Posted inଜାତୀୟ

୨୫ରେ କେରଳର ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୦।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏପ୍ରିଲ ୨୪-୨୫ ତାରିଖରେ ମଧ୍ୟପ୍ରଦେଶ, କେରଳ, ଦାଦ୍ରା ଏବଂ ନଗର ହାଭେଳି ଏବଂ ଡାମନ ଏବଂ ଡିୟୁ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହି ଅମସରରେ ପ୍ରଧାନମନ୍ତ୍ରୀ ମଧ୍ୟପ୍ରଦେଶର ରେୱାଠାରେ ସୋମବାର ଅର୍ଥାତ୍‌ ୨୪ ତାରିଖରେ ଜାତୀୟ ପଞ୍ଚାୟତିରାଜ ଦିବସ କାର୍ଯ୍ୟକ୍ରମରେ ସାମିଲ ହେବେ। ସେଠାରୁ ପ୍ରଧାନମନ୍ତ୍ରୀ ସିଧା କେରଳ ଯିବେ। କାର୍ଯ୍ୟସୂଚୀ ଅନୁଯାୟୀ, ପ୍ରଧାନମନ୍ତ୍ରୀ ସା ୫.୩୦ରେ କୋଚିରେ ଏକ ରୋଡ ଶୋ’ କରିବେ। ଏହାପରେ ସା ୬ଟାରେ ଯୁବ କନକ୍ଲେଭରେ ଯୋଗ ଦେବେ। ଏହାକୁ କେରଳରେ ଭାଜପା ଦ୍ୱାରା ଶକ୍ତି ପ୍ରଦର୍ଶନ ବୋଲି କୁହାଯାଉଛି। ତେବେ ପ୍ରଧାନମନ୍ତ୍ରୀ କୋଚିର ତାଜ ମାଲାବାରରେ ରାତ୍ରି ଯାପନ କରିବେ ବୋଲି ଜଣାପଡିଛି। ପରଦିନ ମଙ୍ଗଳବାର ଅର୍ଥାତ୍‌ ୨୫ରେ ପୂର୍ବାହ୍ନ ୧୦.୩୦ ସମୟରେ ପ୍ରଧାନମନ୍ତ୍ରୀ ଥିରୁଭାନନ୍ତପୁରମ କେନ୍ଦ୍ରୀୟ ରେଳ ଷ୍ଟେଶନରୁ ବନ୍ଦେ ଭାରତ ଏକ୍ସପ୍ରେସକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିବେ। ଏହା କେରଳର ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସ ହେବ, ଯାହା କାସରଗୋଡ ଏବଂ ଥିରୁଭାନନ୍ତପୁରମ ମଧ୍ୟରେ ଚାଲିବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri