Posted inଜାତୀୟ

ଇଣ୍ଡିଆ ମେଣ୍ଟର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ କିଏ ହେବ ବଡ଼ ଭବିଷ୍ୟବାଣୀ କଲେ ମୋଦି, ଜାଣି ତାଜୁବ ହେବେ

ନୂଆଦିଲ୍ଲୀ,୨୬।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣିଥରେ ଇଣ୍ଡିଆ ମହାମେଣ୍ଟ ଉପରେ ଜୋରଦାର ବର୍ଷିଛନ୍ତି । ବିରୋଧୀଙ୍କୁ ଟାର୍ଗେଟ କରିବା ସହ ସେମାନେ ଭୋଟବ୍ୟାଙ୍କକୁ ଖୁସି କରିବା ପାଇଁ ଏଥର ପ୍ଲାନିଂ କରୁଛନ୍ତି ବୋଲି ମୋଦି କହିଛନ୍ତି। ଏଥିସହ ଇଣ୍ଡିଆ ମେଣ୍ଟର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ କିଏ ହେବ ତାକୁ ନେଇ ମଧ୍ୟ ବଡ଼ ଭବିଷ୍ୟବାଣୀ କରିଛନ୍ତି। ଯାହା ସମସ୍ତଙ୍କୁ ତାଜୁବ କରିଛି। ବିହାରର ପାଟଳିପୁତ୍ର ଜନସଭାକୁ ସମ୍ବୋଧିତ କରିବା ସମୟରେ ସେ ବିରୋଧୀ ମେଣ୍ଟକୁ ଟାର୍ଗେଟ କରିବା ସହ ସେମାନଙ୍କ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ନେଇ ବଡ଼ ବୟାନ ଦେଇଛନ୍ତି।

ମୋଦି କହିଛନ୍ତି, ସେମାନେ ୫ବର୍ଷରେ ୫ଟି ପିଏମ ଦେବାକୁ ଯୋଜନା କରିଛନ୍ତି। ଏହି ନିର୍ବାଚନ କେବଳ ଏମପି ନିର୍ବାଚିତ କରିବା ନୁହେଁ ପ୍ରଧାନମନ୍ତ୍ରୀ ନିର୍ବାଚିତ କରିବା ଅଟେ। ଜନତାଙ୍କ ଭୋଟ ଏତେ ଶକ୍ତିଶାଳୀ ଯାହା ପିଏମ କିଏ ହେବ ତାହା ନିଷ୍ପତ୍ତି ନେଇପାରେ। ଇଣ୍ଡିଆ ମେଣ୍ଟର ପ୍ରାର୍ଥୀ ନିଷ୍ପତ୍ତି ନିଆସରିଛି। ଗାନ୍ଧୀ ପରିବାରର ପୁଅ, ସପା ପରିବାରର ପୁଅ, ଏନସିପି ପରିବାରର ଝିଅ, ଏଏପି ମୁଖ୍ୟଙ୍କ ସ୍ତ୍ରୀ, ଟିଏମସି ପରିବାରର ଭଣଜା, ନକଲି ଶିବସେନାଙ୍କ ପୁଅ, ଆରଜେଡିର ପୁଅ କିମ୍ବା ଝିଅ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ପାଇଁ ଯୋଗ୍ୟ ବିବେଚିତ ହୋଇପାରନ୍ତି। ଏହି ପାଞ୍ଚଟି ପରିବାରର ପ୍ଲାନିଂ ଅଛି କି, ଏମାନେ ୫ବର୍ଷ ଧରି ପ୍ରଧାନମନ୍ତ୍ରୀ ପଦକୁ କବଜା କରି ରଖିବେ।


Enter your email to get our daily news in your inbox.

All Right Reserved By Dharitri.Com

‘PM ମୋଦିଙ୍କୁ ରାତିରେ ସେ ପର୍ଯ୍ୟନ୍ତ ଶୋଇବାକୁ ଦେବୁନି, ଯେ ପର୍ଯ୍ୟନ୍ତ…’ ରାହୁଲ ଗାନ୍ଧୀଙ୍କ ତୀବ୍ର ଆକ୍ରମଣ

ନୂଆଦିଲ୍ଲୀ,୧୪।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ମୋଦି ସରକାରଙ୍କୁ ଟାର୍ଗେଟ କରି କହିଛନ୍ତି ଯେ, ଏହି ଲୋକମାନେ ଦେଶକୁ ଭିତରୁ ଦୁର୍ବଳ କରିଦେଇଛନ୍ତି। ଏହା ସହିତ…

କ୍ରିକେଟ୍‌ କୋଚଙ୍କୁ ହତ୍ୟା: ଖେଳାଳିଙ୍କ ସହ ଯୋଇଥିଲା ଯୁକ୍ତିତର୍କ, ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୧୪।୮: ଶ୍ରୀଲଙ୍କାରେ ଜଣେ କ୍ରିକେଟ କୋଚଙ୍କୁ ହତ୍ୟା କରାଯାଇଛି। କଲମ୍ବୋ କ୍ରିକେଟ କ୍ଲବର ପ୍ରଶିକ୍ଷକ ସୁମିଥ ଫର୍ଣ୍ଣାଣ୍ଡୋ ତାଙ୍କ ନିଜ ଖେଳାଳିଙ୍କ ସହ ଝଗଡ଼ା କରିଥିଲେ ଏବଂ…

ଆପଣ ନ କରିପାରିଲେ ଆମେ କରିବୁ…. କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା

ନୂଆଦିଲ୍ଲୀ,୧୪।୮: ଅଧିକ ପରିମାଣର ଚିନି, ଲୁଣ ଏବଂ ସନ୍ତୁଳିତ ଚର୍ବି (ସାଚୁରେଟେଡ୍‌ ଫ୍ୟାଟ୍‌) ଥିବା ପ୍ୟାକେଟଯୁକ୍ତ ଖାଦ୍ୟ ସାମଗ୍ରୀ ଉପରେ ‘ଫ୍ରଣ୍ଟ-ଅଫ୍‌-ପ୍ୟାକ ୱାର୍ଣ୍ଣିଂ ଲେବଲ’(ଖାଦ୍ୟ ପ୍ୟାକେଟ ଉପରେ…

ଲାବ୍‌ରେ ତିଆରି ହେଉଛି ‘ମିନି-ବ୍ରେନ୍‌’: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ, ୧୪ା୮:ଶରୀରର ଛୋଟ ଚର୍ମ କୋଷିକାରୁ ମାନବ ମସ୍ତିଷ୍କର ଜୀବନ୍ତ ଟିସୁ ପ୍ରସ୍ତୁତ କରିବା ଆଉ କେବଳ କଳ୍ପନା କିମ୍ବା ବିଜ୍ଞାନ କାହାଣୀରେ ସୀମିତ ହୋଇରହିନାହିଁ। ଆମେରିକା…

ଥମିନି ବର୍ଷାର ପ୍ରକୋପ: ଆଜି ବି ସ୍ଥଗିତ ରହିଲା ସେକେଣ୍ଡ ସେମିଷ୍ଟାର ପରୀକ୍ଷା

ବରଗଡ଼,୧୪।୮(ପ୍ରେମାନନ୍ଦ ଖମାରୀ):ପଶ୍ଚିମ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଗୁରୁବାରରୁ ଲଗାତାର ବର୍ଷା ଯୋଗୁ ଗୁରୁତର ବନ୍ୟା ସଦୃଶ ପରିସ୍ଥିତି ସୃଷ୍ଟି ହୋଇଛି। ଏହାକୁ ଦୃଷ୍ଟିରେ ରଖି ଗୁରୁବାର ସମ୍ବଲପୁର…

ଜେମ୍ସ ୱେବ୍‌ ଟେଲିସ୍କୋପ୍‌ରେ ଧରାପଡ଼ିଲା ‘ବ୍ଲାକ୍‌ ହୋଲ୍‌ ଷ୍ଟାର୍‌’

ଓ୍ବାଶିଂଟନ,୧୪।୮: ମହାକାଶ ବିଜ୍ଞାନ କ୍ଷେତ୍ରରେ ବିରଳ ସଫଳତା ହାସଲ କରିଛନ୍ତି ଜ୍ୟୋତିର୍ବିଜ୍ଞାନୀ। ନାସାର ପ୍ରସିଦ୍ଧ ଜେମ୍ସ ୱେବ୍‌ ସ୍ପେସ୍‌ ଟେଲିସ୍କୋପର ଚିତ୍ରକୁ ଅନୁଧ୍ୟାନ କରି ଗବେଷକମାନେ ସମ୍ପୂର୍ଣ୍ଣ…

ଇଥାନଲରୁ ଖରାପ ହେବା ସୁନିଶ୍ଚିତ: ଗାଡ଼ି ନିର୍ମାତା

ନୂଆଦିଲ୍ଲୀ,୧୪।୮(ରଏଟର୍ସ):ବିଗତ ଏକ ବର୍ଷ ମଧ୍ୟରେ କମ୍ପାନୀଗୁଡ଼ିକ ଦେଶର ୨୧ ରାଜ୍ୟର ପେଟ୍ରୋଲ ପମ୍ପରୁ ୨୫୦ରୁ ଅଧିକ ଇ୨୦ ପେଟ୍ରୋଲ ନମୁନା ସଂଗ୍ରହ କରି ପରୀକ୍ଷା କରିଥିଲେ। ଏଥିରୁ…

କାହାର ଟେନ୍‌ସନ ବଢ଼ାଇବେ ସୋନମ ୱାଙ୍ଗଚୁକ? କଲେ ବଡ଼ ଘୋଷଣା, ଦେଶରେ ଚହଳ

ନୂଆଦିଲ୍ଲୀ,୧୪।୮: ସ୍ବାଧୀନତା ଦିବସ ପୂର୍ବରୁ ବୈଜ୍ଞାନିକ ତଥା ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ସୋସିଆଲ ମିଡିଆରେ ଏକ ଭିଡିଓ ଲେୟାର କରିଛନ୍ତି। ଏହି ଭିଡିଓରେ ସେ ଦେଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri