ଚଳିତ ବର୍ଷ ଦ୍ୱିତୀୟଥର ରୁଷିଆ ଯିବେ ମୋଦି, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮ା୧୦: ଚଳିତ ବର୍ଷ ଦ୍ୱିତୀୟ ଥର ପାଇଁ ରୁଷିଆ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ୟୁକ୍ରେନ ଯୁଦ୍ଧ ଆରମ୍ଭ ହେବା ପରେ ଗତ ଜୁଲାଇ ମାସରେ ଦୁଇ ନେତା ପ୍ରଥମଥର ପାଇଁ ସାକ୍ଷାତ କରିଥିଲେ। ଯେଉଁଥିରେ ଦୁଇ ଜଣଙ୍କ ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଥିଲା। ଏବେ ପୁଣିଥରେ ମୋଦି ଚଳିତ ମାସ ୨୨-୨୩ ତାରିଖରେ ରୁଷିଆ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ସେ ବ୍ରିକ୍ସ ସମ୍ମିଳନୀରେ ଯୋଗ ଦେବେ।

ମୋଦି ତାଙ୍କ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ମୋଦି ବ୍ରିକ୍ସ ସଦସ୍ୟ ଦେଶ ତଥା ତାଙ୍କ ସହ କାଜାନରେ ଆମନ୍ତ୍ରିତ ନେତାଙ୍କ ସହ ଦ୍ୱିପାକ୍ଷିକ ବୈଠକ କରିବେ ବୋଲି ଆଶା କରାଯାଉଛି।

ରୁଷିଆରେ ହେବାକୁଥିବା ଏହି ବୈଠକର ଥିମ୍ ରହିଛି ‘ଜଷ୍ଟ ଗ୍ଲୋବାଲ୍ ଡେଭଲପମେଣ୍ଟ ଆଣ୍ଡ ସିକ୍ୟୁରିଟି ପାଇଁ ବହୁପକ୍ଷୀୟତାକୁ ମଜବୁତ କରିବା’। ଯାହା ୧୬ ତମ ବ୍ରିକ୍ସ ସମ୍ମିଳନୀ ନେତାଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପ୍ଲାଟଫର୍ମ ଯୋଗାଇବ ଯାହା ବିଶ୍ୱର ପ୍ରମୁଖ ପ୍ରସଙ୍ଗ ଉପରେ ଆଲୋଚନା କରିବ।

ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ କହିଛି ଯେ ବ୍ରିକ୍ସ ଦ୍ୱାରା ଆରମ୍ଭ ହୋଇଥିବା ପଦକ୍ଷେପଗୁଡିକର ଅଗ୍ରଗତିର ଆକଳନ ଏବଂ ଭବିଷ୍ୟତରେ ସହଯୋଗ ପାଇଁ ସମ୍ଭାବ୍ୟ କ୍ଷେତ୍ର ଚିହ୍ନଟ କରିବାକୁ ଏହି ସମ୍ମିଳନୀ ଏକ ମୂଲ୍ୟବାନ ସୁଯୋଗ ପ୍ରଦାନ କରିବ।

୨୦୦୬ ରେ ବ୍ରାଜିଲ, ରୁଷିଆ, ଭାରତ ଏବଂ ଚୀନ୍ (BRIC) ବ୍ରିକ୍ସ ଗୋଷ୍ଠୀ ସୃଷ୍ଟି କରିଥିଲେ। ୨୦୧୦ରେ ଦକ୍ଷିଣ ଆଫ୍ରିକା ଯୋଗଦେବା ପରେ ଏହାକୁ ବ୍ରିକ୍ସ(BRICS)ରେ ପରିବର୍ତ୍ତନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଏମ୍‌ପିଙ୍କ ବଡ଼ ବୟାନ, ‘ଯଦି ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ପଦବୀ ଦିଆଯାଏ, ତା’ହେଲେ…’

ନୂଆଦିଲ୍ଲୀ,୩୦।୧: ଅଜିତ ପାୱାରଙ୍କ ଦେହାନ୍ତ ପରେ ଦୁଇ ଏନସିପି ଗୋଷ୍ଠୀ ଏକାଠି ହେବାର ଆଲୋଚନା ହୋଉଛି। ଏହି ସମୟରେ, ଭାଜପା ରାଜ୍ୟ ସଭା ଏମ୍‌ପି ଧନଞ୍ଜୟ ମହାଦିକ…

ସ୍କୁଲରେ ଝିଅମାନଙ୍କ ପାଇଁ ଅଲଗା ଶୌଚାଳୟ, ସାନିଟାରୀ ପ୍ୟାଡ ରହିବା ଜରୁରୀ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦।୧: ସୁପ୍ରିମକୋର୍ଟ ସ୍କୁଲରେ ଝିଅମାନଙ୍କ ପାଇଁ ପୃଥକ ଶୌଚାଳୟ ଏବଂ ସାନିଟାରୀ ପ୍ୟାଡ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ସୁପ୍ରିମକୋର୍ଟ ସମସ୍ତ ସରକାରୀ ଏବଂ…

ବିମାନକୁ ବୋମା ପକାଇ ଉଡ଼ାଇ ଦେବାକୁ ଧମକ,ଟିସ୍ୟୁ ପେପରରେ ଏମିତି ଲେଖା ଦେଖି..

ନୂଆଦିଲ୍ଲୀ,୩୦ା୧: ବିମାନ କମ୍ପାନୀଗୁଡ଼ିକ ବାରମ୍ବାର ବୋମା  ଏବଂ ଅପହରଣ ଧମକ ପାଉଛନ୍ତି। ଏହି ସମୟରେ ଶୁକ୍ରବାର କୁଏତ୍‌ରୁ ଦିଲ୍ଲୀ ଆସୁଥିବା ଏକ ଇଣ୍ଡିଗୋ ବିମାନକୁ ବୋମା ପକାଇ…

ନିମ୍ନ ୧୦% ଲୋକଙ୍କ ବଢ଼ୁଛି ଖର୍ଚ୍ଚ କରିବା ଶକ୍ତି: ଭାରତରେ ହ୍ରାସ ପାଉଛି ଧନୀ-ଦାରିଦ୍ର୍ୟ ଅସମାନତା

ନୂଆଦିଲ୍ଲୀ,୩୦।୧: ଭାରତରେ ଗରିବ ଓ ଧନୀଙ୍କ ମଧ୍ୟରେ ଥିବା ବ୍ୟବଧାନ ଧୀରେ ଧୀରେ ହ୍ରାସ ପାଉଛି। ସଂସଦରେ ଆଗତ ୨୦୨୫-୨୬ ଆର୍ଥିକ ସର୍ଭେ ରିପୋର୍ଟରେ ଏହି ଖୁଲାସା…

ସୁନା ବଜାରରେ ଐତିହାସିକ ହଲଚଲ: ଗୋଟିଏ ଦିନରେ ଭାରତ ଅର୍ଥନୀତିଠାରୁ ଅଧିକ ଟଙ୍କାର କାରବାର

ନୂଆଦିଲ୍ଲୀ,୩୦।୧: ବିଶ୍ୱ ବଜାରରେ ସୁନା ମୂଲ୍ୟ ଚଳିତ ସପ୍ତାହରେ ଅଭୂତପୂର୍ବ ସ୍ଥିତିର ସାମ୍ନା କରିଛି। କ୍ୟାପିଟାଲ ମାର୍କେଟ ପ୍ଲାଟଫର୍ମ ‘ଦି କୋବେସି ଲେଟର’ ବିଶ୍ଳେଷଣ ଅନୁଯାୟୀ, ସୁନାର…

ବଢ଼ୁଛି ବିଶ୍ୱ ତାପମାତ୍ରା: ସବୁଠାରୁ ଅଧିକ ପ୍ରଭାବିତ ହେବ ଭାରତ

ନୂଆଦିଲ୍ଲୀ,୩୦।୧: ଜଳବାୟୁ ପରିବର୍ତ୍ତନ କାରଣରୁ ଗଭୀର ପ୍ରଭାବିତ ହେବ ଭାରତ। ତାପମାତ୍ରା ବୃଦ୍ଧି ଯୋଗୁଁ ଆଗାମୀ ଦଶନ୍ଧିମାନଙ୍କରେ ବିଶ୍ୱର କୋଟି କୋଟି ଲୋକ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହର…

ବିଧାୟକଙ୍କ ଦରମା ବୃଦ୍ଧି ବିଲ୍‌ର ହୋଇପାରେ ପୁନଃବିଚାର

ଭୁବନେଶ୍ୱର,୩୦ା୧: ବିଧାୟକଙ୍କ ଦରମା ବୃଦ୍ଧି ବିଲ୍‌ ଉପରେ ଆସନ୍ତା ଅଧିବେଶନରେ ପୁନଃବିଚାର ହୋଇପାରେ। ଏନେଇ ସୂଚନା ଦେଇଛନ୍ତି କମିଟି ଅଧ୍ୟକ୍ଷ ଭାସ୍କର ମଢ଼େଇ। ସେ କହିଛନ୍ତି, ପୁନଃବିଚାର…

ସରକାରଙ୍କୁ ଅଲ୍ଟିମେଟମ୍‌ ଦେଲେ ଶଙ୍କରାଚାର୍ଯ୍ୟ: ୪୦ ଦିନ ଭିତରେ ଏ କାମ ନ କଲେ ଘଟିବ…

ଲକ୍ଷ୍ନୌ,୩୦।୧:ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ପ୍ରୟାଗରାଜ ମାଘ ମେଳାରେ ପ୍ରଶାସନ ସହିତ ବିବାଦ ସମ୍ପର୍କରେ ଯୋଗୀ ସରକାର ଏବଂ ପ୍ରଶାସନକୁ କଡ଼ା ସମାଲୋଚନା କରିଛନ୍ତି। ଶଙ୍କରାଚାର୍ଯ୍ୟ ଅଭିମୁକ୍ତେଶ୍ୱରାନନ୍ଦ କହିଥିଲେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri