Posted inଜାତୀୟ

ସି-୧୩୦ଜେ ସୁପର ହରକ୍ୟୁଲେସ ଏୟାରକ୍ରାପ୍ଟରୁ ଲ୍ୟାଣ୍ଡ କରି ପୂର୍ବାଞ୍ଚଳ ଏକ୍ସପ୍ରେସ ୱେର ଉଦ୍‌ଘାଟନ କରିବେ ମୋଦି

ନୂଆଦିଲ୍ଲୀ,୧୬ ।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ୩୪୧ କିଲୋମିଟର ଲମ୍ବା ପୂର୍ବାଞ୍ଚଳ ଏକ୍ସପ୍ରେସୱେର ଉଦଘାଟନ ପାଇଁ ଉତ୍ତରପ୍ରଦେଶ ଆସୁଛନ୍ତି । ମୋଦି ଲାକହିଡ ମୋର୍ଟିନ ସି-୧୩୦ ହରକ୍ୟୁଲେସ ଏୟାରକ୍ରାପ୍ଟରୁ ଦିନ ୧ଟା ୩୦ ମିନିଟରେ ପୂର୍ବାଞ୍ଚଳ ଏକ୍ସପ୍ରେସୱେରେ ଅବତରଣ କରିବେ । ତାଙ୍କୁ ସେଠାରେ ସ୍ୱାଗତ କରିବା ପାଇଁ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉପସ୍ଥିତ ରହିବେ । ୩୪୧ କିଲୋମିଟର ଲମ୍ବା ପୂର୍ବାଞ୍ଚଳ ଏକ୍ସପ୍ରେସୱେର ଉଦଘାଟନ ପରେ ମୋଦି ସମ୍ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି । ଏହାପରେ ପାଖାପାଖି ଅଧଘଣ୍ଟା ପାଇଁ ଏୟାର ଶୋ’ ହେବାର ଯୋଜନା ରହିଛି । ଏଥିରେ ଫାଇଟର ଜେଟରେ ଦେଶର ଶକ୍ତି ପ୍ରଦର୍ଶନ କରାଯିବ । ଦିନ ପ୍ରାୟ ୨ଟା ୪୦ରେ ସୁଖୋଇ, ଜଗୁଆର ଓ ମିରାଜରେ ବାୟୁସେନା ତା’ର ଶକ୍ତି ପ୍ରଦର୍ଶନ କରିବ । ପୂର୍ବାଞ୍ଚଳ ଏକ୍ସପ୍ରେସୱେ ଯୋଗୀ ଆଦିତ୍ୟନାଥଙ୍କ ମେଗା ପ୍ରୋଜେକ୍ଟ । ଏହି ୩୪୧ କିଲୋମିଟର ଲମ୍ବା ଏକ୍ସପ୍ରେସୱେ ନିର୍ମାଣ ପାଇଁ ଖର୍ଚ୍ଚ ହୋଇଛି ୨୨ହଜାର ୪୯୫ କୋଟି ଟଙ୍କା । ଏହି ହାଇୱେ ମାଧ୍ୟମରେ ରାଜ୍ୟର ୯ଟି ଜିଲା ଯୋଡି ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଟି-୨୦ ବିଶ୍ୱକପ: ହସରଙ୍ଗା ଓ ବ୍ରେସୱେଲ୍ ବାଦ୍, ଭାରତୀୟ ଶିବିରରେ ଚିନ୍ତାର କଲା ବାଦଲ

ମୁମ୍ବାଇ,୧୦।୨: ଚଳିତ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କା ଏବଂ ନ୍ୟୁଜିଲାଣ୍ଡ ଦଳକୁ ବଡ଼ ଝଟ୍‌କା ଲାଗିଛି। ଆହତ ସମସ୍ୟା କାରଣରୁ ଶ୍ରୀଲଙ୍କାର ୱାନିନ୍ଦୁ ହସରଙ୍ଗା ଏବଂ…

ଟି-୨୦ ବିଶ୍ୱକପ: ଭାରତ ବିପକ୍ଷ ମ୍ୟାଚ୍ ପାଇଁ ପାକିସ୍ତାନର ‘ୟୁ-ଟର୍ଣ୍ଣ’, ଆଇସିସି ଦେଲା ବଡ଼ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୧୦।୨: ଚାଲିଥିବା ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷ ମ୍ୟାଚ୍‌କୁ ବର୍ଜନ କରିବାକୁ ଘୋଷଣା କରିଥିବା ପାକିସ୍ତାନ ଶେଷରେ ନିଜ ନିଷ୍ପତ୍ତି ବଦଳାଇଛି। ICC ପାକିସ୍ତାନ କ୍ରିକେଟ ବୋର୍ଡ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri