Posted inଜାତୀୟ

ଚାଇନା ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ: ଟ୍ରମ୍ପଙ୍କ ଧମକ ପରେ ମୋଦିଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାଂଘାଇ ସହଯୋଗ ସଂଗଠନ (ଏସସିଓ) ଶିଖର ସମ୍ମିଳନୀରେ ଯୋଗ ଦେବାକୁ ଆଗାମୀ ଅଗଷ୍ଟ ୩୧ରୁ ସେପ୍ଟେମ୍ବର ୧ ତାରିଖ ମଧ୍ୟରେ ଚାଇନାର ତିଆନଜିନକୁ ଯାତ୍ରା କରିବେ। ୨୦୧୯ ପରେ ଏହା ହେବ ତାଙ୍କର ପ୍ରଥମ ଚାଇନା ଗସ୍ତ। ୨୦୨୦ରେ ଗାଲୱାନ ଉପତ୍ୟକାରେ ଭାରତ-ଚାଇନା ସୈନ୍ୟ ମୁହାଁମୁହିଁ ପରେ ଦୁଇ ଦେଶ ମଧ୍ୟରେ ସମ୍ପର୍କ ବିଗିଡ଼ିଥିବା ବେଳେ ଏହି ଯାତ୍ରା ଦୁଇ ଦେଶ ମଧ୍ୟରେ ସମ୍ପର୍କ ସୁଧାର ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ବୋଲି ବିବେଚନା କରାଯାଉଛି।

ଭାରତୀୟ ବୈଦେଶିକ ମନ୍ତ୍ରଣାଳୟ କହିଛି ଯେ ପ୍ରଧାନମନ୍ତ୍ରୀଙ୍କ ଏସସିଓ ଶିଖର ସମ୍ମିଳନୀରେ ଅଂଶଗ୍ରହଣ ନେଇ ବିଚାର ଚାଲିଛି। ଏହି ସମ୍ମିଳନୀରେ ରୁଷର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଅନ୍ୟାନ୍ୟ ଏସସିଓ ସଦସ୍ୟ ରାଷ୍ଟ୍ରର ନେତାମାନେ ମଧ୍ୟ ଯୋଗ ଦେବାର ସମ୍ଭାବନା ରହିଛି। ଚାଇନାର ବୈଦେଶିକ ମନ୍ତ୍ରୀ ୱାଙ୍ଗ ୟୀ କହିଛନ୍ତି ଯେ ୨୦ରୁ ଅଧିକ ଦେଶର ନେତା ଏବଂ ୧୦ଟି ଆନ୍ତର୍ଜାତୀୟ ସଂଗଠନର ମୁଖ୍ୟ ଏହି ସମ୍ମିଳନୀରେ ଅଂଶଗ୍ରହଣ କରିବେ।

ଏହା ପୂର୍ବରୁ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ଜୁଲାଇ ମାସରେ ଚାଇନା ଗସ୍ତ କରି ରାଷ୍ଟ୍ରପତି ଶି ଜିନପିଙ୍ଗ ଏବଂ ବୈଦେଶିକ ମନ୍ତ୍ରୀ ୱାଙ୍ଗ ୟୀଙ୍କ ସହ ଆଲୋଚନା କରିଥିଲେ। ଏହି ବୈଠକ ପ୍ରଧାନମନ୍ତ୍ରୀ ମୋଦିଙ୍କ ଚାଇନା ଗସ୍ତ ପାଇଁ ପୃଷ୍ଠଭୂମି ପ୍ରସ୍ତୁତ କରିଛି ବୋଲି କୁହାଯାଉଛି। ମୋଦି ଏବଂ ଚାଇନାର ରାଷ୍ଟ୍ରପତି ଶି ଜିନପିଙ୍ଗ ମଧ୍ୟ ଏହି ସମ୍ମିଳନୀରେ ଏକ ବୈଠକ କରିପାରନ୍ତି, ଯାହା ଗତ ଅକ୍ଟୋବର ୨୦୨୪ରେ ରୁଷିଆରେ ଅନୁଷ୍ଠିତ ବ୍ରିକ୍ସ ଶିଖର ସମ୍ମିଳନୀରେ ସେମାନଙ୍କ ଶେଷ ବୈଠକ ପରେ ପ୍ରଥମ ହେବ।

ଏହି ଗସ୍ତ ଭାରତ ଓ ଚାଇନା ମଧ୍ୟରେ ସୀମା ବିବାଦ, ବାଣିଜ୍ୟ ଏବଂ ସହଯୋଗ ଆଦି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନାକୁ ଆଗେଇ ନେବାରେ ସହାୟକ ହେବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଫେବୃଆରୀ ୨୦ରେ Odisha Budget 2026-27

ଭୁବନେଶ୍ୱର,୩୦।୧: ଫେବୃଆରୀ ୧୭ରୁ ବିଧାନସଭା ବଜେଟ ଅଧିବେଶନ  ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଚାଲିବ Odisha Budget 2026-27 ଅଧିବେଶନ। ଫେବୃଆରୀ ୨୦ରେ ଆଗତ ହେବ ବଜେଟ-୨୦୨୬।…

୧, ୨ କି ୩ ନୁହେଁ, ୯ଟି ଶୁଭ ସଂଯୋଗରେ ଆସିବ ଏଥର ବଜେଟ୍‌

ନୂଆଦିଲ୍ଲୀ,୩୦।୧: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧ରେ ସାଧାରଣ ବଜେଟ ଉପସ୍ଥାପନ କରିବେ। ବଜେଟ ଦିବସ ସମସ୍ତ ବର୍ଗର ଲୋକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ଗୁରୁତ୍ୱପୂର୍ଣ୍ଣ…

ଭାଜପା ଏମ୍‌ପିଙ୍କ ବଡ଼ ବୟାନ, ‘ଯଦି ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ପଦବୀ ଦିଆଯାଏ, ତା’ହେଲେ…’

ନୂଆଦିଲ୍ଲୀ,୩୦।୧: ଅଜିତ ପାୱାରଙ୍କ ଦେହାନ୍ତ ପରେ ଦୁଇ ଏନସିପି ଗୋଷ୍ଠୀ ଏକାଠି ହେବାର ଆଲୋଚନା ହୋଉଛି। ଏହି ସମୟରେ, ଭାଜପା ରାଜ୍ୟ ସଭା ଏମ୍‌ପି ଧନଞ୍ଜୟ ମହାଦିକ…

ସ୍କୁଲରେ ଝିଅମାନଙ୍କ ପାଇଁ ଅଲଗା ଶୌଚାଳୟ, ସାନିଟାରୀ ପ୍ୟାଡ ରହିବା ଜରୁରୀ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦।୧: ସୁପ୍ରିମକୋର୍ଟ ସ୍କୁଲରେ ଝିଅମାନଙ୍କ ପାଇଁ ପୃଥକ ଶୌଚାଳୟ ଏବଂ ସାନିଟାରୀ ପ୍ୟାଡ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ସୁପ୍ରିମକୋର୍ଟ ସମସ୍ତ ସରକାରୀ ଏବଂ…

ବିମାନକୁ ବୋମା ପକାଇ ଉଡ଼ାଇ ଦେବାକୁ ଧମକ,ଟିସ୍ୟୁ ପେପରରେ ଏମିତି ଲେଖା ଦେଖି..

ନୂଆଦିଲ୍ଲୀ,୩୦ା୧: ବିମାନ କମ୍ପାନୀଗୁଡ଼ିକ ବାରମ୍ବାର ବୋମା  ଏବଂ ଅପହରଣ ଧମକ ପାଉଛନ୍ତି। ଏହି ସମୟରେ ଶୁକ୍ରବାର କୁଏତ୍‌ରୁ ଦିଲ୍ଲୀ ଆସୁଥିବା ଏକ ଇଣ୍ଡିଗୋ ବିମାନକୁ ବୋମା ପକାଇ…

ନିମ୍ନ ୧୦% ଲୋକଙ୍କ ବଢ଼ୁଛି ଖର୍ଚ୍ଚ କରିବା ଶକ୍ତି: ଭାରତରେ ହ୍ରାସ ପାଉଛି ଧନୀ-ଦାରିଦ୍ର୍ୟ ଅସମାନତା

ନୂଆଦିଲ୍ଲୀ,୩୦।୧: ଭାରତରେ ଗରିବ ଓ ଧନୀଙ୍କ ମଧ୍ୟରେ ଥିବା ବ୍ୟବଧାନ ଧୀରେ ଧୀରେ ହ୍ରାସ ପାଉଛି। ସଂସଦରେ ଆଗତ ୨୦୨୫-୨୬ ଆର୍ଥିକ ସର୍ଭେ ରିପୋର୍ଟରେ ଏହି ଖୁଲାସା…

ସୁନା ବଜାରରେ ଐତିହାସିକ ହଲଚଲ: ଗୋଟିଏ ଦିନରେ ଭାରତ ଅର୍ଥନୀତିଠାରୁ ଅଧିକ ଟଙ୍କାର କାରବାର

ନୂଆଦିଲ୍ଲୀ,୩୦।୧: ବିଶ୍ୱ ବଜାରରେ ସୁନା ମୂଲ୍ୟ ଚଳିତ ସପ୍ତାହରେ ଅଭୂତପୂର୍ବ ସ୍ଥିତିର ସାମ୍ନା କରିଛି। କ୍ୟାପିଟାଲ ମାର୍କେଟ ପ୍ଲାଟଫର୍ମ ‘ଦି କୋବେସି ଲେଟର’ ବିଶ୍ଳେଷଣ ଅନୁଯାୟୀ, ସୁନାର…

ବଢ଼ୁଛି ବିଶ୍ୱ ତାପମାତ୍ରା: ସବୁଠାରୁ ଅଧିକ ପ୍ରଭାବିତ ହେବ ଭାରତ

ନୂଆଦିଲ୍ଲୀ,୩୦।୧: ଜଳବାୟୁ ପରିବର୍ତ୍ତନ କାରଣରୁ ଗଭୀର ପ୍ରଭାବିତ ହେବ ଭାରତ। ତାପମାତ୍ରା ବୃଦ୍ଧି ଯୋଗୁଁ ଆଗାମୀ ଦଶନ୍ଧିମାନଙ୍କରେ ବିଶ୍ୱର କୋଟି କୋଟି ଲୋକ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri