Posted inଜାତୀୟ

ବୁଚା ନରସଂହାରର ନିନ୍ଦା କଲେ ମୋଦି

ନୂଆଦିଲ୍ଲୀ,୧୨ ।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ମଧ୍ୟରେ ସୋମବାର ଭର୍ଚୁଆଲ ବୈଠକ ହୋଇଛି । ଦୁଇ ନେତାଙ୍କ ମଧ୍ୟରେ ହୋଇଥିବା ଆଲୋଚନା ମଧ୍ୟରେ ସବୁଠାରୁ ଅଧିକ ଗୁରୁତ୍ୱ ରୁଷିଆ-ୟୁକ୍ରେନ୍ ଯୁଦ୍ଧ ଉପରେ ରହିଥିଲା । ଏହି ସମୟରେ ଭାରତ ବୁଚା ନରସଂହାରର ନିନ୍ଦା କରିଛି । ବାଇଡେନ ଓ ମୋଦି ରୁଷିଆ-ୟୁକ୍ରେନ ଯୁଦ୍ଧକୁ ନେଇ ଚିନ୍ତା ପ୍ରକଟ କରିବା ସହ ଏହାକୁ ତୁରନ୍ତ ଶେଷ କରିବାକୁ ଅପିଲ କରିଥିଲେ । ଏହି ଆଲୋଚନା ପରେ ବାଇଡେନ ଟୁଇଟ କରି ସୂଚନା ଦେଇଛନ୍ତି କି ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ କଥା ହେଲା । ଭାରତ ଓ ଆମେରିକା ପ୍ରତିରକ୍ଷା ଓ ପରସ୍ପର ବୁଝାମଣା ବୃଦ୍ଧି ଉପରେ ପ୍ରତିବଦ୍ଧ ।
ଏହି ଭର୍ଚୁଆଲ ବୈଠକ ପରେ ଆଉ ଏକ ବଡ ଖବର ହେଉଛି ରୁଷିଆଠାରୁ ତୈଳ କ୍ରୟକୁ ନେଇ ଭାରତର ନିଷ୍ପତ୍ତିକୁ ଆମେରିକା ନିୟମର ଉଲ୍ଲଂଘନ ବୋଲି ମାନି ନାହିଁ । କୁହାଯାଉଛି କି ଭାରତ ରୁଷିଆଠାରୁ ତେଲ କିଣିଲେ ରୁଷିଆ ଅପେକ୍ଷା ଆମେରିକା ଅଧିକ ଲାଭବାନ ହେବ ।
ସୂଚନାଯୋଗ୍ୟ, ରୁଷିଆ ସେନାଙ୍କ ଦ୍ୱାରା ୟୁକ୍ରେନର ରାଜଧାନୀ କ୍ୱିଭ ଓ ବୁଚା ସହରରେ ସାମୁହିକ ଭାବେ ଅତି ନିର୍ମମ ଭାବେ ଲୋକଙ୍କୁ ହତ୍ୟା କରାଯାଇଥିଲା । ବୁଚା ସହରରେ ନିର୍ଦ୍ଦୋଷ ଲୋକଙ୍କ ହାତଗୋଡ ବାନ୍ଧି ହତ୍ୟା କରାଯିବା ସହ ସେମାନଙ୍କ ଉପରକୁ ଗୁଳି ଚଳାଯାଇଥିଲା । ଏହାର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ସାରା ବିଶ୍ୱ ରୁଷିଆକୁ ନିନ୍ଦା କରିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ, ପରିବାର ପକ୍ଷରୁ କ୍ଷତିପୂରଣ ଦାବି କରି…

ପାରଳାଖେମୁଣ୍ଡି,୬ା୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସବ୍‌ଜେଲ୍‌ରେ ଜଣେ ବିଚାରାଧୀନ କଏଦୀଙ୍କ ଆକସ୍ମିକ ମୃତ୍ୟୁକୁ ନେଇ ଚର୍ଚ୍ଚା ଜୋର ଧରିଛି। ମୃତକ ହେଲେ ରାୟଗଡ଼ ବ୍ଲକ ଜିରାଙ୍ଗ…

ଭାଜପାରେ ଯୋଗଦେଲେ ଅନେକ କର୍ମୀ, ପ୍ରଧାନମନ୍ତ୍ରୀଙ୍କ ଶାସନରେ…

ରିଷିଡ଼ା,୬ା୯(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହାସ୍ଥିତ ସୁବିଧା କେନ୍ଦ୍ରଠାରେ ଭାଜପାର ମାସିକ ବୈଠକ ଓ ମିଶ୍ରଣ ପର୍ବ ଶନିବାର ଭାଜପାର କର୍ଲାମୁଣ୍ଡା ମଣ୍ଡଳ ସଭାପତି ଡୋଳାମଣି…

ISRO ଘରୋଇକରଣକୁ ନେଇ କର୍ମଚାରୀଙ୍କ ମଧ୍ୟରେ ବଢିଲା ଚିନ୍ତା, ମୁଖ୍ୟଙ୍କଠାରୁ ସ୍ପଷ୍ଟୀକରଣ ଲୋଡିଲେ

ବେଙ୍ଗାଲୁରୁ,୬।୯: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO)ର କର୍ମଚାରୀମାନେ ଘରୋଇ କମ୍ପାନୀଗୁଡ଼ିକ ପାଇଁ ମହାକାଶ କ୍ଷେତ୍ର ଖୋଲାଯିବା ନେଇ ଚିନ୍ତିତ ହେଉଛନ୍ତି। ହଜାର ହଜାର ISRO କର୍ମଚାରୀଙ୍କ…

ବିଷାକ୍ତ ମଦ ପିଇ ଚାଲିଗଲା ୧୦ ଜୀବନ, ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା

ଭୋପାଳ,୬ା୯: ମଧ୍ୟପ୍ରଦେଶର ସାଗରରେ ବିଷାକ୍ତ ମଦ ପିଇ ୧୦ ଜଣଙ୍କ ଜୀବନ ଚାଲିଯାଇଛି। ଆଉ ୩ ଜଣ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛି। ତେବେ ମୃତ୍ୟୁସଂଖ୍ୟା…

ଗାଜଲବାଡ଼ି ଘାଟିରେ ଦୁର୍ଘଟଣା: ଗୁଗୁଲ୍‌ ମ୍ୟାପ୍‌’ ଦେଖି ଫସିଲା ଟ୍ରକ୍‌, ଅଟକି ରହିଛି ଶହ ଶହ…

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ସୀମାରେ ରହିଥିବା ଗାଜଲବାଡ଼ି ଘାଟିରେ ଏକ ୧୬ ଚକିଆ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା…

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

କିଏ ପିନ୍ଧିପାରିବେ କଣ୍ଠି ମାଳା? ଜାଣିରଖନ୍ତୁ ତୁଳସୀ ମାଳା ପିନ୍ଧିବାର ନିୟମ, ନହେଲେ ଭୋଗିବେ…

ସନାତନ ଧର୍ମରେ ତୁଳସୀ ଗଛକୁ କେବଳ ଏକ ସାଧାରଣ ଉଦ୍ଭିଦ ନୁହେଁ ବରଂ ପବିତ୍ର ଓ ପୂଜନୀୟ ଦେବୀର ଆଖ୍ୟା ଦିଆଯାଇଛି । ଶାସ୍ତ୍ର ଅନୁସାରେ ତୁଳସୀ…

ଶିକ୍ଷୟିତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହ୍ୱଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି

ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ଶନିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri