Posted inଜାତୀୟ

ଦିଲ୍ଲୀ-ଡେରାଡୁନ ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କଲେ ମୋଦି

ନୂଆଦିଲ୍ଲୀ,୨୫।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଉତ୍ତରାଖଣ୍ଡକୁ ଏବ ବଡ ଉପହାର ଦେଇଛନ୍ତି। ଉତ୍ତରାଖଣ୍ଡରୁ ଦିଲ୍ଲୀ ମଧ୍ୟରେ ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସକୁ ସବୁଜ ପତାକା ଦେଖାଇଛନ୍ତି। ଗୁରୁବାର ସକାଳ ୧୧ଟାରେ ପ୍ରଧାନମନ୍ତ୍ରୀ ଦିଲ୍ଲୀ ଆନନ୍ଦ ବିହାର ରେଲଓ୍ବେ ଷ୍ଟେଶନରେ ଭର୍ଚୁଆଲ ମୋଡରେ ବନ୍ଦେ ଭାରତ ଏକ୍ସପ୍ରେସର ଉଦଘାଟନ କରିଛନ୍ତି।

ଡୁନରେ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ରେଳ ଷ୍ଟେସନରେ ଉପସ୍ଥିତ ଥିବାବେଳେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସାହାରନପୁର ଜଙ୍କସନ ଠାରେ ଉପସ୍ଥିତ ରହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।

ଦିଲ୍ଲୀ-ଡେରାଡୁନ ମଧ୍ୟରେ ଚାଲିବାକୁ ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଚେୟାର କାର ପାଇଁ ୯୦୦ ଟଙ୍କା ଏବଂ ଏକ୍ଜ୍ୟୁକିଟିଭ ଚେୟାର କାର ପାଇଁ ୧୬୯୫ଟଙ୍କା ଦେବାକୁ ପଡିବ। ଉତ୍ତରପ୍ରଦେଶର ମୁଖ୍ୟ ଜନସମ୍ପର୍କ ଅଧିକାରୀ ଦୀପକ କୁମାର କହିଛନ୍ତି ଯେ ଉତ୍ତରପ୍ରଦେଶ ଏବଂ ଦେଶର ରାଜଧାନୀକୁ ସଂଯୋଗ କରୁଥିବା ଏହା ହେଉଛି ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସ। ବର୍ତ୍ତମାନ ପର୍ଯ୍ୟନ୍ତ ଦେଶରେ ସମୁଦାୟ ୧୮ଟି ବନ୍ଦେ ଭାରତ ଏକ୍ସପ୍ରେସ ଚାଲୁଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଦିଲ୍ଲୀରୁ ଦେଶର୧୭ ତମ ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିଛନ୍ତି। ଏହା ପରେ ଆସନ୍ତା ୨୯ ତାରିଖରୁ ବନ୍ଦେ ଭାରତ ଏକ୍ସପ୍ରେସର ନିୟମିତ ସଞ୍ଚାଳନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

Facebookରେ ଲାଇଭ୍‌ ଆସିଲେ,ବେକରେ ରଶି ଲଗାଇ ଝୁଲି ପଡ଼ିଲେ…ସ୍ତ୍ରୀଙ୍କ ସହ ବିବାଦ ପରେ…

ବରେଲୀ,୧୯।୮: ଉତ୍ତରପ୍ରଦେଶର ବରେଲୀ ଜିଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ପାରିବାରିକ ବିବାଦକୁ କେନ୍ଦ୍ର କରି ଜଣେ ଯୁବକ ଫେସବୁକ୍‌ରେ ଲାଇଭ୍ ଆସି ଆତ୍ମହତ୍ୟା…

କେବେ ବାନ୍ଧିବେ ରାକ୍ଷୀ? ୨୭ ନା ୨୮, ଜାଣନ୍ତୁ ତାରିଖ

ରାକ୍ଷୀ ପୂର୍ଣ୍ଣିମା ଏକ ଲୋକପ୍ରିୟ ପାରମ୍ପରିକ ହିନ୍ଦୁ ପର୍ବ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ…

ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନିତ କରିବ ପାକିସ୍ତାନ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମାବାଦ,୧୯।୮: ପାକିସ୍ତାନ ସରକାର ମହମ୍ମଦ ଅଲୀ ଜିନ୍ନାଙ୍କ ଗୁରୁତର ଅସୁସ୍ଥତାକୁ ଗୋପନ ରଖିବା ଏବଂ ତାଙ୍କର ଚିକିତ୍ସା କରିଥିବା ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନ ଦେବାକୁ ଘୋଷଣା…

ପାକିସ୍ତାନକୁ ବିଶ୍ୱକପ୍‌ରୁ ବିଦା କଲା ଭାରତ

ନୂଆଦିଲ୍ଲୀ,୧୯।୮: FIH ହକି ବିଶ୍ୱକପ୍ ୨୦୨୬ ର ଏକ ରୋମାଞ୍ଚକର ମ୍ୟାଚ୍‌ରେ ଭାରତୀୟ ପୁରୁଷ ହକି ଦଳ ପାକିସ୍ତାନକୁ ୫-୩ ଗୋଲ୍‌ରେ ପରାସ୍ତ କରି ପରବର୍ତ୍ତୀ ରାଉଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri