ଦାରିଙ୍ଗବାଡି,୧୫ା୧୧(ଅରୁଣ ସାହୁ ):ରବିବାର ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଭର୍ଚୁଆଲ୍ ମାଧ୍ୟମରେ ଏକଲବ୍ୟ ମୋଡେଲ ରେସିଡେଣ୍ଟିଆଲ ସ୍କୁଲର ଭିତ୍ତିପ୍ରସ୍ତର ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିଆଙ୍ଗବାଲି ପଞ୍ଚାୟତର ପେନାପୁଷିଠାରେ ବହୁପ୍ରତିକ୍ଷୀତ ଏହି ବିଦ୍ୟାଳୟର ଭିତ୍ତିପ୍ରସ୍ତର ଓ ଭୂମି ପୂଜନ କାର୍ଯ୍ୟକ୍ରମ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଅନୁଷ୍ଠିତ ହୋଇଛି ।
ଏହି ଅବସରରେ ଉକ୍ତ କାର୍ଯ୍ୟକ୍ରମରେ ଦାରିଙ୍ଗବାଡି ବ୍ଲକ ଅଧ୍ୟକ୍ଷ ସୁଶାନ୍ତ ପ୍ରଧାନ, ଟିକାବାଲି ବ୍ଲକ ଅଧ୍ୟକ୍ଷ ଦିଲୀପ କଂହର, ବିଡ଼ିଓ ପ୍ରୀତିରଞ୍ଜନ ରଥ, ତହସିଲଦାର ଧୀରଜ ପାତ୍ର, ଆଇଆଇସି ସଂଗ୍ରାମ କେଶରୀ ଜେନା ପ୍ରମୁଖ ମଞ୍ଚାସିନ ଅତିଥି ଉପସ୍ଥିତ ରହିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ବରିଷ୍ଠ ଭାଜପା ଜିଲା ଓ ମଣ୍ଡଳ ସ୍ତରୀୟ କର୍ମକର୍ତ୍ତା ଏବଂ କନ୍ଧମାଳ ଏମପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କ ବିଭିନ୍ନ ବିଭାଗର ପ୍ରତିନିଧି ମଣ୍ଡଳ ଉପସ୍ଥିତ ରହି କେନ୍ଦ୍ର ସରକାରଙ୍କ ଏହି ପଦକ୍ଷେପକୁ ସାଧୁବାଦ ଜଣାଇବା ସହ ପ୍ରଂଶସା କରିଥିଲେ । ଶିକ୍ଷାର ବିକାଶ ହିଁ ସମାଜର ବିକାଶ । ଜନଜାତି ସମାଜର ଉନ୍ନତି ଓ ଆଗାମୀ ପିଢ଼ିର ସ୍ୱପ୍ନକୁ ସାକାର କରିବା ଦିଗରେ ଏହା ଏକ ମହତ୍ତ୍ୱପୂର୍ଣ୍ଣ ପଦକ୍ଷେପ ବୋଲି କୁହାଯାଇଥିଲା ।

