Posted inଜାତୀୟ

ମେ’ ୧୯ରେ ଜାପାନ ଗସ୍ତ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜି -୭ ଗ୍ରୁପ ଏବଂ କ୍ୱାର୍ଡ ସମେତ ତିନୋଟି ପ୍ରମୁଖ ବହୁପକ୍ଷୀୟ ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ଶୁକ୍ରବାର ଅର୍ଥାତ୍‌ ୧୯ ମେ’ରେ ଜାପାନ, ପାପୁଆ ନ୍ୟୁ ଗିନି ଏବଂ ଅଷ୍ଟ୍ରେଲିଆ ଗସ୍ତରେ ଯିବେ। ମଙ୍ଗଳବାର ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏନେଇ ସୂଚନା ଦେଇଛି। ତାଙ୍କ ଗସ୍ତର ପ୍ରଥମ ପର୍ଯ୍ୟାୟରେ ମୋଦି ଜାପାନର ହିରୋସିମା ସହର ମେ’ ୧୯ ରୁ ୨୧ ମେ’ ପର୍ଯ୍ୟନ୍ତ ଯିବେ ଏବଂ ସେଠାରେ ଜି -୭ର ବାର୍ଷିକ ଶିଖର ସମ୍ମିଳନୀରେ ଯୋଗଦେବେ। ଏହି ସମୟ ମଧ୍ୟରେ ମୋଦି ଶାନ୍ତି, ସ୍ଥିରତା ଏବଂ ପୃଥିବୀର ସମୃଦ୍ଧତା, ଜି -୭ ଅଧିବେଶନରେ ଅଂଶଗ୍ରହଣକାରୀ ଦେଶମାନଙ୍କ ସହିତ ଖାଦ୍ୟ, ସାର ଏବଂ ଶକ୍ତି ସୁରକ୍ଷା ଭଳି ପ୍ରସଙ୍ଗ ଉପରେ ନିଜର ମତ ପ୍ରକାଶ କରିବେ। ମନ୍ତ୍ରଣାଳୟ ଏକ ବିବୃତ୍ତିରେ କହିଛି, ପ୍ରଧାନମନ୍ତ୍ରୀ ଜାପାନରୁ ପୋର୍ଟ ମୋରେସବି ଯାତ୍ରା କରିବେ, ଯେଉଁଠାରେ ସେ ପାପୁଆ ନ୍ୟୁ ଗିନି ପ୍ରଧାନମନ୍ତ୍ରୀ ଜେମ୍ସ ମାରାପେଙ୍କ ସହ ମେ’ ୨୨ରେ ଫୋରମ ଫର ଇଣ୍ଡିଆ-ପାସିଫିକ ଦ୍ୱୀପପୁଞ୍ଜ ସହଯୋଗ (ଏଫଆଇପିଆଇସି)ର ତୃତୀୟ ଶିଖର ସମ୍ମିଳନୀକୁ ସମ୍ବୋଧିତ କରିବେ। ତେବେ ପାପୁଆ ନ୍ୟୁ ଗିନିରେ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀଙ୍କ ଏହା ପ୍ରଥମ ଗସ୍ତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିର ୩ ବିଦ୍ୟାଳୟରେ ହେବ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ

ଦାରିଙ୍ଗବାଡ଼ି,୭ା୬(ଅରୁଣ ସାହୁ): ଶିକ୍ଷାର ବ୍ୟବସ୍ଥାରେ ଆଉ ଗୋଟିଏ ପାଦ ଆଗକୁ ବଢ଼ିବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଇଛି ପଦକ୍ଷେପ। ରବିବାର କନ୍ଧମାଳ…

ବଡ଼ ହଲଚଲ! TMCରେ ଫାଟ ଭିତରେ ଦିଲ୍ଲୀ ଗସ୍ତ କଲେ ମମତା, ବୈଠକରେ ହୋଇପାରେ ବଡ଼ ନିଷ୍ପତ୍ତି

କୋଲକାତା,୭।୬: ସୋମବାର ଦିନ ଜାତୀୟ ରାଜଧାନୀ ଦିଲ୍ଲୀରେ ଇଣ୍ଡିଆ ବ୍ଲକ୍‌ର ଏକ ବୈଠକ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଏହି ବୈଠକରେ ଯୋଗଦେବା ପାଇଁ ଟିଏମ୍‌ସି ସୁପ୍ରିମୋ ମମତା…

ଭାଜପା ଛାଡିବା ପରେ ନୂଆ ଆନ୍ଦୋଳନ ଆରମ୍ଭ କଲେ ଆନ୍ନାମଲାଇ, ଆଖି ପିଛୁଳାକେ ଯୋଡି ହେଲେ ୧୫ ଲକ୍ଷରୁ ଅଧିକ ସଦସ୍ୟ

ନୂଆଦିଲ୍ଲୀ,୭।୬: ତାମିଲନାଡୁର ପୂର୍ବତନ ଭାଜପା ଅଧ୍ୟକ୍ଷ କେ. ଆନ୍ନାମଲାଇ ଦଳରୁ ଇସ୍ତଫା ଦେବାର କିଛି ଦିନ ପରେ ଏକ ନୂତନ ରାଜନୈତିକ ଆନ୍ଦୋଳନ ଆରମ୍ଭ କରିଛନ୍ତି। ଏହି…

ଦୁର୍ନୀତି ପଦାରେ ପଡ଼ିବା ପରେ ତରବରିଆ ଭାବେ ଆରମ୍ଭ ହେଲା କାର୍ଯ୍ୟ, ମେଟାଲ ଉପରେ ପଡୁଛି…

ଥୁଆମୂଳ ରାମପୁର,୭ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବାଗଡ଼ିଆଣି ଗ୍ରାମପଞ୍ଚାୟତ ଅନ୍ତର୍ଗତ କମରାଘାଟ ଗ୍ରାମର ମନରେଗା ରାସ୍ତା କାର୍ଯ୍ୟରେ ବ୍ୟାପକ ଅନିୟମିତତା ସମ୍ପର୍କରେ ‘ଧରିତ୍ରୀ’ରେ…

ସ୍ତ୍ରୀଙ୍କ ସହ ଝଗଡ଼ା ପରେ ଗୁଳି ମାରିଦେଲେ ସ୍ବାମୀ, ପୁଅ ହସ୍ତକ୍ଷେପ କରିବାରୁ ତାଙ୍କୁ ବି ଛାଡିଲେନି

ନୂଆଦିଲ୍ଲୀ,୭।୬: ଗୁରୁଗ୍ରାମର ଅଶୋକ ବିହାର କଲୋନୀରେ ଜଣେ ୫୦ବର୍ଷୀୟ ସୁରକ୍ଷା ଅଧିକାରୀ ତାଙ୍କ ପତ୍ନୀ ଏବଂ ପୁଅଙ୍କୁ ହତ୍ୟା କରିଛନ୍ତି । ଘରୋଇ ବିବାଦ ପରେ, ଅଭିଯୁକ୍ତ…

ପୁରୁଷୋତ୍ତମପୁର ଅଞ୍ଚଳରେ ଆତଙ୍କ ସୃଷ୍ଟି କରୁଛନ୍ତି ଅପରାଧୀ, ଗ୍ୟାଙ୍ଗକୁ ଠାବ କରିବା ଲାଗି ପୋଲିସ…

ପୁରୁଷୋତ୍ତମପୁର,୭ା୬(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଅପରାଧୀମାନେ ଦିନକୁ ଦିନ ସେମାନଙ୍କ ସାମ୍ରାଜ୍ୟ ବିସ୍ତାର କରିବାରେ ଲାଗିଥିବାରୁ ପୋଲିସର ନିଦ ହଜିଯାଇଛି। ଏମାନଙ୍କୁ ଧରିବା ଲାଗି…

ଭାରତକୁ ବନ୍ଦ ହୋଇଯିବ କି LPG ଯୋଗାଣ? ହର୍ମୁଜରେ ଫସି ରହିଥିବା ଜାହାଜକୁ ନେଇ…

ନୂଆଦିଲ୍ଲୀ,୭।୬: ଆମେରିକା ଏବଂ ଇସ୍ରାଏଲ ଇରାନ ଉପରେ ଆକ୍ରମଣ ଫେବୃଆରୀ ୨୮, ୨୦୨୬ ରେ ଆରମ୍ଭ ହୋଇଥିଲା। ପ୍ରତିଶୋଧ ସ୍ବରୂପ, ଇରାନ ଷ୍ଟ୍ରେଟ ଅଫ ହର୍ମୁଜ ରାସ୍ତାକୁ…

ଟିମ ଇଣ୍ଡିଆରେ ଏଣ୍ଟ୍ରି ପରେ ବିଜ୍ଞାପନ ବଜାରରେ ଛାଇଗଲେ ସୂର୍ଯ୍ୟବଂଶୀ; କିନ୍ତୁ ବିରାଟ-ରୋହିତଙ୍କ ଭଳି କରିପାରିବେନି ସବୁ ବ୍ରାଣ୍ଡର ପ୍ରଚାର, ଜାଣନ୍ତୁ କାହିଁକ?

ନୂଆଦିଲ୍ଲୀ,୭।୬: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ସହିତ ଏସିଆନ ଗେମ୍ସ ପାଇଁ ମଧ୍ୟ ନିଜର ଟି-୨୦ ଦଳ ଘୋଷଣା କରିସାରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri