Posted inଜାତୀୟ

ପ୍ରଚାର ମଙ୍ଗ ଧରିବେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୫।୨: ୫ ରାଜ୍ୟରେ ବାଜିଛି ନିର୍ବାଚନ ବିଗୁଲ। ଏହାକୁ ନେଇ ରାଜନୀତି ପାଣିପାଗ ସରଗରମ ରହିଥିବା ବେଳେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଚାର ମଙ୍ଗ ଧରିବେ ବୋଲି ଜଣାପଡ଼ିଛି। ଫେବୃୟାରୀ ୭ରେ ୟୁପି ବିଜେନୋରରେ କର୍ମକର୍ତ୍ତାମାନଙ୍କୁ ସେ ସମ୍ବୋଧିତ କରିବେ। ଉତ୍ତରପ୍ରଦେଶ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଲାଗି ମତଦାନ ଫେବୃୟାରୀ ୧୦ରେ ଅନୁଷ୍ଠିତ ହେବ। ଏହାକୁ ଦେଖିଲେ ମୋଦିଙ୍କ ଏହି ସଭା ଅତ୍ୟନ୍ତ ଗୁରୁତ୍ୱପୁର୍ଣ୍ଣ ବୋଲି ବିବେଚନା କରାଯାଉଛି।

ବିଜନୋରରେ ପ୍ରଧାନମନ୍ତ୍ରୀ ରାଲି କରିବେ। ଏହି ସମୟରେ ସେ ୧୮ ବିଧାନସଭାକୁ ଟାର୍ଗେଟ କରି ପ୍ରଚାର କରିବେ। ନିର୍ବାଚନ ଆୟୋଗଙ୍କ ନୂତନ ନିର୍ଦ୍ଦେଶାବଳୀକୁ ଦୃଷ୍ଟିରେ ରଖି ସମାବେଶରେ ପ୍ରାୟ ଏକ ହଜାର କର୍ମୀ ଅଂଶଗ୍ରହଣ କରିବେ। ଭର୍ଚୁଆଲି ପ୍ରଧାନମନ୍ତ୍ରୀ ସେମାନଙ୍କ ସହ ଯୋଡ଼ି ହେବେ। ଏହାପରେ ପ୍ରଧାନମନ୍ତ୍ରୀ ଫେବୃୟାରୀ ୭ ଅପରାହ୍ନ ୨.୩୦ରୁ ଉତ୍ତରାଖଣ୍ଡବାସୀଙ୍କ ସହ ଭର୍ଚୁଆଲି ଯୋଡ଼ି ହୋଇ ଦଳ ପାଇଁ ପ୍ରଚାର କରିବେ।

ସୂଚନାଯୋଗ୍ୟ , ୟୁପିରେ ୭ ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ। ପ୍ରଥମ ପର୍ଯ୍ୟାୟ ଫେବୃୟାରୀ ୧୦ରେ ଏବଂ ଶେଷ ପର୍ଯ୍ୟାୟ ଭୋଟ ମାର୍ଚ୍ଚ ୭ରେ କରାଯିବ। ସେହିମଳି ମାର୍ଚ୍ଚ ୧୦ରେ ଫଳାଫଳ ଘୋଷଣା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ୍‌ ଭିତରେ କେଜରିଓ୍ବାଲଙ୍କୁ ମାରି ଦେବାକୁ ଷଡଯନ୍ତ୍ର!

ନୂଆଦିଲ୍ଲୀ,୧୯।୪: ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବିରୋଧରେ ଚାଲିଛି ସାଂଘାତିକ ଷଡଯନ୍ତ୍ର। ଜେଲ ଭିତରେ କେଜରିୱାଲଙ୍କୁ...

ନିଜକୁ ଭୋଟ୍‌ ଦେଇପାରିବେନି ଏହି ପ୍ରାର୍ଥୀ

ନୂଆଦିଲ୍ଲୀ,୧୯।୪: ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ମତଦାନ ଚାଲିଛି। ଏହି ପରିପ୍ରେକ୍ଷୀରେ ୧୦୨ଟି ଲୋକସଭା ଆସନ ପାଇଁ ଭୋଟ ଗ୍ରହଣ ହେଉଥିବା ବେଳେ ବିହାରର ୪ଟି ଲୋକସଭା...

ଭୋଟ ଦେଲେ ବିଶ୍ୱର ସବୁଠୁ ଛୋଟ ମହିଳା

ପୁଣେ,୧୯।୪: ମହାରାଷ୍ଟ୍ରର ପାଞ୍ଚଟି ସିଟ ପାଇଁ ଆଜି ଭୋଟଗ୍ରହଣ ଚାଲିଛି। ଲୋକମାନେ ଉତ୍ସାହର ସହ ଭୋଟ ଦେଉଛନ୍ତି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି...

ଲୋକ ସଭା ନିର୍ବାଚନ: ଭୋଟ ଗ୍ରହଣ ମଧ୍ୟରେ ବସ୍ତରରେ ଆଇଇଡି ବ୍ଲାଷ୍ଟ, ସିଆରପିଏଫ ଯବାନ ଆହତ, ମଣିପୁରରେ ଫାୟାରିଂ

ନୂଆଦିଲ୍ଲୀ,୧୯।୪: ଲୋକ ସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟର ଭୋଟ ଗ୍ରହଣ ଶୁକ୍ରବାର ଆରମ୍ଭ ହୋଇଛି। ୮ ଜଣ କେନ୍ଦ୍ର ମନ୍ତ୍ରୀ, ୨ ପୂର୍ବତନ ମୁଖ୍ୟମନ୍ତ୍ରୀ...

ଗାନ୍ଧିନଗରରୁ ପ୍ରାର୍ଥିପତ୍ର ଦାଖଲ କଲେ ଅମିତ ଶାହା, କହିଲେ ମୋଦି ଦେଶକୁ ସୁରକ୍ଷିତ ରଖିଛନ୍ତି

ଅହମଦାବାଦ,୧୯।୪: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଲୋକ ସଭା ନିର୍ବାଚନ ପାଇଁ ଗାନ୍ଧିନଗର ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଭାବରେ ନିଜର ପ୍ରାର୍ଥିପତ୍ର...

ଫିଲ୍ମ ଶୁଟିଂ ପାଇଁ ବାହାରିଲେ ରିଜେକ୍ଟ ହୋଇଥିବା ୨ ରାଜକୁମାର, ରାହୁଲ-ଅଖିଳେଶଙ୍କୁ ଟାର୍ଗେଟ କଲେ ମୋଦି

ଅମରୋହା,୧୯।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକ ସଭା ନିର୍ବାଚନ ପାଇଁ ଜୋରଦାର ପ୍ରଚାର କରୁଛନ୍ତି। ଶୁକ୍ରବାର (ଏପ୍ରିଲ ୧୯) ଉତ୍ତରପ୍ରଦେଶର ଆମରୋହା ଠାରେ ଏକ ରାଲିରେ...

ଏମ୍‌ପି ଟିକେଟ୍‌ କାଟିଦେଲେ, ତଥାପି ଦୁଃଖ ନାହିଁ: ଶାହାଙ୍କୁ କହିଲେ ଆଧୁନିକ ଭାରତର ଆଇରନ ମ୍ୟାନ୍‌

ଲକ୍ଷ୍ନୌ,୧୯।୪: ଏଥର ଦଳ ଉତ୍ତରପ୍ରଦେଶର ବାଲିଆ ଲୋକ ସଭା ନିର୍ବାଚନମଣ୍ଡଳୀରୁ ଭାରତୀୟ ଜନତା ପାର୍ଟି ଏମ୍‌ପି ବୀରେନ୍ଦ୍ର ସିଂ ମସ୍ତଙ୍କୁ ଟିକେଟ ଦେଇନାହାଁନ୍ତି। ଦଳ ପୂର୍ବତନ...

ରଜନୀକାନ୍ତ, ଧନୁଷ, କମଲ ହାସନ ଚେନ୍ନାଇରେ ଦେଲେ ଭୋଟ, ସର୍ବପ୍ରଥମେ ପହଞ୍ଚିଲେ ଏହି ସୁପରଷ୍ଟାର

ଚେନ୍ନାଇ,୧୯।୪: ଶୁକ୍ରବାର ସକାଳୁ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସମସ୍ତ ରାଜନୈତିକ ଦଳ ଭାଗ୍ୟ ପରୀକ୍ଷା କରିବାକୁ ରାଜନୈତିକ ମଞ୍ଚରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri