Posted inଜାତୀୟ

ଦେଓଘର ବିମାବନ୍ଦରର ଉଦଘାଟନ କରିବେ ମୋଦି

ନୂଆଦିଲ୍ଲୀ,୧୨ ।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଝାଡଖଣ୍ଡର ଦେଓଘରକୁ ହଜାର କୋଟି ବିକାଶ ପରିଯୋଜନାର ଉପହାର ଦେବାକୁ ଯାଉଛନ୍ତି । ପ୍ରଧାନମନ୍ତ୍ରୀ ଦେଓଘରରେ ୧୬,୮୦୦ କୋଟିରୁ ଊର୍ଦ୍ଧ୍ୱ ବିକାଶ ପରିଯୋଜନାର ଶୁଭାରମ୍ଭ କରିବେ । ଏହି ସମୟରେ ମୋଦି ଦେଓଘର ବିମାନବନ୍ଦରର ଉଦଘାଟନ କରିବେ । ଏହା ପୂର୍ବରୁ ୨୫ମେ ୨୦୧୮ରେ ମୋଦି ଏହି ବିମାନବନ୍ଦରର ଶିଳାନ୍ୟାସ କରିଥିଲେ ।
ସୂଚନାଯୋଗ୍ୟ, ଦେଓଘର ବିମାନ ବନ୍ଦର ଝାଡଖଣ୍ଡର ଦ୍ୱିତୀୟ ଅନ୍ତର୍ଜାତିୟ ବିମାନ ବନ୍ଦର । ଏହା ଝାଡଖଣ୍ଡର ରାଜଧାନୀ ରାଞ୍ଚି ପରେ ଦ୍ୱିତୀୟ ବିମାନ ବନ୍ଦର ହୋଇଛି । ଏକ ରିପୋର୍ଟ ଅନୁଯାୟୀ, ୨୦୧୪ ପୂର୍ବରୁ ଦେଶରେ କେବଳ ୭୪ଟି ବିମାନ ବନ୍ଦର ଥିବା ବେଳେ ଭାରତୀୟ ଜନତା ପାର୍ଟି(ଭାଜପା)ର ନରେନ୍ଦ୍ର ମୋଦି ସରକାର ଆସିବା ପରେ ଏବେ ଭାରତରେ ବିମାନବନ୍ଦର ସଂଖ୍ୟା ୧୦୪ରେ ପହଞ୍ଚିଲାଣି ।
ମୋଦି ଏକ ଟୁଇଟରେ କହିଛନ୍ତି, ମଙ୍ଗଳବାର ଝାଡଖଣ୍ଡ ଓ ବିହାର ଗସ୍ତକୁ ନେଇ ସେ ଖୁବ୍ ଉତ୍ସାହିତ ଅଛନ୍ତି । ମଙ୍ଗଳବାର ଦ୍ୱିପ୍ରହରରେ ସେ ଦେଓଘରରେ ପହଞ୍ଚିବେ । ଏହି ସମୟରେ ସେ ୧୬,୮୦୦ କୋଟି ଟଙ୍କାର ବିକାଶ କାର୍ଯ୍ୟର ଉଦ୍‌ଘାଟନ କରିବା ସହ ଶିଳାନ୍ୟାସ କରିବେ । ଏହି ସମୟରେ ସେ ଏମ୍ସ, ଦେବଘରରେ ଇନ-ପେସେଣ୍ଟ ଡିପାର୍ଟମେଣ୍ଟ(ଆଇପିଡି) ଓ ଅପରେଶନ ଥିଏଟର ସେବାକୁ ରାଷ୍ଟ୍ରକୁ ସମର୍ପିତ କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri