Posted inଜାତୀୟ

‘ଛାବା’ ଦେଖିବେ ପ୍ରଧାନମନ୍ତ୍ରୀ ମୋଦି: ସଂସଦରେ ହେବ ସ୍ବତନ୍ତ୍ର ସ୍କ୍ରିନିଂ

ନୂଆଦିଲ୍ଲୀ,୨୫।୩: ଅଭିନେତା ବିକି କୌଶଳଙ୍କ ଅଭିନୀତ ‘ଛାବା’ ସୁପରହିଟ୍‌ ହୋଇଛି। ରିଲିଜ ହେବାର ୪୦ ଦିନ ପରେ ମଧ୍ୟ ଫିଲ୍ମଟି ବକ୍ସ ଅଫିସରେ ଭଲ ଆୟ କରୁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ପୂର୍ବରୁ ‘ଛାବା’କୁ ପ୍ରଶଂସା କରିଥିଲେ ଏବଂ ଏବେ ସେ ଏହି ଫିଲ୍ମର ସ୍ବତନ୍ତ୍ର ସ୍କ୍ରିନିଂରେ ଯୋଗ ଦେବାକୁ ଯାଉଛନ୍ତି।

ସଂସଦ ‘ଛାବା’ର ଏକ ସ୍ବତନ୍ତ୍ର ସ୍କ୍ରିନିଂ ଆୟୋଜନ କରିବାକୁ ଯାଉଛି। ପ୍ରଧାନମନ୍ତ୍ରୀ ମୋଦି ୨୭ ମାର୍ଚ୍ଚରେ ସଂସଦର ପାଠାଗାର ଭବନର ବାଲଯୋଗୀ ଅଡିଟୋରିୟମରେ ବିକି କୌଶଳଙ୍କ ଫିଲ୍ମ ଦେଖିବେ। ଏହି ସ୍କ୍ରିନିଂରେ ପ୍ରଧାନମନ୍ତ୍ରୀ ମୋଦି, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କ ବ୍ୟତୀତ ବହୁ ଭାଜପା ମନ୍ତ୍ରୀ ଏବଂ ଏମ୍‌ପି ମଧ୍ୟ ଉପସ୍ଥିତ ରହିବେ।

ସମ୍ଭାଜୀ ଭୂମିକାରେ ଅଭିନୟ କରି ପ୍ରଶଂସା ସାଉଁଟିଥିବା ବିକି କୌଶଳ, ନିର୍ଦ୍ଦେଶକ ଲକ୍ଷ୍ମଣ ଉତ୍ତେକର ଏବଂ ପ୍ରଯୋଜକ ଦିନେଶ ବିଜନ ମଧ୍ୟ ସଂସଦ ଦ୍ୱାରା ଆୟୋଜିତ ‘ଛାବା’ର ସ୍ବତନ୍ତ୍ର ସ୍କ୍ରିନିଂରେ ଉପସ୍ଥିତ ରହିବେ। ପ୍ରଧାନମନ୍ତ୍ରୀ ମୋଦି ୨୧ ଫେବୃଆରୀରେ ଦିଲ୍ଲୀରେ ଅଖିଳ ଭାରତୀୟ ମରାଠୀ ସାହିତ୍ୟ ସମ୍ମିଳନୀକୁ ସମ୍ବୋଧିତ କରିବା ସମୟରେ ‘ଛାବା’ର ପ୍ରଶଂସା କରିଥିଲେ। ସେ କହିଥିଲେ-ମହାରାଷ୍ଟ୍ର ଏବଂ ମୁମ୍ବାଇ ମରାଠୀ ଚଳଚ୍ଚିତ୍ର ସହିତ ହିନ୍ଦୀ ସିନେମାକୁ ନୂଆ ଶିଖରରେ ପହଞ୍ଚାଇଛି।

‘ଛାବା’ ୧୪ ଫେବୃଆରୀରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିଥିଲା। ବିକି କୌଶଳଙ୍କ ଫିଲ୍ମ ରିଲିଜ ହେବାର ୪୦ ଦିନ ବିତିଗଲାଣି ଏବଂ ଏହି ସମୟ ମଧ୍ୟରେ ଫିଲ୍ମଟି ବକ୍ସ ଅଫିସରେ ଅନେକ ରେକର୍ଡ ସୃଷ୍ଟି କରିଛି। ଫିଲ୍ମଟି ଏବେ ୬୦୦ କୋଟି କ୍ଲବରେ ସାମିଲ ହୋଇଛି। ‘ଛାବା’ ଭାରତରେ ଏପର୍ଯ୍ୟନ୍ତ ୫୯୭.୬୬ କୋଟି ଟଙ୍କା ରୋଜଗାର କରିସାରିଛି। ୪୦ତମ ଦିନର କଲେକ୍ସନ ସହିତ, ‘ଛାବା’ ଭାରତରେ ୫୯୭.୯୯ କୋଟି ଟଙ୍କା ରୋଜଗାର କରିଥିବା ‘ସ୍ତ୍ରୀ ୨’ର ରେକର୍ଡ ମଧ୍ୟ ଭାଙ୍ଗିବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?