Posted inଜାତୀୟ

ରାମ ମନ୍ଦିର ପ୍ରାଣପ୍ରତିଷ୍ଠା କାର୍ଯ୍ୟକ୍ରମ ଦିନ ବ୍ରତ ରଖିବେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୩।୧: ଜାନୁଆରୀ ୨୨ରେ ଅଯୋଧ୍ୟାରେ ଅନୁଷ୍ଠିତ ହେବାକୁ ଥିବା ରାମ ମନ୍ଦିର ପ୍ରାଣପ୍ରତିଷ୍ଠା କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତି ଜୋରସୋରରେ ଚାଲିଛି। ଗୁପ୍ତ ଭୋଟ ମାଧ୍ୟମରେ ରାମ ମନ୍ଦିର ପାଇଁ ପ୍ରତିମାକୁ ମଧ୍ୟ ଚୟନ କରାଯାଇଛି। ଏହି ମହାନ କାର୍ଯ୍ୟକ୍ରମରେ ଭାଗ ନେବାକୁ ପ୍ରଧାନମନ୍ତ୍ରୀ ମଧ୍ୟ ଅଯୋଧ୍ୟା ଯିବେ ଏବଂ ସେ ଏହି ଦିନ ସେ ଉପବାସ ରଖିବେ। ଏହାପୂର୍ବରୁ ଜାନୁଆରୀ ୧୬ରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସଂକଳ୍ପିତ ହୋଇଥିବା ଅକ୍ଷତଙ୍କୁ ଅଯୋଧ୍ୟାରେ ପହଞ୍ଚାଯିବ। ଅକ୍ଷତ ପହଞ୍ଚିବା ପରେ ୭ଦିନର ରୀତିନୀତି ଆରମ୍ଭ ହେବ।

ଶାସ୍ତ୍ରୀୟ ନିୟମ ଏବଂ ପରମ୍ପରା ଅନୁଯାୟୀ, ଯଜମାନକୁୁ ଦିନସାରା ଉପବାସ କରିବାକୁ ପଡ଼ିବ ଏବଂ ସମସ୍ତ ଧାର୍ମିକ ରୀତିନୀତି ସଂପୂର୍ଣ୍ଣ କରିବାକୁ ପଡ଼ିବ । ଯେହେତୁ ପ୍ରାଣପ୍ରତିଷ୍ଠା କାର୍ଯ୍ୟକ୍ରମ ପ୍ରଧାନମନ୍ତ୍ରୀ ମୋଦି କରିବାକୁ ଯାଉଛନ୍ତି, ତେଣୁ ସେ ଦିନସାରା ଉପବାସ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

୪୦ ବର୍ଷ ଭିତରେ କେବେ ଘଟିନଥିଲା! ୨୦% କମିଲା ସୁନା ଦର, 22k କିଣିଲେ GST ଓ ମେକିଂ ଚାର୍ଜ ବାଦରେ ଦେବେ…

ନୂଆଦିଲ୍ଲୀ,୨୪।୩: ୪୦ ବର୍ଷ ମଧ୍ୟରେ ସୁନାର ମୂଲ୍ୟ ସବୁଠାରୁ ଅଧିକ ହ୍ରାସ ପାଇଛି। ବିଶ୍ୱ ବଜାରରେ, ସୁନାର ମୂଲ୍ୟ ହ୍ରାସ ପାଇଛି। ତଥାପି ଇରାନ ଯୁଦ୍ଧ ଆରମ୍ଭ…

ଯୁଦ୍ଧ ଭିତରେ ହରମୁଜରେ ଫସିଲା ୯୨ହଜାର ଟନ୍‌ LPG ଥିବା ଜାହାଜ, ଭାରତୀୟ ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୨୪।୩: ଭାରତୀୟ ନୌସେନା ଦୁଇଟି ଭାରତୀୟ ଏଲପିଜି ଜାହାଜକୁ ସୁରକ୍ଷିତ ଭାବରେ ଜଗ ବସନ୍ତ ଏବଂ ପାଇନ ଗ୍ୟାସ ହରମୁଜ ପ୍ରଣାଳୀ ଦେଇ ଗତି କରିଛି ଏବଂ…

ଆଇପିଏଲ୍‌ରୁ ଓହରିଲେ ଓପନିଂ ବ୍ୟାଟର ଡକେଟ

ନୂଆଦିଲ୍ଲୀ,୨୪ା୩: ଇଂଲଣ୍ଡର ଓପନିଂ ବ୍ୟାଟର ବେନ ଡକେଟ ଆଗାମୀ ଆଇପିଏଲ୍‌ରୁ ଓହରି ଯାଇଛନ୍ତି। ନିଜ କ୍ୟାରିୟର ଉପରେ ଧ୍ୟାନ ଦେବା ପାଇଁ ସେ ଏଭଳି ନିଷ୍ପତ୍ତି ନେଇଥିବା…

ଅଭିଭାବକ, ଶିକ୍ଷକ ମଧ୍ୟରେ ସମନ୍ବୟ ରହିଲେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ମାନେ ଯୋଗଦେଇ ଅଭିଭାବକ,…

ଯୋଡ଼ାରେ ବିଦେଶୀ ପକ୍ଷୀ

ଯୋଡା,୨୪ା୩(ମାନସ ମହାନ୍ତି)- କେନ୍ଦୁଝର ଜିଲା ଯୋଡ଼ା ସହରରେ ବିରଳ ଆଇବିସ ପକ୍ଷୀ ଦେଖିବାକୁ ମିଳିଛି। ଯୋଡ଼ା ଭଳି ଖଣି ଓ ଶିଳ୍ପ ଅଞ୍ଚଳରେ ଦେଖାଦେଇଥିବା ଏହି ବିଦେଶୀ…

ମୋଦିଙ୍କୁ ଫୋନ କଲେ ଟ୍ରମ୍ପ, ଯୁଦ୍ଧ ନେବ ଭୟଙ୍କର ମୋଡ!

ନୂଆଦିଲ୍ଲୀ,୨୪।୩: ଯୁଦ୍ଧ ଭିତରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମ୍ପର୍କରେ ଫୋନରେ କଥା ହୋଇଛନ୍ତି। ଉଭୟ ନେତା…

ଏପ୍ରିଲ ୨୭ରୁ ନୃସିଂହନାଥ ବୈଶାଖ ମେଳା

ପାଇକମାଳ,୨୪ା୩(ବଡ଼ ଶତପଥୀ): ଗନ୍ଧମାର୍ଦ୍ଦନ ପର୍ବତର ପାଦ ଦେଶରେ ଥିବା ପ୍ରସିଦ୍ଧ ଶ୍ରୀ ନୃସିଂହନାଥ ମନ୍ଦିର ମିଟିଂ ହଲରେ ଆସନ୍ତା ବୈଶାଖ ମେଳା ପାଳନ ନେଇ ଏକ ପ୍ରସ୍ତୁତି…

ଉପକୂଳରେ ସମରାଭ୍ୟାସ ‘ସାଗର କବଚ’ ଆରମ୍ଭ

ଛତ୍ରପୁର,୨୪ା୩(ଦିଲୀପ ସାମଲ): ସମୁଦ୍ର ପଥରେ ସମ୍ଭାବ୍ୟ ଆତଙ୍କବାଦୀ ଅନୁପ୍ରବେଶ ଏବଂ ସାମୁଦ୍ରିକ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ କରିବା ପାଇଁ ମଙ୍ଗଳବାରଠାରୁ ଗଞ୍ଜାମ ଉପକୂଳରେ ମିଳିତ ସମରାଭ୍ୟାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri