ବାଇଡେନଙ୍କ ପରେ ମୋଦିଙ୍କୁ ଫୋନ କଲେ ପୁଟିନ୍‌, ପଚାରିଦେଲେ ଏମିତି କଥା…

ନୂଆଦିଲ୍ଲୀ,୨୭।୮: ରୁଷିଆ-ୟୁକ୍ରେନ ଯୁଦ୍ଧ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦି ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ଙ୍କ ସହ ଫୋନରେ କଥା ହୋଇଛନ୍ତି। ପିଏମ ମୋଦିଙ୍କ ଏହି ବାର୍ତ୍ତାଳାପ ମଧ୍ୟ ଗୁରୁତ୍ୱପୂର୍ଣ୍ଣ କାରଣ ସେ ନିକଟରେ ଜେଲେନସ୍କିଙ୍କୁ ଭେଟି ଫେରିଛନ୍ତି। ଏହାପୂର୍ବରୁ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ପିଏମ ମୋଦିଙ୍କୁ ଫୋନ କରି ତାଙ୍କ ୟୁକ୍ରେନ ଗସ୍ତ ବିଷୟରେ ପଚାରି ବୁଝିଥିଲେ।

ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଆଜି ରାଷ୍ଟ୍ରପତି ପୁଟିନ୍‌ଙ୍କ ସହ କଥା ହୋଇଛି। ଏହି ସମୟରେ ସ୍ବତନ୍ତ୍ର ଏବଂ ସୁବିଧାଜନକ ରଣନୀତିକ ଭାଗିଦାରୀକୁ ଆହୁରି ମଜବୁତ କରିବା ପାଇଁ ପଦକ୍ଷେପ ଉପରେ ଆଲୋଚନା କରାଯାଇଛି। ଏଥିସହ ରୁଷିଆ-ୟୁକ୍ରେନ ବିବାଦ ଏବଂ ୟୁକ୍ରେନ ଗସ୍ତ ବିଷୟରେ ଆଲୋଚନା ହୋଇଛି। ଏହି ବିବାଦର ଶୀଘ୍ର, ସ୍ଥାୟୀ ଏବଂ ଶାନ୍ତିପୂର୍ଣ୍ଣ ସମାଧାନକୁ ସମର୍ଥନ କରିବାକୁ ଭାରତର ଦୃଢ ପ୍ରତିବଦ୍ଧତାକୁ ମୋଦି ଦୋହରାଇଛି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଫୋନ ଯୋଗେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ସହିତ କଥା ହୋଇଥିଲେ। ବାଇଡେନ ତାଙ୍କ ପକ୍ଷରୁ ଫୋନ କରି ପ୍ରଧାନମନ୍ତ୍ରୀଙ୍କ ସଦ୍ୟ ସମାପ୍ତ ୟୁକ୍ରେନ ଗସ୍ତ ଏବଂ ବାଂଲାଦେଶ ପ୍ରସଙ୍ଗରେ ଆଲୋଚନା କରିଥିଲେ।

ଆମେରିକା ଅନୁଭବ କରୁଛି ଯେ ୟୁକ୍ରେନ ଯୁଦ୍ଧକୁ ରୋକିବା ପାଇଁ ପିଏମ ମୋଦିଙ୍କ ସହାୟତା ନିଆଯାଇପାରେ। ପ୍ରଧାନମନ୍ତ୍ରୀ ମୋଦି ଏହା ମଧ୍ୟ କହିଛନ୍ତି ଯେ କୂଟନୈତିକ କଥାବାର୍ତ୍ତା ହେଉଛି ଏକମାତ୍ର ଉପାୟ ଯାହା ଦ୍ୱାରା ଉଭୟଙ୍କ ମଧ୍ୟରେ ଶାନ୍ତି ଆସିପାରିବ। ପ୍ରଧାନମନ୍ତ୍ରୀ ବାରମ୍ବାର କହିଛନ୍ତି ଯଦି ଭାରତ ଏହି ଦୁଇ ଦେଶ ମଧ୍ୟରେ ସେତୁ ଭାବରେ କାମ କରିପାରେ, ତେବେ ଆମେ ଏଥିପାଇଁ ପ୍ରସ୍ତୁତ। ତେଣୁ ବାଇଡେନଙ୍କ ପରେ ମୋଦି-ପୁଟିନ୍‌ଙ୍କ ମଧ୍ୟରେ ହୋଇଥିବା କଥାବାର୍ତ୍ତାର ଅର୍ଥ ଅତ୍ୟନ୍ତ ସ୍ବତନ୍ତ୍ର।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri