Posted inଜାତୀୟ

‘ସେମାନେ ଆମକୁ ହରାଇ ପାରିବେ ନାହିଁ, ସେଥିପାଇଁ…’ ଅଙ୍କୋଲା ରାଲିରେ କଂଗ୍ରେସ ଉପରେ ବର୍ଷିଲେ ମୋଦି

ଅଙ୍କୋଲା,୩।୫: ଆଉ ମାତ୍ର ଗୋଟିଏ ସପ୍ତାହ ପରେ ଅର୍ଥାତ୍‌ ମେ’ ୧୦ରେ ହେବାକୁ ଯାଉଛି କର୍ନାଟକ ବିଧାନସଭା ନିର୍ବାଚନ। ଏହାର ଫଳାଫଳ ୧୩ ମେ’ରେ ଆସିବ। ଏହା ପୂର୍ବରୁ ସମସ୍ତ ରାଜନୈତିକ ଦଳ ଜୋରଦାର ନିର୍ବାଚନ ପ୍ରଚାର କରି ଭୋଟଙ୍କୁ ନିଜ ଆଡକୁ ଆକର୍ଷିତ କରିବାକୁ ଚେଷ୍ଟା ଚଳାଇଛନ୍ତି। ଏହି କ୍ରମରେ ଭାରତୀୟ ଜନତା ପାର୍ଟି(ଭାଜପା) ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କର୍ନାଟକର ଉତ୍ତର କନ୍ନଡ ଜିଲା ଅଙ୍କୋଲାରେ ବୁଧବାର ଏକ ନିର୍ବାଚନ ରାଲିକୁ ସମ୍ବୋଧିତ କରିଛନ୍ତି। ସେଠାରେ ସେ କଂଗ୍ରେସ ଉପରେ ଖୁବ ବର୍ଷିଛନ୍ତି।
ମୋଦି କହିଛନ୍ତି, ବିରୋଧୀ କେବଳ ଗାଳି ପଲିଟିକ୍ସ ଜାଣିଛନ୍ତି। ସେମାନେ ଆମକୁ ହରାଇ ପାରିବେ ନାହିଁ, ସେଥିପାଇଁ ଗାଳି ଦେଉଛନ୍ତି। କର୍ନାଟକର ଲୋକେ ଗାଳି ରାଜନୀତିକୁ ଖାରଜ କରୁଛନ୍ତି, ତେଣୁ ମୋତେ ଗାଳି ଦେଉଥିବା ସମସ୍ତ ଭୋଟର କଂଗ୍ରେସକୁ ବୁଦ୍ଧି ଶିଖାଇବେ। ଆମକୁ କର୍ନାଟକକୁ ନମ୍ବର ଓ୍ବାନ ରାଜ୍ୟ କରି ଗଢିବାର ଅଛି। ସେଥିପାଇଁ ଆପଣଙ୍କୁ ଭାଜପାକୁ ଭୋଟ ଦେବାକୁ ପଡିବ।
ମୋଦି କହିଛନ୍ତି, କଂଗ୍ରେସ ତା’ ଦଶକ ମଧ୍ୟରେ କୁଶାସନ ଯୋଗୁ ଜନତାଙ୍କ ବିଶ୍ୱାସ ହରାଇଛି। ସେଥିପାଇଁ ମିଛ ଅଭିଯୋଗ ଓ ମିଛ ଗ୍ୟାରେଣ୍ଟି ଦେଉଛି। ଏବେ ଏହା ଏକମାତ୍ର ସାହାର ରହିଛି। କଂଗ୍ରେସ ଆଜି ବି କର୍ନାଟକରେ ପ୍ରତି ଯୋଜନାରେ୮୦ ପ୍ରତିଶତ କମିଶନ ଖାଇବାକୁ ପ୍ରସ୍ତୁତ ହୋଇ ରହିଛି। ମୋଦି ଆହୁରି ମଧ୍ୟ କହିଛନ୍ତି, କଂଗ୍ରେସ ୪ କୋଟି ୨୦ ଲକ୍ଷ ନକଲି ନାମରେ ରାଶନ ଦେଇଛି। ୪ କୋଟି ନକଲି ନାମକୁ ଗ୍ୟାସ ସବସିଡି ଦେଇଛି। ୧ କୋଟି ନକଲି ନାମକୁ ମହିଳା କଲ୍ୟାଣ ନାମରେ ଟଙ୍କା ଦେଇଛି, ୩୦ ଲକ୍ଷ ନକଲ ବିଦ୍ୟାର୍ଥୀଙ୍କୁ ଛାତ୍ର ବୃତ୍ତି ପଠାଉଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଧାନସଭା ନିର୍ବାଚନ ପୂର୍ବରୁ AAPର ବଡ଼ ଘୋଷଣା; ଏହି ଦଳ ସହ କଲା ମେଣ୍ଟ

ନୂଆଦିଲ୍ଲୀ,୧୩।୯: ଆମ ଆଦମୀ ପାର୍ଟି (AAP) ଗୋଆ ବିଧାନସଭା ନିର୍ବାଚନକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ଘୋଷଣା କରିଛି। ଗୋଆରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର…

ଆମେରିକା ପ୍ରସଙ୍ଗରେ କଠୋର ଆଭିମୁଖ୍ୟ ଗ୍ରହଣ କଲେ ସି ଜିନପିଙ୍ଗ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ କହିଲେ…

ନୂଆଦିଲ୍ଲୀ,୧୩।୯: ଦିଲ୍ଲୀରେ ଅନୁଷ୍ଠିତ BRICS ସମ୍ମିଳନୀ ୨୦୨୬ରେ, ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ସହିତ ସମ୍ପର୍କ ଉନ୍ନତ କରିବାର ଗୁରୁତ୍ୱ ଉପରେ ଆଲୋକପାତ କରିବା ସହ…

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

ହିନ୍ଦୁ ସାଧୁଙ୍କ ପାଦ ସ୍ପର୍ଶ କଲେ ଇରାନର ରାଷ୍ଟ୍ରପତି ପେଜେଶକିଆନ! ଭିଡିଓ ଭାଇରାଲ

ନୂଆଦିଲ୍ଲୀ/ତେହରାନ,୧୩।୯: ଦିଲ୍ଲୀର ଭାରତ ମଣ୍ଡପମରେ ଚାଲିଥିବା ବ୍ରିକ୍ସ (BRICS) ସମ୍ମିଳନୀର ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଇରାନର ରାଷ୍ଟ୍ରପତି…

ଖଣ୍ଡେ ପାନ ପାଇଁ ବୃଦ୍ଧାଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ଯୁବକ

ମୋରଡ଼ା,୧୩ା୯(ସ୍ମାରକ ମାଜୀ): ଖଣ୍ଡେ ପାନ ପାଇଁ ଘଟିଛି ହତ୍ୟାକାଣ୍ଡ। ଠେଙ୍ଗାରେ ପିଟିପିଟି ବୃଦ୍ଧାଙ୍କୁ ହତ୍ୟା କରିଛନ୍ତି ଜଣେ ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ସୋସିଆଲ ମିଡିଆରେ ଚର୍ଚ୍ଚା; କିଶୋର କୁମାରଙ୍କ ଗୀତ ଗାଇଲେ ପ୍ରଧାନମନ୍ତ୍ରୀ, ସବୁ କହିଲେ….

ନୂଆଦିଲ୍ଲୀ,୧୩।୯: ଭାରତରେ ଆୟୋଜିତ ବ୍ରିକ୍ସ ଶିଖର ସମ୍ମିଳନୀର ଗାଲା ଡିନରରେ ମାଲେସିଆ ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମଙ୍କ ଏକ ଭିନ୍ନ ରୂପ ଦେଖିବାକୁ ମିଳିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ବିଭିନ୍ନ ଦାବି ନେଇ ଗୁଡ଼ାରି ବନ୍ଦ ଡାକରା, ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ଗୁଡ଼ାରି,୧୩ା୯(ପ୍ରମୋଦ କୁମାର ପତି): ବିଭିନ୍ନ ଦାବି ପୂରଣ ନେଇ ଆସନ୍ତା ୨୨ ତାରିଖରେ ଗୁଡାରି ବନ୍ଦ ଡାକରା ଦିଆଯାଇଛି। ଏନେଇ ରବିବାର ବିଡିଓଙ୍କ ଅନୁପସ୍ଥିତିରେ ଜିପିଡିଓ ଶିବପ୍ରସାଦ…

ପୁଣି ଲଣ୍ଡନରେ କ୍ୱାଲିଟି ଟାଇମ ସ୍ପେଣ୍ଡ କରୁଥିବାର ନଜର ଆସିଲେ ତ୍ରିଶା-ବିଜୟ; ଭିଡିଓ ଭାଇରାଲ, ପ୍ରଶଂସକ କହିଲେ…

ଚେନ୍ନାଇ,୧୩।୯: ସୁପରଷ୍ଟାର ଥାଲାପତି ବିଜୟ ଏବଂ ଅଭିନେତ୍ରୀ ତ୍ରିଶା କ୍ରିଷ୍ଣନଙ୍କ ଯୋଡ଼ିକୁ ପ୍ରଶଂସକମାନେ ଦୀର୍ଘ ଦିନ ଧରି ପସନ୍ଦ କରିଆସୁଛନ୍ତି। ଏହି ପସନ୍ଦ ସହିତ, ଉଭୟଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?