Posted inଜାତୀୟ

PM Modi Mahakumbh: ଆସନ୍ତାକାଲି ମହାକୁମ୍ଭ ଯିବେ ପ୍ରଧାନମନ୍ତ୍ରୀ ମୋଦି, ୧୧ଟାରେ ସଙ୍ଗମରେ କରିବେ ସ୍ନାନ, ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଅର୍ଥାf ବୁଧବାର (୫ ଫେବୃଆରୀ ୨୦୨୫) ମହାକୁମ୍ଭ ସ୍ନାନ ପାଇଁ ଯିବେ। ବୁଧବାର ସକାଳେ ପ୍ରଧାନମନ୍ତ୍ରୀ ପ୍ରୟାଗରାଜରେ ପହଞ୍ଚିବେ, ତା’ପରେ ସେ ସଙ୍ଗମରେ ସ୍ନାନ କରିବେ। ପ୍ରଧାନମନ୍ତ୍ରୀ ମୋଦିଙ୍କ ଏହି କାର୍ଯ୍ୟକ୍ରମ ପୂର୍ବରୁ ସ୍ଥିର ହୋଇଥିଲା। ତେବେ ମହାକୁମ୍ଭ ୨୦୨୫ ଜାନୁଆରୀ ୧୩ ରେ ପୌଷ ପୂର୍ଣ୍ଣିମା ଦିନ ଆରମ୍ଭ ହୋଇଥିଲା ଏବଂ ଫେବୃଆରୀ ୨୬ ରେ ମହାଶିବରାତ୍ରି ପର୍ଯ୍ୟନ୍ତ ଚାଲିବ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ(PMO) କହିଛି ଯେ ମହାକୁମ୍ଭ ହେଉଛି ବିଶ୍ୱର ସର୍ବବୃହତ ଆଧ୍ୟାତ୍ମିକ ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ, ଯାହା ସାରା ବିଶ୍ୱରୁ ଭକ୍ତଙ୍କୁ ଆକର୍ଷିତ କରେ। ଭାରତର ଆଧ୍ୟାତ୍ମିକ ଏବଂ ସାଂସ୍କୃତିକ ଐତିହ୍ୟର ପ୍ରଚାର ଏବଂ ସଂରକ୍ଷଣ ପ୍ରତି ତାଙ୍କର ପ୍ରତିବଦ୍ଧତା ଅନୁଯାୟୀ, ପ୍ରଧାନମନ୍ତ୍ରୀ ତୀର୍ଥଯାତ୍ରା ଉପରେ ବିଶେଷ ଗୁରୁତ୍ୱ ଦେଇଛନ୍ତି। ତୀର୍ଥସ୍ଥଳଗୁଡ଼ିକରେ ଭିତ୍ତିଭୂମି ଏବଂ ସୁବିଧା ବୃଦ୍ଧି ପାଇଁ ନିରନ୍ତର ସକ୍ରିୟ ପଦକ୍ଷେପ ନିଆଯାଉଛି। ପୂର୍ବରୁ, ଡିସେମ୍ବର ୧୩, ୨୦୨୪ରେ ପ୍ରୟାଗରାଜ ଗସ୍ତ ସମୟରେ, ପ୍ରଧାନମନ୍ତ୍ରୀ ସାଧାରଣ ଲୋକଙ୍କ ପାଇଁ ସଂଯୋଗ, ସୁବିଧା ଏବଂ ସେବାକୁ ଉନ୍ନତ କରିବା ପାଇଁ ୫,୫୦୦ କୋଟି ଟଙ୍କାର ୧୬୭ଟି ବିକାଶ ପ୍ରକଳ୍ପର ଉଦଘାଟନ କରିଥିବା ବିବୃତ୍ତିରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ଟ୍ରମ୍ପଙ୍କ ଧମକ ପରେ ଇରାନର ବଡ଼ ଘୋଷଣା, ଶତ୍ରୁ ରାଷ୍ଟ୍ରର ଜାହାଜ ବ୍ୟତୀତ ସମସ୍ତ ଜାହାଜକୁ…

ନୂଆଦିଲ୍ଲୀ,୨୨।୩: ଟ୍ରମ୍ପଙ୍କ ଧମକ ପରେ ଇରାନ ପାଲଟା ଜବାବ ଦେଇଛି । ଇରାନ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ନିଜର ମତରେ ସାମାନ୍ୟ ନରମତା ଦେଖାଇଛି । ଏହା…

ହର୍ମୁଜ ଷ୍ଟ୍ରେଟରେ ପହଞ୍ଚିଲା ବ୍ରିଟିଶ ବୁଡ଼ାଜାହାଜ, ଟ୍ରମ୍ପଙ୍କ ଧମକ ମଧ୍ୟରେ କୀର ଷ୍ଟାରମରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି; ତଥାପି, ଯୁଦ୍ଧ ଶେଷ ହେବାର କୌଣସି ସୂଚନା ନାହିଁ –…

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

VIDEO:ଷ୍ଟ୍ରେଟ ଅଫ୍ ହର୍ମୁଜରେ ଇରାନର ବଡ଼ ଆକ୍ରମଣ, F-୧୫ ଫାଇଟର ଜେଟକୁ ଖସାଇ ଦେଇଥିବା ଦାବି

ନୂଆଦିଲ୍ଲୀ,୨୨।୩: ଇରାନ ପୁଣିଥରେ ଇସ୍ରାଏଲ ଏବଂ ଆମେରିକାକୁ ଏକ ବଡ଼ ଝଟକା ଦେଇଛି । ଏକ ଇରାନୀ କ୍ଷେପଣାସ୍ତ୍ର ହର୍ମୁଜ୍ ଷ୍ଟ୍ରେଟରେ ଶତ୍ରୁପକ୍ଷର ଏକ F-୧୫ ଲଢ଼ୁଆ…

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri