Posted inଜାତୀୟ

ବ୍ରିକ୍ସ ଶିଖର ସମ୍ମିଳନୀରେ ଯୋଗ ଦେବାକୁ ଆଜି ଦକ୍ଷିଣ ଆଫ୍ରିକା ଗସ୍ତ କରିବେ ମୋଦି

ନୂଆଦିଲ୍ଲୀ,୨୨।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୫ ତମ ବ୍ରିକ୍ସ ଶିଖର ସମ୍ମିଳନୀରେ ଯୋଗ ଦେବାକୁ ମଙ୍ଗଳବାର ଦକ୍ଷିଣ ଆଫ୍ୟିକା ଗସ୍ତ କରିବେ। ପ୍ରଧାନମନ୍ତ୍ରୀ ମୋଦି ମଙ୍ଗଳବାର ସକାଳେ ଜୋହାନ୍ସବର୍ଗ ଯିବାର କାର୍ଯ୍ୟକ୍ରମ ରହିଛି। ୨୨ ରୁ ୨୪ଅଗଷ୍ଟ ମଧ୍ୟରେ ଜୋହାନ୍ସବର୍ଗରେ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବ। ୨୦୧୯ ପରଠାରୁ ପ୍ରଥମ ଥର ପାଇଁ ବ୍ରିକ୍ସ ଦେଶ ବ୍ରାଜିଲ, ରୁଷିଆ, ଭାରତ, ଚାଇନା ଏବଂ ଦକ୍ଷିଣ ଆଫ୍ରିକାର ନେତାମାନେ ଗୋଟିଏ ପ୍ଲାଟଫର୍ମରେ ଉପସ୍ଥିତ ହେବେ। ବ୍ରିକ୍ସ ସମ୍ମିଳନୀ ପ୍ରଥମେ କରୋନା ଭାଇରସ ମହାମାରୀ ଏବଂ ପରବର୍ତ୍ତୀ ବିଶ୍ୱ ସ୍ତରୀୟ ପ୍ରତିବନ୍ଧକ ପରେ ବ୍ୟକ୍ତିଗତ ଭାବରେ ଅନୁଷ୍ଠିତ ହେବ।
ବ୍ରିକ୍ସ ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ଅଗଷ୍ଟ ୨୨ ରୁ ୨୪ ପର୍ଯ୍ୟନ୍ତ ଜୋହାନ୍ସବର୍ଗରେ ରହିବେ। ଏହି ସମୟରେ ସେ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କୁ ଭେଟି ପାରିବେ। ଏହି ସମ୍ମିଳନୀକୁ ଆଫ୍ରିକା ଆଉଟରିଚ ଏବଂ ବ୍ରିକ୍ସ ଡାଏଲଗର ଆୟୋଜନ କରାଯାଇଛି, ଯେଉଁଥିରେ ଦକ୍ଷିଣ ଆଫ୍ରିକା ପକ୍ଷରୁ ଆମନ୍ତ୍ରିତ ଅନ୍ୟ ଦେଶମାନେ ଯୋଗଦେବେ। ଜୋହାନ୍ସବର୍ଗରେ ଉପସ୍ଥିତ ଥିବା କେତେଜଣ ନେତାଙ୍କ ସହ ପ୍ରଧାନମନ୍ତ୍ରୀ ମଧ୍ୟ ଦ୍ୱିପାକ୍ଷିକ ବୈଠକ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

‘ପୁଣିଥରେ ଦେଶରେ ଲକଡାଉନ୍‌ ଲାଗୁ କରିପାରନ୍ତି’, ପ୍ରଧାନମନ୍ତ୍ରୀ ମୋଦିଙ୍କ ମୁଖ୍ୟମନ୍ତ୍ରୀମାନଙ୍କ ସହ ବୈଠକ ପରେ ଏମିତି କହିଲେ…

ନୂଆଦିଲ୍ଲୀ,୨୭।୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବାରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣିଥରେ ମୋଦି ସରକାର ଏବଂ ନିର୍ବାଚନ କମିଶନଙ୍କ ବିରୋଧରେ ମୋର୍ଚ୍ଚା ଖୋଲିଛନ୍ତି। ପଶ୍ଚିମ ବର୍ଦ୍ଧମାନରେ…

ଇରାନ ସଂଘର୍ଷ ଭିତରେ ଭାରତ ପାଇଁ ଆଶ୍ବସ୍ତି, ଆସିଲା LPG ବୋଝେଇ ଟ୍ୟାଙ୍କର

ନୂଆଦିଲ୍ଲୀ,୨୭ା୩: ଭାଡିନାର ବନ୍ଦରରୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ଖବର ମିଳିଛି । ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଭାରତ ପାଇଁ ଆଶ୍ୱସ୍ତିର ସଙ୍କେତ ଦେଖାଦେଇଛି । ଏଲପିଜି ବୋଝେଇ…

ଥରିଲା ପୃଥିବୀ, ଭାରତରେ କମ୍ପନ ଅନୁଭୂତ

ନୂଆଦିଲ୍ଲୀ,୨୭ା୩: ଶୁକ୍ରବାର ସକାଳେ ଲେହ ଲଦାଖରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁଯାୟୀ, ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୩.୯…

ପେଟ୍ରୋଲ-ଡିଜେଲ ଶସ୍ତା କଲେ ସରକାର, ହ୍ରାସ ହେଲା ଉତ୍ପାଦ ଶୁଳ୍କ, ଜାଣନ୍ତୁ ପ୍ରତି ଲିଟର କେତେ…

ନୂଆଦିଲ୍ଲୀ,୨୭ା୩: ଆମେରିକା-ଇରାନ ଯୁଦ୍ଧ ଯୋଗୁ ଦେଶବ୍ୟାପୀ ଇନ୍ଧନ ମୂଲ୍ୟ ବୃଦ୍ଧିର ଆଶଙ୍କାକୁ ଦୃଷ୍ଟିରେ ରଖି ଭାରତ ସରକାର ପେଟ୍ରୋଲ ଏବଂ ଡିଜେଲ ଉଭୟ ଉପରେ ଅତିରିକ୍ତ ଉତ୍ପାଦ…

ସିକ୍ରେଟ କ୍ୟାବିନରେ ଚାଲାଣ ହେଉଥିଲା ୧୮୭ କେଜି ଗଞ୍ଜେଇ, ମାଡ଼ିବସିଲା ସୁବଳୟା ପୋଲିସ

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ପୋଲିସ ଗୁରୁବାର ସୋନପୁର-ବୀରମହାରାଜପୁର ରାସ୍ତାର ଦୁରଦୁରା ନର୍ସରୀ ନିକଟରୁ ଏକ ପିକଅପରେ ଚାଲାଣ ହେଉଥିବା ୧୮୭ କେଜି ଗଞ୍ଜେଇ…

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ଗାଁଦାଣ୍ଡରେ ଯୁବକଙ୍କୁ ପିଟି ହତ୍ୟା

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ପିତାମହୁଲ ଗାଁ ଦାଣ୍ଡରେ ଜଣେ ଯୁବକଙ୍କୁ ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ହତ୍ୟାର ଶିକାର ହୋଇଛନ୍ତି…

ବଡ଼ବଡ଼ିଆ ଜବରଦଖଲକାରୀଙ୍କ ବଦଳରେ ଗରିବଙ୍କ କୁଡ଼ିଆ ଉଚ୍ଛେଦ, ପ୍ରତିବାଦରେ ତାତିଲେ ଲୋକେ

ବରଗଡ଼,୨୭।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଅଭିଯାନ ଚାଲିଛି। ଏହି କ୍ରମରେ ବୁଲଡୋଜର ପର୍ଯ୍ୟାୟକ୍ରମେ ସହରର ଗୋଟିଏ ସ୍ଥାନରୁ ଅନ୍ୟ ଜବରଦଖଲ ସ୍ଥାନକୁ ମାଡ଼ି ବସିଛି।…

ସୃଜନଶୀଳତାକୁ ପ୍ରାଧାନ୍ୟ

ଖୋର୍ଦ୍ଧାସ୍ଥିତ ଆର୍ଯ୍ୟବର୍ତ୍ତ ଆନ୍‌ସିଏଣ୍ଟ ଏକାଡେମୀ (ଏଏଏ)ର ପ୍ରିନ୍ସିପାଲ ଭାବେ ଡ. ଦୀପ୍ତିମୟୀ ମହାନ୍ତି କାର୍ଯ୍ୟରତ ଥିବାବେଳେ ତାଙ୍କର ଶିକ୍ଷାକ୍ଷେତ୍ରରେ ୩୦ ବର୍ଷର ଅଭିଜ୍ଞତା ରହିଛି। ଅବିରତ ଉତ୍ସାହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri