Posted inଜାତୀୟ

ତିଳକ ରାଷ୍ଟ୍ରୀୟ ପୁରସ୍କାରରେ ପ୍ରଧାନମନ୍ତ୍ରୀଙ୍କୁ କରାଯିବ ସମ୍ମାନିତ, ଶରଦ ପାଓ୍ବାର ରହିବେ ମୁଖ୍ୟ ଅତିଥି

ନୂଆଦିଲ୍ଲୀ,୧୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଗଷ୍ଟ ୧ରେ ପୁଣେରେ ଏକ କାର୍ଯ୍ୟକ୍ରମରେ ଲୋକମାନ୍ୟ ତିଳକ ରାଷ୍ଟ୍ରୀୟ ପୁରସ୍କାରରେ ସମ୍ମାନିତ ହେବେ। ଯେଉଁଠାରେ ମୁଖ୍ୟ ଅତିଥି ଭାବରେ ଏନସିପି ମୁଖ୍ୟ ଶରଦ ପାୱାରଙ୍କୁ ନିମନ୍ତ୍ରଣ କରାଯାଇଛି। ପ୍ରଧାନମନ୍ତ୍ରୀ ତାଙ୍କର ସର୍ବୋଚ୍ଚ ନେତୃତ୍ୱ ତଥା ନାଗରିକଙ୍କ ମଧ୍ୟରେ ଦେଶପ୍ରେମର ଭାବନା ଜାଗ୍ରତ କରିଥିବାରୁ ଏହି ପୁରସ୍କାର ପାଇଁ ତାଙ୍କୁ ମନୋନୀତ କରାଯାଇଛି। ଆୟୋଜକମାନେ ସୋମବାର ଏହି ସୂଚନା ଦେଇଛନ୍ତି।

ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଶରଦ ପାୱାରଙ୍କୁ ନିମନ୍ତ୍ରଣ କରାଯାଇଥିବାବେଳେ ତାଙ୍କ ପୁତୁରା ତଥା ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର ମଧ୍ୟ ନିମନ୍ତ୍ରିତ ହୋଇଛନ୍ତି। ଟ୍ରଷ୍ଟ ମୁଖ୍ୟ ଦୀପକ ତିଳକ ଏକ ବିବୃତ୍ତିରେ କହିଛନ୍ତି ଯେ ତିଳକ ସ୍ମାରକ ମନ୍ଦିର ଟ୍ରଷ୍ଟ (ହିନ୍ଦ ସ୍ବରାଜ ସଂଗଠନ) ଲୋକମାନ୍ୟ ତିଳକ ରାଷ୍ଟ୍ରୀୟ ପୁରସ୍କାରରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସମ୍ମାନିତ କରାଯିବ। ଅନ୍ୟ ନିମନ୍ତ୍ରିତ ବ୍ୟକ୍ତିଙ୍କ ମଧ୍ୟରେ ମହାରାଷ୍ଟ୍ର ରାଜ୍ୟପାଳ ରମେଶ ବୈଶ, ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ, ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନ୍‌ଭିସ ଏବଂ ଅଜିତ ପାୱାର ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri