କରୋନା ବହୁରୂପି, ସବୁ ଭାରିଏଣ୍ଟ ଉପରେ ରଖିବାକୁ ପଡିବ ନଜର: ମୋଦି

ନୂଆଦିଲ୍ଲୀ,୧୩ ।୭: ଦେଶରେ କରୋନା ସଂକ୍ରମଣର ଦ୍ୱିତୀୟ ଲହର କମି କମି ଆସୁଛି ହେଲେ କିଛି ରାଜ୍ୟରେ ସଂକ୍ରମଣ ବୃଦ୍ଧି ପାଇବା ତୃତୀୟ ଲହରର ସଙ୍କେତ ଦେଲାଣି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ପୂର୍ବୋତ୍ତର ରାଜ୍ୟର ୮ ମୁଖ୍ୟମନ୍ତ୍ରୀଙ୍କ ସହ ଭର୍ଚୁଆଲ ବୈଠକ କରୁଛନ୍ତି । ଏଥିରେ ସେ କହିଛନ୍ତି, କରୋନା ବହୁରୂପି ଏହାର ସବୁ ଭାରିଏଣ୍ଟ ଉପରେ ନଜର ରଖିବାକୁ ପଡିବ । ଏହି ବୈଠକରେ ଆସାମ, ମଣିପୁର, ଅରୁଣାଚଳ ପ୍ରଦେଶ, ମିଜୋରାମ, ମେଘାଳୟ, ସିକ୍କିମ, ତ୍ରିପୁରା ଓ ନାଗାଲାଣ୍ଡର ମୁଖ୍ୟମନ୍ତ୍ରୀମାନେ ସାମିଲ ହୋଇଥିଲେ । ଏହି ବୈଠକରେ କରୋନା ମହାମାରୀକୁ ନେଇ ଆଲୋଚନା କରାଯାଉଥିବା ବେଳେ କରୋନାର ତୃତୀୟ ଲହରକୁ ନେଇ ଚିନ୍ତା ପ୍ରକଟ କରିଥିଲେ ପ୍ରଧାନମନ୍ତ୍ରୀ । ସେ କହିଥିଲେ ହିଲ ଷ୍ଟେଶନ, ମାର୍କେଟ ଆଦିରେ ଜନସାଧାରଣ ମାସ୍କ ନ ପିନ୍ଧିବା, ଗହଳି କରିବା ଓ କରୋନା ପ୍ରୋଟୋକଲ ନ ମାନିବା ଏବେ ଚିନ୍ତାର କାରଣ ପାଲଟି ଯାଇଛି । ତେବେ କରୋନା ବହୁରୂପି ହୋଇଥିବାରୁ ଆମକୁ ଯଥେଷ୍ଟ ସତର୍କ ରହିବା ଜରୁରୀ । ଏହାସହ ମ୍ୟୁଟେଶନ ପରେ ଏହା କେତେ ଚିନ୍ତା ବଢାଉଛି ତାକୁ ନେଇ ଲଗାତାର ଗବେଷଣା ଜାରି ରହିଛି । ତେଣୁ ଏହାର ତୁରନ୍ତ ଚିକିତ୍ସା କରିବା ଜରୁରୀ । ଏହାସହ ତୃତୀୟ ଲହରର ସାମ୍ନା କରିବାକୁ ହେଲେ ଆମକୁ ଟିକାକରଣ ଅଭିଯାନକୁ ଆହୁରି ଦ୍ରୁତ କରିବାକୁ ପଡିବ ବୋଲି ପ୍ରଧାନମନ୍ତ୍ରୀ ମୁଖ୍ୟମନ୍ତ୍ରୀମାନଙ୍କୁ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ଜାତୀୟ ରାଜପଥରେ ବଢ଼ିପାରେ ଟୋଲ୍ ଟ୍ୟାକ୍ସ: ବଡ଼ ଯୋଜନା କରୁଛନ୍ତି କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୬।୨: ଭାରତରେ ଆଗକୁ ବଢିପାରେ ଟୋଲ୍ ଟ୍ୟାକ୍ସ। ଦେଶରେ ଏକ୍ସପ୍ରେସ-ୱେ ଏବଂ ହାଇ-ସ୍ପିଡ୍ ରୋଡ୍ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri