Posted inଜାତୀୟ

ସେନାଙ୍କ ସହ ଦୀପାବଳି ପାଳିବେ ମୋଦି

ନୂଆଦିଲ୍ଲୀ,୪ ।୧୧: ପ୍ରଧାନମନ୍ତ୍ରୀ ଚଳିତ ବର୍ଷ ଦେଶର ବୀର ଯବାନଙ୍କ ସହ ଦୀପାବଳି ପାଳନ କରିବେ । ଏଥର ସେ ଜମ୍ମୁ-କଶ୍ୱୀର ରଜୌରି ଜିଲା ନୌସେରା ସେକ୍ଟରରେ ସେନାଙ୍କ ସହ ଦୀପାବଳି ପାଳନ କରିପାରନ୍ତି । ମୋଦିଙ୍କ ଗସ୍ତକୁ ଦେଖି ଲାଇନ ଅଫ୍ କଣ୍ଟ୍ରୋଲ ନିକଟରେ ମୂତୟନ ଥିବା ଯବାନଙ୍କୁ ଆଲର୍ଟ କରାଯାଇଛି । ଏହାସହ କଶ୍ମୀର ଘାଟିର ଅନେକ ଅଞ୍‌ଳରେ ସୁରକ୍ଷା କଡା କଡି କରାଯାଇଛି । ତେବେ ଯବାନଙ୍କ ସହ ମୋଦି ଦୀପାବଳି ପାଳନ କରିବାକୁ ଥିବା ବେଳେ ଶେଷରେ ବି ସ୍ଥାନ ପରିବର୍ତ୍ତନ କରାଯାଇପାରେ । ସୁରକ୍ଷା ଦୃଷ୍ଟିରୁ ତାଙ୍କ ଯାତ୍ରାକୁ ଗୁପ୍ତ ରଖାଯାଇଥାଏ ।
ପ୍ରଥମଥର ଲାଗି ମୋଦି ଯବାନଙ୍କ ସହ ଦୀପାବଳି ପାଳନ କରୁ ନାହାନ୍ତି । ଏହା ପୂର୍ବରୁ ୨୦୧୯ରେ ଅନୁଚ୍ଛେଦ ୩୭୦ ହଟିବା ପରେ ମୋଦି ଜମ୍ମୁ-କଶ୍ମୀର ପହଞ୍ଚିଥିଲେ ଏହି ସମୟରେ ମୋଦି ରାଜୌରି ଜିଲାରେ ମୁତୟନ ଥିବା ଯବାନଙ୍କ ସହ ଦୀପାବଳି ପାଳନ କରିଥିଲେ । ସୂଚନାଯୋଗ୍ୟ, ପ୍ରତିବର୍ଷ ମୋଦି ସେନାଙ୍କ ସହ ଦୀପାବଳି ପାଳନ କରିବାକୁ ଭିନ୍ନ ଭିନ୍ନ ସୀମା ବଛିଥାଆନ୍ତି । ଏହାପରେ ସେ ଯବାନଙ୍କ ସହ ଦୀପାବଳି ପାଳନ କରି ସେମାନଙ୍କୁ ମିଠା ଖୁଆଇ ଥାଆନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମହମ୍ମଦ ଶାମିଙ୍କୁ ନେଇ ଆସିଲା ବଡ଼ ଖବର, ଚୟନକର୍ତ୍ତାଙ୍କ ନଜର ଦୁଲୀପ ଟ୍ରଫି ଫାଇନାଲ ଉପରେ

ନୂଆଦିଲ୍ଲୀ,୬।୯: ଅଭିଜ୍ଞ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ODI ଦଳକୁ ଫେରିବା ପାଇଁ ପଥ ଖୋଲିପାରେ। ଭାରତ ସେପ୍ଟେମ୍ବର 27 ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ…

ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ, ପରିବାର ପକ୍ଷରୁ କ୍ଷତିପୂରଣ ଦାବି କରି…

ପାରଳାଖେମୁଣ୍ଡି,୬ା୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସବ୍‌ଜେଲ୍‌ରେ ଜଣେ ବିଚାରାଧୀନ କଏଦୀଙ୍କ ଆକସ୍ମିକ ମୃତ୍ୟୁକୁ ନେଇ ଚର୍ଚ୍ଚା ଜୋର ଧରିଛି। ମୃତକ ହେଲେ ରାୟଗଡ଼ ବ୍ଲକ ଜିରାଙ୍ଗ…

ଭାଜପାରେ ଯୋଗଦେଲେ ଅନେକ କର୍ମୀ, ପ୍ରଧାନମନ୍ତ୍ରୀଙ୍କ ଶାସନରେ…

ରିଷିଡ଼ା,୬ା୯(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହାସ୍ଥିତ ସୁବିଧା କେନ୍ଦ୍ରଠାରେ ଭାଜପାର ମାସିକ ବୈଠକ ଓ ମିଶ୍ରଣ ପର୍ବ ଶନିବାର ଭାଜପାର କର୍ଲାମୁଣ୍ଡା ମଣ୍ଡଳ ସଭାପତି ଡୋଳାମଣି…

ISRO ଘରୋଇକରଣକୁ ନେଇ କର୍ମଚାରୀଙ୍କ ମଧ୍ୟରେ ବଢିଲା ଚିନ୍ତା, ମୁଖ୍ୟଙ୍କଠାରୁ ସ୍ପଷ୍ଟୀକରଣ ଲୋଡିଲେ

ବେଙ୍ଗାଲୁରୁ,୬।୯: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO)ର କର୍ମଚାରୀମାନେ ଘରୋଇ କମ୍ପାନୀଗୁଡ଼ିକ ପାଇଁ ମହାକାଶ କ୍ଷେତ୍ର ଖୋଲାଯିବା ନେଇ ଚିନ୍ତିତ ହେଉଛନ୍ତି। ହଜାର ହଜାର ISRO କର୍ମଚାରୀଙ୍କ…

ବିଷାକ୍ତ ମଦ ପିଇ ଚାଲିଗଲା ୧୦ ଜୀବନ, ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା

ଭୋପାଳ,୬ା୯: ମଧ୍ୟପ୍ରଦେଶର ସାଗରରେ ବିଷାକ୍ତ ମଦ ପିଇ ୧୦ ଜଣଙ୍କ ଜୀବନ ଚାଲିଯାଇଛି। ଆଉ ୩ ଜଣ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛି। ତେବେ ମୃତ୍ୟୁସଂଖ୍ୟା…

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ମାର୍ଚ୍ଚ କିମ୍ୱା ଏପ୍ରିଲରେ ପଞ୍ଚାୟତ ଭୋଟ: ନିର୍ବାଚନ କମିଶନର

ଭୁବନେଶ୍ୱର,୬ା୯(ସୁନିତ୍‌ ମିଶ୍ର): ଆସନ୍ତା ମାର୍ଚ୍ଚ ଶେଷ କିମ୍ୱା ଏପ୍ରିଲ ପ୍ରଥମ ସପ୍ତାହରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ୱାଚନ ହୋଇପାରେ। ପଞ୍ଚାୟତ ନିର୍ୱାଚନ ଲାଗି ରାଜ୍ୟ ନିର୍ୱାଚନ କମିଶନ ଜୋର୍‌ଦାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri