Posted inଜାତୀୟ

ଆଜି ତେଲଙ୍ଗାନା-ତାମିଲନାଡୁ ଗସ୍ତ କରିବେ ମୋଦି, ୨ଟି ବନ୍ଦେ ଭାରତ ଏକ୍ସପ୍ରେସର କରିବେ ଶୁଭାରମ୍ଭ

ନୂଆଦିଲ୍ଲୀ,୮।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ୨ଦିନିଆ ଦକ୍ଷିଣ ଭାରତର ତିନୋଟି ରାଜ୍ୟ ଗସ୍ତ କରିବେ। ଏହି ଦୁଇ ଦିନରେ ପ୍ରଧାନମନ୍ତ୍ରୀ ମୋଦି ତେଲଙ୍ଗାନା ଏବଂ ତାମିଲନାଡୁ ଯିବେ ଏବଂ ଏହି ସମୟ ମଧ୍ୟରେ ସେ ରାଜ୍ୟମାନଙ୍କୁ ଅନେକ ଉପହାର ଦେବେ। ଏହା ପରେ ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ କର୍ନାଟକ ଯିବେ। ତେବେ କର୍ନାଟକ ନିର୍ବାଚନ ତାରିଖ ଘୋଷଣା ପରେ ଏହା ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ଗସ୍ତ ହେବ।

ସୂଚନା ଅନୁଯାୟୀ, ପ୍ରଧାନମନ୍ତ୍ରୀ ମୋଦି ପ୍ରଥମେ ତେଲଙ୍ଗାନା ଯିବେ। ଶୁକ୍ରବାର ସକାଳ ପ୍ରାୟ ୧୧.୪୫ରେ ସେ ତେଲଙ୍ଗାନାର ସିକନ୍ଦରାବାଦ ରେଳ ଷ୍ଟେଶନରେ ପହଞ୍ଚିବେ। ଏଠାରୁ ସେ ସିକନ୍ଦରାବାଦ-ତିରୁପତି ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିବେ। ଏହାପରେ ହାଇଦ୍ରାବାଦର ପ୍ୟାରେଡ ଗ୍ରାଉଣ୍ଡରେ ଆୟୋଜିତ ଏକ ସାଧାରଣ କାର୍ଯ୍ୟକ୍ରମରେ ଯୋଗଦେବେ। ଏହି ସମୟରେ ସେ ଏମ୍ସ ବିବିନ୍‌ଗରର ଭିତ୍ତି ପ୍ରସ୍ତର, ପାଞ୍ଚଟି ଜାତୀୟ ରାଜପଥ ପ୍ରକଳ୍ପ ଏବଂ ହାଇଦ୍ରାବାଦର ସିକନ୍ଦରାବାଦ ରେଳ ଷ୍ଟେଶନର ପୁନଃବିକାଶ ପାଇଁ ମୂଳଦୁଆ ପକାଇବେ। ସେହିପରି ଅପରାହ୍ନ ୩ଟାରେ ଚେନ୍ନାଇ ବିମାନବନ୍ଦରରେ ପହଞ୍ଚି ସେଠାରେ ନୂତନ ଇଣ୍ଟିଗ୍ରେଟେଡ ଟର୍ମିନାଲ ବିଲଡିଂର ଉଦ୍‌ଘାଟନ କରିବେ। ସେଠାରୁ ବାହାରି ଅପରାହ୍ନ ୪ଟାରେ ଏମ୍‌ଜିଆର ଚେନ୍ନାଇ କେନ୍ଦ୍ରୀୟ ରେଳ ଷ୍ଟେଶନରେ ପହଞ୍ଚିବେ। ଯେଉଁଠାରେ ସେ ଚେନ୍ନାଇ-କୋଏମ୍ବାଟୁର ବନ୍ଦେ ଭାରତ ଏକ୍ସପ୍ରେସକୁ ସବୁଜ ପତାକା ଦେଖାଇ ଅନ୍ୟାନ୍ୟ ପ୍ରକଳ୍ପର ଉଦଘାଟନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri