Posted inଜାତୀୟ

‘ଛାବା’ ଦେଖିବେ ପ୍ରଧାନମନ୍ତ୍ରୀ ମୋଦି: ସଂସଦରେ ହେବ ସ୍ବତନ୍ତ୍ର ସ୍କ୍ରିନିଂ

ନୂଆଦିଲ୍ଲୀ,୨୫।୩: ଅଭିନେତା ବିକି କୌଶଳଙ୍କ ଅଭିନୀତ ‘ଛାବା’ ସୁପରହିଟ୍‌ ହୋଇଛି। ରିଲିଜ ହେବାର ୪୦ ଦିନ ପରେ ମଧ୍ୟ ଫିଲ୍ମଟି ବକ୍ସ ଅଫିସରେ ଭଲ ଆୟ କରୁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ପୂର୍ବରୁ ‘ଛାବା’କୁ ପ୍ରଶଂସା କରିଥିଲେ ଏବଂ ଏବେ ସେ ଏହି ଫିଲ୍ମର ସ୍ବତନ୍ତ୍ର ସ୍କ୍ରିନିଂରେ ଯୋଗ ଦେବାକୁ ଯାଉଛନ୍ତି।

ସଂସଦ ‘ଛାବା’ର ଏକ ସ୍ବତନ୍ତ୍ର ସ୍କ୍ରିନିଂ ଆୟୋଜନ କରିବାକୁ ଯାଉଛି। ପ୍ରଧାନମନ୍ତ୍ରୀ ମୋଦି ୨୭ ମାର୍ଚ୍ଚରେ ସଂସଦର ପାଠାଗାର ଭବନର ବାଲଯୋଗୀ ଅଡିଟୋରିୟମରେ ବିକି କୌଶଳଙ୍କ ଫିଲ୍ମ ଦେଖିବେ। ଏହି ସ୍କ୍ରିନିଂରେ ପ୍ରଧାନମନ୍ତ୍ରୀ ମୋଦି, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କ ବ୍ୟତୀତ ବହୁ ଭାଜପା ମନ୍ତ୍ରୀ ଏବଂ ଏମ୍‌ପି ମଧ୍ୟ ଉପସ୍ଥିତ ରହିବେ।

ସମ୍ଭାଜୀ ଭୂମିକାରେ ଅଭିନୟ କରି ପ୍ରଶଂସା ସାଉଁଟିଥିବା ବିକି କୌଶଳ, ନିର୍ଦ୍ଦେଶକ ଲକ୍ଷ୍ମଣ ଉତ୍ତେକର ଏବଂ ପ୍ରଯୋଜକ ଦିନେଶ ବିଜନ ମଧ୍ୟ ସଂସଦ ଦ୍ୱାରା ଆୟୋଜିତ ‘ଛାବା’ର ସ୍ବତନ୍ତ୍ର ସ୍କ୍ରିନିଂରେ ଉପସ୍ଥିତ ରହିବେ। ପ୍ରଧାନମନ୍ତ୍ରୀ ମୋଦି ୨୧ ଫେବୃଆରୀରେ ଦିଲ୍ଲୀରେ ଅଖିଳ ଭାରତୀୟ ମରାଠୀ ସାହିତ୍ୟ ସମ୍ମିଳନୀକୁ ସମ୍ବୋଧିତ କରିବା ସମୟରେ ‘ଛାବା’ର ପ୍ରଶଂସା କରିଥିଲେ। ସେ କହିଥିଲେ-ମହାରାଷ୍ଟ୍ର ଏବଂ ମୁମ୍ବାଇ ମରାଠୀ ଚଳଚ୍ଚିତ୍ର ସହିତ ହିନ୍ଦୀ ସିନେମାକୁ ନୂଆ ଶିଖରରେ ପହଞ୍ଚାଇଛି।

‘ଛାବା’ ୧୪ ଫେବୃଆରୀରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିଥିଲା। ବିକି କୌଶଳଙ୍କ ଫିଲ୍ମ ରିଲିଜ ହେବାର ୪୦ ଦିନ ବିତିଗଲାଣି ଏବଂ ଏହି ସମୟ ମଧ୍ୟରେ ଫିଲ୍ମଟି ବକ୍ସ ଅଫିସରେ ଅନେକ ରେକର୍ଡ ସୃଷ୍ଟି କରିଛି। ଫିଲ୍ମଟି ଏବେ ୬୦୦ କୋଟି କ୍ଲବରେ ସାମିଲ ହୋଇଛି। ‘ଛାବା’ ଭାରତରେ ଏପର୍ଯ୍ୟନ୍ତ ୫୯୭.୬୬ କୋଟି ଟଙ୍କା ରୋଜଗାର କରିସାରିଛି। ୪୦ତମ ଦିନର କଲେକ୍ସନ ସହିତ, ‘ଛାବା’ ଭାରତରେ ୫୯୭.୯୯ କୋଟି ଟଙ୍କା ରୋଜଗାର କରିଥିବା ‘ସ୍ତ୍ରୀ ୨’ର ରେକର୍ଡ ମଧ୍ୟ ଭାଙ୍ଗିବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri