Posted inଜାତୀୟ

ପ୍ରଥମ କ୍ରୀଡା ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨ ।୧: କ୍ରାନ୍ତି ଓ କ୍ରୀଡା ନଗରୀ ନାମରେ ପରିଚିତ ମିରଠ ପାଇଁ ରବିବାର ଏକ ଐତିହାସିକ ଦିନ ହେବାକୁ ଯାଉଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ମିରଠରେ ଦେଶର ପ୍ରଥମ କ୍ରୀଡା ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ କରିବାକୁ ଯାଉଛନ୍ତି । ଏହାସହ ମୋଦି ଔଘଡ ନାଥ ମନ୍ଦିର ଓ ଶହୀଦ ସ୍ମାରକ ବି ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ସରଧାନା ତହସିଲର ସଲାୱାରେ ଗଙ୍ଗ ନଗରଠାରେ ୯୧.୩୮ ଏକର ପରିମିତ ଜମିରେ ୭୦୦ କୋଟି ଟଙ୍କା ବ୍ୟୟରେ ଏହି ବିଶ୍ୱବିଦ୍ୟାଳୟ ନିର୍ମାଣ କରାଯାଉଛି । ଏଥିରେ ୫୪୦ ପୁରୁଷ, ୫୪୦ ମହିଳା ସମେତ ୧୦୮୦ ଖେଳାଳିଙ୍କ ପ୍ରଶିକ୍ଷଣର ବ୍ୟବସ୍ଥା ରହିବ । ଏଥିରେ ଶୁଟିଂ, ସ୍କେ୍ୱøଶ, ଜିମନାଷ୍ଟିକ, ୱେଟଲିପ୍ଟିଂ, ତୀରଚାଳନା ସହିତ ଅନ୍ୟାନ୍ୟ ଖେଳ ସୁବିଧା ରହିବ । କ୍ରୀଡା ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ ପାଇଁ ପ୍ରଧାନମନ୍ତ୍ର ୩ ଘଣ୍ଟା ମିରଠରେ ରହିବାର କାର୍ଯ୍ୟକ୍ରମ ରହିଛି । ସେ ସକାଳ ୧୧ଟା ୩୦ରେ କ୍ୟାଣ୍ଟ ସ୍ଥିତ ସେନା ହେଲିପ୍ୟାଡରେ ପହଞ୍ଚିବେ । ଏହାପରେ ସଡ଼କ ମାର୍ଗରେ ଶହୀଦ ସ୍ମାରକ ପହଞ୍ଚିବେ । ଦିନ ୧ଟାରୁ ୨ଟା ୩୦ ପର୍ଯ୍ୟନ୍ତ କ୍ରୀଡା ବିଶ୍ୱବିଦ୍ୟାଳୟ ଶିଳାନ୍ୟାସ କାର୍ଯ୍ୟକ୍ରମରେ ଉପସ୍ଥିତ ରହିବେ ମୋଦି ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri