ଚତୃର୍ଥ ଲହର ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୭।୪: ଦେଶରେ ପୁଣି ଥରେ କରୋନା ଭାଇରସ୍‌ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ବର୍ଦ୍ଧିତ କରୋନା ମାମଲା ଓ ସମ୍ଭାବ୍ୟ ଚତୃର୍ଥ ଲହର ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ମଧ୍ୟାହ୍ନ ୧୨ଟାରେ ଭିଡିଓ କନ୍‌ଫରେନସିଂ ଜରିଆରେ ରାଜ୍ୟର ସମସ୍ତ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ। ଏହି ସମୟରେ ରାଜ୍ୟର କରୋନା ସ୍ଥିତିର ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ ମୋଦି। ଏହି ବୈଠକରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଧ୍ୟ ସାମିଲ ହେବେ ବୋଲି କୁହାଯାଉଛି। ଏଥିସହ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିଆ ଓ ତାଙ୍କ ମନ୍ତ୍ରଣାଳୟ ସହ ଜଡିତ ଅଧିକାରୀମାନଙ୍କ ସମେତ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ବରିଷ୍ଠ ଅଧିକାରୀକାନେ ମଧ୍ୟ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ବୈଠକରେ ଆରମ୍ଭ ହେବା ପୂର୍ବରୁ କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ରାଜେଶ ଭୂଷଣ ପ୍ରଥମେ କୋଭିଡ ସମ୍ବନ୍ଧୀୟ ଏକ ପ୍ରେଜେଣ୍ଟଟେସନ୍‌ ଦେବେ ବୋଲି ସୂଚନା ରହିଛି।

Share