Posted inଖେଳ

ବିଶ୍ୱକପ୍‌ ବିଜେତା ଟିମ୍‌ର ଏହି ୬ଜଣଙ୍କୁ ସ୍ବତନ୍ତ୍ର ଭାବେ ଫୋନ୍‌ କଲେ ପ୍ରଧାନମନ୍ତ୍ରୀ, କହିଲେ…

ନୂଆଦିଲ୍ଲୀ,୩୦।୬: ଟି୨୦ ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆର ବିଜୟକୁ ନେଇ ସାରା ଦେଶ ଉତ୍ସବମୁଖର। ଏହାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱ ବିଜେତା ଟିମ୍‌କୁ ଶୁଭେଚ୍ଛା ଜଣାଇବା ସହ ୬ ଲୋକଙ୍କୁ ସ୍ବତନ୍ତ୍ର ଭାବେ ଧନ୍ୟବାଦ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଅଧିନାୟକ ରୋହିତ ଶର୍ମା, ବିରାଟ କୋହଲି, ହାର୍ଦ୍ଦିକ ପାଣ୍ଡ୍ୟା,ସୂର୍ଯ୍ୟକୁମାର ଯାଦବ, ଜସପ୍ରିତ ବୁମ୍‌ରା ଏବଂ କୋଚ୍‌ ରାହୁଲ ଦ୍ରାବିଡଙ୍କୁ ଫୋନ୍‌ କରି ବିଜେତା ହେବାର ଶୁଭେଚ୍ଛା ଜଣାଇଛନ୍ତି।

ମୋଦି କୋହଲିଙ୍କ ଯୋଗଦାନକୁ ସହ ଉଲ୍ଲେଖନୀୟ ଇନିଂସ ଲାଗି ପ୍ରଶଂସା କରିଥିଲେ। କୋହଲି ଭାରତୀୟ ବ୍ୟାଟିଂକୁ ଭଲ ଭାବେ ସମ୍ଭାଳିଥିଲେ। ଏବେ ଦଳରେ ତାଙ୍କ ଅଭାବ ପରିଲକ୍ଷିତ ହେବ ବୋଲି ସେ କହିଥିଲେ। ଏହାଛଡ଼ା ସୂର୍ଯ୍ୟକୁମାରଙ୍କ କ୍ୟାଚ୍‌,  ଜସପ୍ରିତ ବୁମ୍‌ରାଙ୍କ ଯୋଗଦାନ ଏବଂ ହାର୍ଦ୍ଦିକଙ୍କ ଶେଷ ଓଭର ବୋଲିଂକୁ ନେଇ ମଧ୍ୟ ମୋଦି ପ୍ରଶଂସା କରିଥିଲେ। ସେହିଭଳି ଦ୍ରାବିଡ଼ କୋଚ୍‌ ଭାବେ ତାଙ୍କ ଦାୟିତ୍ୱ ତୁଲାଇବା ସହ ବିଶ୍ୱକପ୍‌ ଟ୍ରଫିକୁ ହାତରେ ଉଠାଇଥିବାରୁ ସେ ଖୁସି ଅନୁଭବ କରିଥିବା କହିଥିଲେ।

ତେବେ ପ୍ରଧାନମନ୍ତ୍ରୀଙ୍କ ବ୍ୟତିତ ରାଷ୍ଟ୍ରପତି ଏବଂ ଅନେକ ନେତା ଏହି ଐତିହାସିକ ବିଜୟକୁ ନେଇ ଟିମ୍‌ ଇଣ୍ଡିଆକୁ ଶୁଭେଚ୍ଛା ଜଣାଇଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?