Posted inଜାତୀୟ

ଶିକ୍ଷା ନୀତି ଯୋଗାଇବ ନୂଆ ଦିଶା: ମୋଦି

ବାରାଣସୀ,୭।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ବାରାଣସୀ ଗସ୍ତରେ ଅଛନ୍ତି। ସେ ବାରାଣସୀର ଏଲଟି କଲେଜରେ ଅକ୍ଷୟ ପାତ୍ର କିଚେନ୍‌ର ଉଦଘାଟନ କରିଥିଲେ। ଏଥିରେ ପ୍ରାୟ ଏକ ଲକ୍ଷ ଛାତ୍ରୀଛାତ୍ରଙ୍କ ପାଇଁ ଖାଦ୍ୟ ରାନ୍ଧିବାର କ୍ଷମତା ଅଛି। ଏହା ପରେ ପ୍ରଧାନମନ୍ତ୍ରୀ ବାରାଣସୀର ରୁଦ୍ରାକ୍ଷ ସମ୍ମିଳନୀ କେନ୍ଦ୍ରରେ ପହଞ୍ଚି ସେଠାରେ ଶିକ୍ଷା ମନ୍ତ୍ରଣାଳୟର ଅଖିଳ ଭାରତୀୟ ଶିକ୍ଷା ସମାଗମର ଉଦଘାଟନ କରିଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ନୂତନ ଶିକ୍ଷା ନୀତିରେ ପିଲାମାନଙ୍କର ପ୍ରତିଭା ଏବଂ ପସନ୍ଦ ଅନୁଯାୟୀ ସେମାନଙ୍କୁ ଦକ୍ଷ କରିବା ଉପରେ ସମ୍ପୂର୍ଣ୍ଣ ଧ୍ୟାନ ଦିଆଯାଇଛି। ଆମେ କେବଳ ଡିଗ୍ରୀ ପାଇଁ ଯୁବତୀଯୁବକମାନଙ୍କୁ ପ୍ରସ୍ତୁତ କରିବା ଉଚିତ୍‌ ନୁହେଁ, ବରଂ ଆମର ଯୁବଗୋଷ୍ଠୀ ଦକ୍ଷ, ଆତ୍ମବିଶ୍ୱାସୀ ହେବା ଆବଶ୍ୟକ। ଶିକ୍ଷା ନୀତି ଏଥିପାଇଁ ଭୂମି ପ୍ରସ୍ତୁତ କରୁଛି। ଜାତୀୟ ଶିକ୍ଷା ନୀତି ପଛରେ ମୌଳିକ ଉଦ୍ଦେଶ୍ୟ ହେଉଛି ଶିକ୍ଷାକୁ ସଂକୀର୍ଣ୍ଣ ଚିନ୍ତାଧାରା ପ୍ରକ୍ରିୟାରୁ ବାହାର କରିବା ଏବଂ ଏହାକୁ ଏକବିଂଶ ଶତାବ୍ଦୀର ଆଧୁନିକ ଚିନ୍ତାଧାରା ସହିତ ଏକୀଭୂତ କରିବା। ଦେଶକୁ ଆଗକୁ ନେବା ପାଇଁ ଆବଶ୍ୟକ ମାନବ ସମ୍ବଳ ପ୍ରସ୍ତୁତ କରିବା ଆମର ଶିକ୍ଷା ନୀତି ଲକ୍ଷ୍ୟ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୨ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି...

ବ୍ୟାନ ହେଲା ଭାରତୀୟ ମସଲା ଏମଡିଏଚ-ଏଭରେଷ୍ଟ

ନୂଆଦିଲ୍ଲୀ,୨୪।୪: ଭାରତର ବଡ଼ ମସଲା କମ୍ପାନୀକୁ ନେଇ ଆସିଲା ବଡ଼ ଖବର। ଘରେ ଘରେ ବ୍ୟବହାର ହେଉଥିବା ଏହି ମସଲା ଘାତକ ସାବ୍ୟସ୍ତ ହୋଇପାରେ। କାରଣ...

ଓବିସିରେ ସାମିଲ ହେଲେ ମୁସଲମାନ

ବେଙ୍ଗାଲୁରୁ,୨୪।୪: ସଂରକ୍ଷଣର ସୁବିଧା ଯୋଗାଇବା ପାଇଁ କର୍ନାଟକ ସରକାର ମୁସଲମାନମାନଙ୍କୁ ପଛୁଆ ଶ୍ରେଣୀ (ଓବିସି) ରେ ଅନ୍ତର୍ଭୁକ୍ତ କରିଛନ୍ତି। ଜାତୀୟ ପଛୁଆ ଆୟୋଗ ଏକ ପ୍ରେସ...

ମନିଷ ସିସୋଡିଆଙ୍କୁ ପୁଣି ଝଟ୍‌କା

ନୂଆଦିଲ୍ଲୀ,୨୪।୪: ଦିଲ୍ଲୀ ଲିକର୍‌ ପଲିସି ସହ ଜଡିତ ସିବିଆଇ ମାମଲାରେ ବର୍ତ୍ତମାନ ଚାର୍ଜସିଟ ନକରିବାକୁ ଦାବି କରି ରାଉଜ ଆଭେନ୍ୟୁ କୋର୍ଟ କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସିରୁ...

ମଙ୍ଗଳ ସୂତ୍ର ପରେ ଉତ୍ତରାଧିକାର ଟ୍ୟାଙ୍କ ଲଢେଇ, ପିଟ୍ରୋଡାଙ୍କ ବୟାନକୁ ନେଇ ଭାଜପା ଖପ୍ପା, ଜବାବ ରଖିଲା କଂଗ୍ରେସ

ନୂଆଦିଲ୍ଲୀ, ୨୪।୪: ଲୋକ ସଭା ନିର୍ବାଚନକୁ ନେଇ ରାଜନ୍ରେତିକ ମାହୋଲ ବେଶ ସରଗରମ ରହିଛି। କଂଗ୍ରେସ ନେତା ସାମ ପିଟ୍ରୋଡାଙ୍କ ବିବୃତ୍ତିକୁ ଭାଜପା ଟାର୍ଗେଟ କଲାବେଳେ...

‘କଂଗ୍ରେସର ଲୁଟ ଜିନ୍ଦେଗିକେ ସାଥ ଭି, ଜିନ୍ଦେଗିକେ ବାଦ ଭି’, ପିଟ୍ରୋଡାଙ୍କ ବୟାନକୁ ନେଇ ମୋଦିଙ୍କ ଜବାବ

ନୂଆଦିଲ୍ଲୀ, ୨୪।୪: କଂଗ୍ରେସର ବରିଷ୍ଠ ନେତା ସାମ ପିଟ୍ରୋଡାଙ୍କ ବିବୃତ୍ତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ ଜବାବ ରଖିଛନ୍ତି। ବୁଧବାର (ଏପ୍ରିଲ ୨୪, ୨୦୨୪)...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri