Posted inଜାତୀୟ

ନିଯୁକ୍ତି ମେଳା: ୭୧,୦୫୬ ନିଯୁକ୍ତି ପତ୍ର ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୨।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ ‘ନିଯୁକ୍ତି ମେଳା’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଛନ୍ତି। ନିଯୁକ୍ତି ମେଳାରେ ପ୍ରଧାନମନ୍ତ୍ରୀ ୭୧,୦୫୬ ନିଯୁକ୍ତି ପତ୍ର ବଣ୍ଟନ କରିଥିଲେ। ନିଯୁକ୍ତି ମେଳା କାର୍ଯ୍ୟକ୍ରମକୁ ପ୍ରଧାନମନ୍ତ୍ରୀ ମୋଦି ସମ୍ବୋଧିତ କରି କହିଛନ୍ତି, ନିଯୁକ୍ତି ମେଳା ମାଧ୍ୟମରେ ଦେଶର ଯୁବତୀଯୁବକମାନଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବାର ଏହି ଅଭିଯାନ ଜାରି ରହିବ। ଭାରତ ପରି ଦେଶରେ କୋଟି କୋଟି ଯୁବତୀଯୁବକ ଆମ ଦେଶର ସବୁଠାରୁ ବଡ ଶକ୍ତି। କେନ୍ଦ୍ର ସରକାର ଯୁବପିଢ଼ିଙ୍କ ପ୍ରତିଭା ଏବଂ ଶକ୍ତିକୁ ଅଧିକ ପ୍ରାଧାନ୍ୟ ଦେଉଛନ୍ତି। ବିଭିନ୍ନ ମନ୍ତ୍ରଣାଳୟ ଏବଂ ବିଭାଗରେ ଖାଲିଥିବା ପଦବୀଗୁଡ଼ିକୁ ଦେଢ ବର୍ଷ ମଧ୍ୟରେ ମିଶନ ମୋଡରେ ପୂରଣ କରିବା କେନ୍ଦ୍ର ସରକାରଙ୍କ ପ୍ରୟାସ।
ଗତ ଦୀପାବଳିରେ ଆୟୋଜିତ ନିଯୁକ୍ତି ମେଳାରେ ଦେଶର ବିଭିନ୍ନ ସ୍ଥାନରୁ ମନୋନୀତ ଯୁବତୀଯୁବକମାନଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଥିଲା। ଏଥିମଧ୍ୟରେ ଗ୍ରୁପ-ଏ, ଗ୍ରୁପ-ବି (ଗେଜେଟେଡ), ଗ୍ରୁପ-ବି (ଅଣ-ଗେଜେଟେଡ) ଏବଂ ଗ୍ରୁପ-ସି ନିଯୁକ୍ତି ସହିତ କେନ୍ଦ୍ରୀୟ ସଶସ୍ତ୍ର ବାହିନୀ, ସବ-ଇନ୍ସପେକ୍ଟର, କନଷ୍ଟେବଳ, ଜୁନିଅର କ୍ଲର୍କ (ଏଲଡିସି), ଷ୍ଟେନୋ, ପିଏ, ଟ୍ୟାକ୍ସ ଇନ୍ସପେକ୍ଟର ପଦବୀଗୁଡିକ ସାମିଲ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ର ପ୍ରଧାନଙ୍କ ବିରୋଧରେ ଆସିଲା ସ୍ବାଧିକାର ଭଙ୍ଗ ପ୍ରସ୍ତାବ ନୋଟିସ: ଅପମାନଜନକ ମନ୍ତବ୍ୟ ଦେଇ…

ନୂଆଦିଲ୍ଲୀ,୧୮ା୫:ଏନ୍‌ଇଇଟି-ୟୁଜି ପରୀକ୍ଷା ପ୍ରଶ୍ନପତ୍ର ପ୍ରଘଟ ମାମଲାକୁ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ହୋଇଥିବାବେଳେ ଏବେ ତାଙ୍କୁ ରାଜ୍ୟ ସଭାରେ ସ୍ବାଧିକାର ଭଙ୍ଗର ସମ୍ମୁଖୀନ…

IPL 2026 ମଧ୍ୟରେ ପୂର୍ବତନ ଅଧିନାୟକଙ୍କ ପରଲୋକ: କ୍ରିକେଟ ଜଗତ ସ୍ତବ୍ଧ

ନୂଆଦିଲ୍ଲୀ,୧୮।୫: ଆଇପିଏଲ ୨୦୨୬ ମଧ୍ୟରେ ଇଂଲଣ୍ଡରୁ ଏକ ଦୁଃଖଦ ଖବର ଆସିଛି। ପୂର୍ବତନ ଇଂଲଣ୍ଡ ଅଧିନାୟକ ମାଇକ ସ୍ମିଥ ୯୨ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି।…

ଆହୁରି ବଢିବ ପେଟ୍ରୋଲ-ଡିଜେଲର ଦାମ୍‌! ସରକାର କହିଲେ…

ନୂଆଦିଲ୍ଲୀ, ୧୮।୫: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଯୋଗୁଁ ହର୍ମୁଜ ପ୍ରଣାଳୀ ଅବରୋଧ କରାଯାଇଛି। ଫଳସ୍ବରୂପ, ଆମେରିକା ଇରାନରୁ ଅଶୋଧିତ ତୈଳ କ୍ରୟ ଉପରେ…

ସାମ୍ନାକୁ ଆସିଲା ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର: ଦେଖିବାକୁ…

ନୂଆଦିଲ୍ଲୀ,୧୮।୫: ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର ସାମ୍ନାକୁ ଆସିଛି। ଏହି ଟ୍ରେନ୍‌ଟି ଗୁଜରାଟରେ ପ୍ରଥମଥର ପାଇଁ ଚାଲିବାକୁ ଯାଉଛି। ଏଥିରେ ଏକ କେଶର ରଙ୍ଗ(ଗେରୁଆ) ରହିବ।…

ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ପୂର୍ବତନ ତହସିଲଦାର: ୩ ବର୍ଷ ସଶ୍ରମ କାରାଦଣ୍ଡ ସହ…

ଗୁଣପୁର,୧୮।୫(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁରର ପୂର୍ବତନ ଅବସରପ୍ରାପ୍ତ ତହସିଲଦାର ଖୀରାବ୍ଦି ବେହେରା ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି l ତାଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ କୀର୍ତ୍ତିମାନ: IPL ଇତିହାସରେ କେହି ଏମିତି ରେକର୍ଡ ହାସଲ କରିପାରିନାହାନ୍ତି

ନୂଆଦିଲ୍ଲୀ,୧୮।୫: ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଛୋଟ IPL କ୍ୟାରିୟର ମଧ୍ୟରେ ଅନେକ ରେକର୍ଡ ସ୍ଥାପନ କରିସାରିଛନ୍ତି। ତାଙ୍କ କ୍ୟାରିୟରରେ ସୂର୍ଯ୍ୟବଂଶୀ ଚୌକା ଅପେକ୍ଷା ଅଧିକ ଛକା ମାରିଛନ୍ତି।…

ସଲମାନଙ୍କ ଫଟୋ ଦେଖି ୨ ପୂର୍ବତନ ପ୍ରେମିକା ଆଶ୍ଚର୍ଯ୍ୟ: କହିଲେ…

୬୦ ବର୍ଷ ବୟସରେ ବି ସଲମାନ ଖାନଙ୍କ ଜଲଓ୍ବା। ନିକଟରେ ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରି ସେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି। ତାଙ୍କ ଫଟୋକୁ ଯିଏ…

ପ୍ରେମାନନ୍ଦ ମହାରାଜଙ୍କ ବିଗିଡିଲା ସ୍ବାସ୍ଥ୍ୟାବସ୍ଥା: ଅନିର୍ଦ୍ଦିଷ୍ଟ କାଳ ପାଇଁ ପଦଯାତ୍ରା ସ୍ଥଗିତ, ଖେଳିଗଲା…

ଲକ୍ଷ୍ନୌ,୧୮।୫: ବୃନ୍ଦାବନର ପ୍ରସିଦ୍ଧ ସନ୍ଥ ପ୍ରେମାନନ୍ଦ ମହାରାଜଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହୋଇଯାଇଛି ପ୍ରେମାନନ୍ଦ ମହାରାଜଙ୍କ ଅସୁସ୍ଥତା ଯୋଗୁ ତାଙ୍କର ରାତ୍ରିକାଳୀନ ପଦଯାତ୍ରା (ପଦଯାତ୍ରା) ଅନିର୍ଦ୍ଦିଷ୍ଟ କାଳ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri