Posted inଜାତୀୟ

୨୨ ଏପ୍ରିଲର ପ୍ରତିଶୋଧ ୨୨ ମିନିଟ୍‌ରେ ନେଇଛୁ-ବିରୋଧୀଙ୍କ ଉପରେ ବର୍ଷିଲେ ମୋଦି, ଲୋକ ସଭାରେ କହିଲେ… 

ନୂଆଦିଲ୍ଲୀ,୨୯।୭:  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକ ସଭାରେ ପହଲଗାମ ଏବଂ ଅପରେସନ ସିନ୍ଦୂର ଉପରେ ଆଲୋଚନାରେ ଭାଗ ନେଇଛନ୍ତି। ମଙ୍ଗଳବାର ସଦନରେ ମୋଦି କହିଛନ୍ତି ଯେ ସେ ଭାରତର ପକ୍ଷ ରଖିବା ପାଇଁ  ଏବଂ ଯେଉଁମାନେ ଭାରତର ପକ୍ଷ ଦେଖି ପାରୁନାହାନ୍ତି, ସେମାନଙ୍କୁ ଆଇନା ଦେଖାଇବା ପାଇଁ ଛିଡ଼ା ହୋଇଛି। ଅପରେସନ ସିନ୍ଦୂର ସମୟରେ ଦେଶବାସୀଙ୍କ ସମର୍ଥନ ଓ ଆଶୀର୍ବାଦ ପାଇଁ ସେ ଋଣୀ। ତେବେ ୨୨ ଏପ୍ରିଲର ଆକ୍ରମଣର ପ୍ରତିଶୋଧ ୨୨ ମିନିଟ ମଧ୍ୟରେ ନିଆଯାଇଥିଲା ବୋଲି ମୋଦି କହିଛନ୍ତି।
ପିଏମ୍‌ ଆହୁରି କହିଛନ୍ତି ଯେ, ୨୨ ଏପ୍ରିଲରେ ପହଲଗାମରେ ହୋଇଥିବା ଘଟଣା, ଯେଉଁଠାରେ ଆତଙ୍କବାଦୀମାନେ ନିରୀହ ଲୋକଙ୍କୁ ସେମାନଙ୍କ ଧର୍ମ ପଚାରି ଗୁଳି ମାରିଥିଲେ, ଏହା ଥିଲା ନିର୍ମମତାର ଚରମ ସୀମା। ଏହା ଭାରତକୁ ହିଂସାର ନିଆଁରେ ଜଳାଇବାର ଏକ ସୁଚିନ୍ତିତ ଷଡ଼ଯନ୍ତ୍ର ଥିଲା। ଦେଶବାସୀଙ୍କ ଏକତା ସହିତ ଏହି ଷଡ଼ଯନ୍ତ୍ରକୁ ବିଫଳ କରିଥିବାରୁ ସେ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି। ପିଏମ କହିଛନ୍ତି ଯେ ସେନାକୁ କାର୍ଯ୍ୟାନୁଷ୍ଠାନ ପାଇଁ ସ୍ପଷ୍ଟ ନିର୍ଦ୍ଦେଶ ଦିଆଯାଇଥିଲା। ୨୨ ଏପ୍ରିଲ ପରେ ସେ ବିଦେଶରୁ ଫେରି ଏକ ବୈଠକ ଡାକି ଆତଙ୍କବାଦକୁ କଡ଼ା ଜବାବ ଦେବାକୁ ନିର୍ଦ୍ଦେଶ ଦେଇଥିଲେ। ସେନାକୁ କାର୍ଯ୍ୟାନୁଷ୍ଠାନର ସମ୍ପୂର୍ଣ୍ଣ ସ୍ବାଧୀନତା ଦିଆଯାଇଥିଲା। ସେମାନେ ନିଷ୍ପତ୍ତି ନେଇଥିଲେ କେବେ, କେଉଁଠାରେ ଓ କିପରି ଜବାବ ଦେବେ। ଆତଙ୍କବାଦୀମାନଙ୍କୁ ଏଭଳି ଶାସ୍ତି ଦିଆଯାଇଛି ଯେ ସେମାନଙ୍କ ମୁଖିଆମାନଙ୍କ ନିଦ ହଜିଛି।
ମୋଦି ଆହୁରି ମଧ୍ୟ କହିଛନ୍ତି ଯେ ପହଲଗାମ ଆକ୍ରମଣ ପରେ ପାକିସ୍ତାନୀ ସେନାକୁ ଭାରତର ବଡ଼ କାର୍ଯ୍ୟାନୁଷ୍ଠାନର ଆଶଙ୍କା ହୋଇଥିଲା। ପାକିସ୍ତାନ ପକ୍ଷରୁ ପରମାଣୁ ଧମକ ମଧ୍ୟ ଆସିଥିଲା। କିନ୍ତୁ ୬ ମେ’ ରାତି ଓ ୭ ମେ’ ସକାଳେ ଭାରତୀୟ ସେନା ନିର୍ଦ୍ଧାରିତ ଲକ୍ଷ୍ୟ ସହିତ ୨୨ ମିନିଟ ମଧ୍ୟରେ ପ୍ରତିଶୋଧ ନେଇଥିଲା। ପାକିସ୍ତାନର ଆତଙ୍କବାଦୀ ଅଡ୍ଡାଗୁଡ଼ିକୁ ବାହାବଲପୁର ପର୍ଯ୍ୟନ୍ତ ଧ୍ୱଂସ କରାଯାଇଥିଲା। ପାକିସ୍ତାନର ପରମାଣୁ ଧମକକୁ ଭାରତ ମିଛ ପ୍ରମାଣିତ କରିଛି। ଭାରତ ଦେଖାଇ ଦେଇଛି ଯେ ଏଭଳି ବ୍ଲାକମେଲିଂ ଆଗକୁ ଚାଲିବ ନାହିଁ ଏବଂ ଭାରତ ଏହା ଆଗରେ ମୁଣ୍ଡ ନୁଆଇବ ନାହିଁ ବୋଲି ସେ କହିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଗ୍ୟାସ କନେକ୍ସନ ନେଉଥିଲେ ବଡ଼ ଘୋଷଣା, ଏପ୍ରିଲ ୩୦ ଯାଏ ମାଗଣା ମିଳିବ ଗ୍ୟାସ…

ନୂଆଦିଲ୍ଲୀ,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଯୋଗୁଁ ତରଳ ପେଟ୍ରୋଲିୟମ ଗ୍ୟାସ (LPG) ବ୍ୟବହାରକାରୀମାନେ ସମ୍ମୁଖୀନ ହେଉଥିବା ଅସୁବିଧା ମଧ୍ୟରେ, ପାଇପଲାଇନ ମାଧ୍ୟମରେ ପ୍ରାକୃତିକ ଗ୍ୟାସ ଯୋଗାଣ କରୁଥିବା…

ଚିର ନିଦ୍ରାରେ ହରିଶ ରାଣା: ୧୩ ବର୍ଷର ଯନ୍ତ୍ରଣାରୁ ମୁକ୍ତି, ସୁପ୍ରିମକୋର୍ଟଙ୍କ ଅନୁମତି ପରେ ମିଳିଲା ‘ଇଚ୍ଛାମୃତ୍ୟୁ’

ନୂଆଦିଲ୍ଲୀ,୨୪।୩: ଦୀର୍ଘ ୧୩ ବର୍ଷ ଧରି କୋମାରେ ରହି ମୃତ୍ୟୁ ସହ ସଂଗ୍ରାମ କରୁଥିବା ହରିଶ ରାଣା ଶେଷରେ ଆଖି ବୁଜିଛନ୍ତି। ଭାରତର ସର୍ବୋଚ୍ଚ ନ୍ୟାୟାଳୟଙ୍କ ଐତିହାସିକ…

ଯୁଦ୍ଧ ଭିତରେ ୫୦ବର୍ଷର ରେକର୍ଡ ଭାଙ୍ଗିଲା ସୁନା, ଏତେ ଖସିଲା ଯେ ବିଶେଷଜ୍ଞ ହୋଇଗଲେ ତାଜୁବ!

ନୂଆଦିଲ୍ଲୀ,୨୪।୩: ବିଶ୍ୱ ବଜାରରେ ଚାଲିଥିବା ଅସ୍ଥିରତା ମଧ୍ୟରେ, ସୁନା ମୂଲ୍ୟ ନିବେଶକମାନଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଗତ 25 ଦିନ ମଧ୍ୟରେ ସୁନା ମୂଲ୍ୟରେ ହ୍ରାସ…

ଯୁଦ୍ଧ ବନ୍ଦ ଘୋଷଣା କରି ଟ୍ରମ୍ପ କମାଉଛନ୍ତି ମୋଟା ଅଙ୍କର ଟଙ୍କା! ଜାଣିଲେ ଉଡିବ ହୋସ୍‌

ଓ଼୍ବାଶିଂଟନ,୨୪।୩: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଟ୍ରମ୍ପ ଇରାନକୁ 48 ଘଣ୍ଟାର ଅଲଟିମେଟମ ଦେଇଥିଲେ: ଶତ୍ରୁତା ବନ୍ଦ କର, ନଚେତ ଆମେରିକା ଇରାନର…

LPG ବୁକିଂ ନେଇ ଆସିଲା ନୂଆ ନିୟମ: ଗୋଟିଏ ମାସରେ କେତେ ଗ୍ୟାସ ସିଲିଣ୍ଡର ହୋଇପାରିବ ବୁକ୍‌, ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ପ୍ରତ୍ୟେକ ଘରକୁ ନିରବଚ୍ଛିନ୍ନ ଗ୍ୟାସ ଯୋଗାଣ ସୁନିଶ୍ଚିତ କରିବା ପାଇଁ, ସରକାର କିଛି ନିୟମ ସ୍ଥାପନ କରିଛନ୍ତି। ପ୍ରତ୍ୟେକ…

ଯୁଦ୍ଧ ସଙ୍କଟକୁ ନେଇ ରାଜ୍ୟ ସଭାରେ ଏମିତି କ’ଣ କହିଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୪।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରାଜ୍ୟ ସଭାରେ ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ଏବଂ ଭାରତର ରଣନୀତିର ବିଭିନ୍ନ ଦିଗ ଉପରେ ଆଲୋଚନା କରିଛନ୍ତି। ପଶ୍ଚିମ…

ଯୁଦ୍ଧ ଭିତରେ ଚାଷୀଙ୍କ ପାଇଁ ବଡ଼ ପଦକ୍ଷେପ ନେଲେ ମୋଦି ସରକାର, ଅଂଶୀଦାର ହେବେ ଚାଇନା, ରୁଷିଆ…

ନୂଆଦିଲ୍ଲୀ,୨୪।୩: ଆମେରିକା ଏବଂ ଇସ୍ରାଏଲ ସହିତ ଇରାନର ଚାଲିଥିବା ଯୁଦ୍ଧ ବିଶ୍ୱର ଅନେକ ଦେଶ ସହିତ ଭାରତକୁ ଏକ କଷ୍ଟକର ପରିସ୍ଥିତିରେ ପକାଇଛି। ପଶ୍ଚିମ ଏସିଆରେ ଦେଖାଦେଇଥିବା…

କଲେଜ ଛାତ୍ରୀଙ୍କୁ ଅପହରଣ ଅଭିଯୋଗ, ଥାନାରେ ଏତଲା ଦେଲେ ହତ୍ୟା….

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର କଲେଜରେ ଯୁକ୍ତ ୨ ଦ୍ୱିତୀୟ ବର୍ଷ କଳା ବିଭାଗରେ ପଢୁଥିବା ଜଣେ ୧୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri