ୍ଦ ଡାକରା: କ’ଣ ରହିବ ଖୋଲା, କ’ଣ ବନ୍ଦ, ଜାଣନ୍ତୁ…

ନୂଆଦିଲ୍ଲୀ,୯।୨: କେନ୍ଦ୍ରୀୟ ଟ୍ରେଡ ୟୁନିଅନ ଦ୍ୱାରା କୃଷକ ସଂଗଠନଗୁଡ଼ିକର ଦୃଢ଼ ସମର୍ଥନ ସହିତ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଫେବୃଆରୀ ୧୨ ତାରିଖ ଅର୍ଥାତ୍‌ ଗୁରୁବାର ଭାରତରେ…

“ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟାରେ କୌଣସି ବାଧା ସହିବୁ ନାହିଁ”: ସୁପ୍ରିମକୋର୍ଟଙ୍କ ଚେତାବନୀ

ନୂଆଦିଲ୍ଲୀ,୯।୨: ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (SIR) ପ୍ରକ୍ରିୟାକୁ ନେଇ ସୁପ୍ରିମକୋର୍ଟ ସବୁ ରାଜ୍ୟ ସରକାରଙ୍କୁ ଏକ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ପ୍ରଧାନ ବିଚାରପତି ସୂର୍ଯ୍ୟକାନ୍ତଙ୍କ ନେତୃତ୍ୱରେ…

ଚର୍ଚ୍ଚାରେ ପ୍ରଶାସନ, ଡାକ୍ତରଙ୍କୁ ମିଳିଲା ହସ୍ପିଟାଲରୁ କୁକୁର ଘଉଡ଼ାଇବା ପାଇଁ ଦାୟିତ୍ୱ

ଜୟପୁର,୯।୨: ରାଜସ୍ଥାନର ଜୟସଲମେର ଜିଲ୍ଲାର ସବୁଠାରୁ ବଡ଼ ସରକାରୀ ହସ୍ପିଟାଲ ସରକାରୀ ଜବାହାର ହସ୍ପିଟାଲରେ କୁକୁର ହଟାଇବା ଅଭିଯାନ ଚାଲିଛି । ହସ୍ପିଟାଲ ପ୍ରଶାସନ ଦ୍ୱାରା ଜାରି…

୧୦୦ ଟପିବ ପେଟ୍ରୋଲ ଦର? ଟ୍ରମ୍ପଙ୍କ ଯୋଗୁ ଗୋଟିଏ ଝଟକାରେ ହୁ ହୁ ହୋଇ ବଢ଼ିବାକୁ ଯାଉଛି ମୂଲ୍ୟ…!

ନୂଆଦିଲ୍ଲୀ,୯।୨: ଭାରତ ଏବଂ ଆମେରିକା ମଧ୍ୟରେ ନିକଟରେ ହୋଇଥିବା ଟ୍ରେଡ୍‌ ଡିଲ(ବାଣିଜ୍ୟ ଚୁକ୍ତି) ନେଇ ଜୋରଦାର ଚର୍ଚ୍ଚା ହେଉଛି। କାରଣ ଏହା ଭାରତର ସାଧାରଣ ନାଗରିକଙ୍କୁ ମହଙ୍ଗା…

ଧରିତ୍ରୀ ପ୍ରଭାବ: ତତ୍ପରତା ଦେଖାଇଲା ବିଦ୍ୟୁତ ବିଭାଗ

ଦାରିଙ୍ଗବାଡି, ୯।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଶ୍ରାନିକେତା ପଞ୍ଚାୟତ ଡାବୁଲୁମାହାଠାରୁ ତେରବାଡିକୁ ସଂଯୋଗ କରୁଥିବା ଗ୍ରାମ୍ୟ ଉନ୍ନୟନ ବିଭାଗର ରାସ୍ତା ଉପରେ ବିଦ୍ୟୁତ ତାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri