Posted inଜାତୀୟ

ପାକିସ୍ତାନ ମିଛର ପର୍ଦ୍ଦାଫାଶ କଲେ ମୋଦି: ଆଦମପୁର ଏୟାରବେସ୍‌ରେ ପହଞ୍ଚି ଦେଲେ ବଡ଼ ବାର୍ତ୍ତା

ନୂଆଦିଲ୍ଲୀ,୧୩।୫: ‘ଅପରେଶନ ସିନ୍ଦୂର’ ମାଧ୍ୟମରେ ପାକିସ୍ତାନକୁ କଡ଼ା ଜବାବ ଦେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ପଞ୍ଜାବର ଆଦମପୁର ଏୟାରବେସରେ ପହଞ୍ଚିଛନ୍ତି। ଏଠାରେ ସେ ସେନା ସୈନିକମାନଙ୍କୁ ଭେଟିଛନ୍ତି। ସେ ବାୟୁସେନାର ସାହସୀ ସୈନିକମାନଙ୍କ ସହିତ ମଧ୍ୟ ଆଲୋଚନା କରିଛନ୍ତି। ଏହି ସମୟରେ ବାୟୁସେନା କର୍ମଚାରୀମାନେ ବର୍ତ୍ତମାନର ପରିସ୍ଥିତି ବିଷୟରେ ସୂଚନା ଦେଇଥିଲେ। ଏହି ପରିଦର୍ଶନର ଅନେକ ଫଟୋ ସାମ୍ନାକୁ ଆସିଛି। ଗୋଟିଏ ଫଟୋରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପଛରେ ଏକ ଭାରତୀୟ ଲଢ଼ୁଆ ବିମାନ ଦେଖାଯାଉଛି ଏବଂ ସେଥିରେ ଲେଖାଯାଇଛି- ଶତ୍ରୁ ଦେଶର ପାଇଲଟମାନେ କାହିଁକି ଠିକ ଭାବରେ ଶୋଇ ପାରୁନାହାଁନ୍ତି?

ଆଦମପୁରରେ ପହଞ୍ଚି ପ୍ରଧାନମନ୍ତ୍ରୀ ମୋଦି ପାକିସ୍ତାନର ମିଛ ପ୍ରଚାରକୁ ମଧ୍ୟ ସାମ୍ନାକୁ ଆଣିଛନ୍ତି। ପାକିସ୍ତାନ ମିଥ୍ୟା ଦାବି କରିଥିଲା, ସେମାନଙ୍କ ସେନା ଭାରତୀୟ ସାମରିକ ଘାଟିଗୁଡ଼ିକୁ କ୍ଷତି ପହଞ୍ଚାଇଛି। ଏ ସମ୍ପର୍କରେ ବୈଦେଶିକ ସଚିବ ବିକ୍ରମ ମିଶ୍ରି ସାମ୍ବାଦିକ ସମ୍ମିଳନୀରେ ସ୍ପଷ୍ଟ ଭାବରେ କହିଥିଲେ, ସିରସା ଏବଂ ଆଦମପୁର ବାୟୁସେନା ଘାଟିକୁ କ୍ଷତି ପହଞ୍ଚାଇବାର ପାକିସ୍ତାନର ଦାବି ସମ୍ପୂର୍ଣ୍ଣ ମିଥ୍ୟା। ପ୍ରେସ ବ୍ରିଫିଂ ସମୟରେ, ଏହି ଏୟାରବେସର ଫଟୋ ମଧ୍ୟ ଦେଖାଯାଇଥିଲା, ଯାହା ଦର୍ଶାଉଥିଲା ଯେ ସେଠାରେ ସବୁକିଛି ସ୍ବାଭାବିକ ଥିଲା। ପ୍ରଧାନମନ୍ତ୍ରୀ ମୋଦିଙ୍କ ଆଦମପୁର ଗସ୍ତ ସମଗ୍ର ବିଶ୍ୱରେ ପାକିସ୍ତାନ ମିଛର ପର୍ଦ୍ଦାଫାଶ ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri