Posted inଜାତୀୟ

୨୨ ଏପ୍ରିଲର ପ୍ରତିଶୋଧ ୨୨ ମିନିଟ୍‌ରେ ନେଇଛୁ-ବିରୋଧୀଙ୍କ ଉପରେ ବର୍ଷିଲେ ମୋଦି, ଲୋକ ସଭାରେ କହିଲେ… 

ନୂଆଦିଲ୍ଲୀ,୨୯।୭:  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକ ସଭାରେ ପହଲଗାମ ଏବଂ ଅପରେସନ ସିନ୍ଦୂର ଉପରେ ଆଲୋଚନାରେ ଭାଗ ନେଇଛନ୍ତି। ମଙ୍ଗଳବାର ସଦନରେ ମୋଦି କହିଛନ୍ତି ଯେ ସେ ଭାରତର ପକ୍ଷ ରଖିବା ପାଇଁ  ଏବଂ ଯେଉଁମାନେ ଭାରତର ପକ୍ଷ ଦେଖି ପାରୁନାହାନ୍ତି, ସେମାନଙ୍କୁ ଆଇନା ଦେଖାଇବା ପାଇଁ ଛିଡ଼ା ହୋଇଛି। ଅପରେସନ ସିନ୍ଦୂର ସମୟରେ ଦେଶବାସୀଙ୍କ ସମର୍ଥନ ଓ ଆଶୀର୍ବାଦ ପାଇଁ ସେ ଋଣୀ। ତେବେ ୨୨ ଏପ୍ରିଲର ଆକ୍ରମଣର ପ୍ରତିଶୋଧ ୨୨ ମିନିଟ ମଧ୍ୟରେ ନିଆଯାଇଥିଲା ବୋଲି ମୋଦି କହିଛନ୍ତି।
ପିଏମ୍‌ ଆହୁରି କହିଛନ୍ତି ଯେ, ୨୨ ଏପ୍ରିଲରେ ପହଲଗାମରେ ହୋଇଥିବା ଘଟଣା, ଯେଉଁଠାରେ ଆତଙ୍କବାଦୀମାନେ ନିରୀହ ଲୋକଙ୍କୁ ସେମାନଙ୍କ ଧର୍ମ ପଚାରି ଗୁଳି ମାରିଥିଲେ, ଏହା ଥିଲା ନିର୍ମମତାର ଚରମ ସୀମା। ଏହା ଭାରତକୁ ହିଂସାର ନିଆଁରେ ଜଳାଇବାର ଏକ ସୁଚିନ୍ତିତ ଷଡ଼ଯନ୍ତ୍ର ଥିଲା। ଦେଶବାସୀଙ୍କ ଏକତା ସହିତ ଏହି ଷଡ଼ଯନ୍ତ୍ରକୁ ବିଫଳ କରିଥିବାରୁ ସେ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି। ପିଏମ କହିଛନ୍ତି ଯେ ସେନାକୁ କାର୍ଯ୍ୟାନୁଷ୍ଠାନ ପାଇଁ ସ୍ପଷ୍ଟ ନିର୍ଦ୍ଦେଶ ଦିଆଯାଇଥିଲା। ୨୨ ଏପ୍ରିଲ ପରେ ସେ ବିଦେଶରୁ ଫେରି ଏକ ବୈଠକ ଡାକି ଆତଙ୍କବାଦକୁ କଡ଼ା ଜବାବ ଦେବାକୁ ନିର୍ଦ୍ଦେଶ ଦେଇଥିଲେ। ସେନାକୁ କାର୍ଯ୍ୟାନୁଷ୍ଠାନର ସମ୍ପୂର୍ଣ୍ଣ ସ୍ବାଧୀନତା ଦିଆଯାଇଥିଲା। ସେମାନେ ନିଷ୍ପତ୍ତି ନେଇଥିଲେ କେବେ, କେଉଁଠାରେ ଓ କିପରି ଜବାବ ଦେବେ। ଆତଙ୍କବାଦୀମାନଙ୍କୁ ଏଭଳି ଶାସ୍ତି ଦିଆଯାଇଛି ଯେ ସେମାନଙ୍କ ମୁଖିଆମାନଙ୍କ ନିଦ ହଜିଛି।
ମୋଦି ଆହୁରି ମଧ୍ୟ କହିଛନ୍ତି ଯେ ପହଲଗାମ ଆକ୍ରମଣ ପରେ ପାକିସ୍ତାନୀ ସେନାକୁ ଭାରତର ବଡ଼ କାର୍ଯ୍ୟାନୁଷ୍ଠାନର ଆଶଙ୍କା ହୋଇଥିଲା। ପାକିସ୍ତାନ ପକ୍ଷରୁ ପରମାଣୁ ଧମକ ମଧ୍ୟ ଆସିଥିଲା। କିନ୍ତୁ ୬ ମେ’ ରାତି ଓ ୭ ମେ’ ସକାଳେ ଭାରତୀୟ ସେନା ନିର୍ଦ୍ଧାରିତ ଲକ୍ଷ୍ୟ ସହିତ ୨୨ ମିନିଟ ମଧ୍ୟରେ ପ୍ରତିଶୋଧ ନେଇଥିଲା। ପାକିସ୍ତାନର ଆତଙ୍କବାଦୀ ଅଡ୍ଡାଗୁଡ଼ିକୁ ବାହାବଲପୁର ପର୍ଯ୍ୟନ୍ତ ଧ୍ୱଂସ କରାଯାଇଥିଲା। ପାକିସ୍ତାନର ପରମାଣୁ ଧମକକୁ ଭାରତ ମିଛ ପ୍ରମାଣିତ କରିଛି। ଭାରତ ଦେଖାଇ ଦେଇଛି ଯେ ଏଭଳି ବ୍ଲାକମେଲିଂ ଆଗକୁ ଚାଲିବ ନାହିଁ ଏବଂ ଭାରତ ଏହା ଆଗରେ ମୁଣ୍ଡ ନୁଆଇବ ନାହିଁ ବୋଲି ସେ କହିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ଦଶମ ଶ୍ରେଣୀ ପରୀକ୍ଷା ତାରିଖ: ଏହି ଦିନ ସକାଳ ୯ଟାରୁ ଆରମ୍ଭ ହେବ ପରୀକ୍ଷା, ଜାଣନ୍ତୁ ସମ୍ପୂର୍ଣ୍ଣ…

ଭୁବନେଶ୍ୱର, ୧୩।୧୧: ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଚଳିତ ଶିକ୍ଷାବର୍ଷର ଦଶମ ଶ୍ରେଣୀ (ମାଟ୍ରିକ୍) ବୋର୍ଡ ପରୀକ୍ଷା ପାଇଁ ବିସ୍ତୃତ କାର୍ଯ୍ୟସୂଚୀ ପ୍ରକାଶ ପାଇଛି।…

ହୋଟେଲ ରୁମରେ ଲୁଚି ରହିଛି କି କ୍ୟାମେରା? ଜାଣନ୍ତୁ କିପରି ସ୍ମାର୍ଟଫୋନ୍ ମାଧ୍ୟମରେ ସହଜରେ କରିବେ ଯାଞ୍ଚ

କୌଣସି ହୋଟେଲରେ ରହିବା ସମୟରେ ଆମେ ସାଧାରଣତଃ କୋଠରୀର ପରିଷ୍କାର ପରିଚ୍ଛନ୍ନତା, ବେଡ୍ ଏବଂ ଅନ୍ୟାନ୍ୟ ସୁବିଧା ଉପରେ ଅଧିକ ଧ୍ୟାନ ଦେଇଥାଉ। କିନ୍ତୁ କେବେ ଆପଣ…

ଗଞ୍ଜାମ ଜିଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍: ଶନିବାର-ରବିବାର ବି ଖୋଲା ରହିବ…

ଛତ୍ରପୁର,୧୩ା୧୧(ଦିଲ୍ଲୀପ ସାମଲ): ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ପୁନରୁଦ୍ଧାର ଏବଂ ଥଇଥାନ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି।…

ପାକିସ୍ତାନର ବେଲୁଚିସ୍ତାନରେ ଭୟଙ୍କର ଆତ୍ମଘାତୀ କାର ବୋମା ବିସ୍ଫୋରଣ: ୫ ମୃତ, ୧୩ ଆହତ; ବିଏଲ୍ଏ ନେଲା ଦାୟିତ୍ବ

ବେଲୁଚିସ୍ତାନ,୧୩।୧୧: ପାକିସ୍ତାନର ବେଲୁଚିସ୍ତାନ ପ୍ରାନ୍ତରେ ଏକ ସୁରକ୍ଷା ଚୌକି ଉପରେ ହୋଇଥିବା ଭୟଙ୍କର କାର ବୋମା ବିସ୍ଫୋରଣରେ ୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୩ ଜଣ…

୧୮ ଘଣ୍ଟାର ବଡ଼ ଆଉଟେଜ୍‌ ପରେ ସ୍ବାଭାବିକ ହେଲା Microsoft ସେବା: କୋଟି କୋଟି ବ୍ୟବହାରକାରୀଙ୍କୁ ବଡ଼ ଆଶ୍ବସ୍ତି

ନୂଆଦିଲ୍ଲୀ,୧୩।୧୧: ବିଶ୍ବର କୋଟି କୋଟି ମାଇକ୍ରୋସଫ୍ଟ ୩୬୫ (Microsoft 365) ବ୍ୟବହାରକାରୀଙ୍କ ପାଇଁ ଏକ ବଡ଼ ଆଶ୍ବସ୍ତିକର ଖବର ସାମ୍ନାକୁ ଆସିଛି। ଗୁରୁବାର ରାତିରୁ ଆରମ୍ଭ ହୋଇଥିବା…

ଆସାମରେ ମର୍ମନ୍ତୁଦ ଦୁର୍ଘଟଣା: କଣ୍ଟେନର ଟ୍ରକ୍‌ ସହ ମିନି ବସ୍‌ ମୁହାଁମୁହିଁ, ଚାଲିଗଲା ୨୩ ଯାତ୍ରୀଙ୍କ ଜୀବନ

କାଜିରଙ୍ଗା,୧୩।୧୧: ଆସାମ କାଜିରଙ୍ଗାରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ କଣ୍ଟେନର ଟ୍ରକ୍‌ ସହ ମିନି ବସ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ…

ଗଞ୍ଜାମ ବନ୍ୟାକୁ ଜାତୀୟ ବିପତ୍ତି ଘୋଷଣା ଦାବି: ଚାଷୀଙ୍କୁ ବୀମା ରାଶି ସହ କୃଷି ଋଣ ଛାଡ଼ ନେଇ…

ଛତ୍ରପୁର,୧୩ା୧୧(ଦିଲ୍ଲୀପ ସାମଲ): ବାତ୍ୟା ଅର୍ଣ୍ଣବ ପରବର୍ତ୍ତୀ ବନ୍ୟାରେ ଗଞ୍ଜାମ ଜିଲାର ବ୍ୟାପକ କ୍ଷୟକ୍ଷତି ହୋଇଥିବାରୁ ଏହାକୁ ଜାତୀୟ ବିପତ୍ତି ଭାବେ ଘୋଷଣା କରିବା ସହ କ୍ଷତିଗ୍ରସ୍ତ ପରିବାରଙ୍କୁ…

କାଠ ଚୁଲିରୁ ଗ୍ୟାସ୍‌ ସିଲିଣ୍ଡର ପାଇପ୍‌ରେ ଲାଗିଲା ନିଆଁ, ବିସ୍ଫୋରଣ ହେବାରୁ…

ଭଞ୍ଜନଗର,୧୩ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ତହସିଲ ଅନ୍ତର୍ଗତ ଅଗଝୋଳ ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଅଗ୍ନିକାଣ୍ଡ ଘଟିଛି। କାଠ ଚୁଲିର ନିଆଁରୁ ଗ୍ୟାସ୍‌ ସିଲିଣ୍ଡର ପାଇପ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?