Posted inଜାତୀୟ

ଜୁଲାଇ ୭ରେ ନିଜ ସଂସଦୀୟ କ୍ଷେତ୍ରକୁ ଗସ୍ତ କରିବେ ମୋଦି

ବାରାଣସୀ,୪।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜୁଲାଇ ୭ ଅର୍ଥାତ୍‌ ଗୁରୁବାର ନିଜର ସଂସଦୀୟ ନିର୍ବାଚନମଣ୍ଡଳୀ ବାରାଣସୀକୁ ଗସ୍ତ କରିବେ। ଏହି ଗସ୍ତ ସମୟରେ ସେ ୧୮୦୦ କୋଟି ଟଙ୍କାର ଅଧିକ ମୂଲ୍ୟର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବେ। ଏହି ପ୍ରକଳ୍ପଗୁଡ଼ିକ ଭିତ୍ତିଭୂମିର ଉନ୍ନତି ଏବଂ ଜୀବନକୁ ସହଜ କରିବା ସହିତ ଜଡିତ ରହିଛି। ସେହିପରି ଅପରାହ୍ନ ୨ଟାରେ ବାରାଣସୀର ଏଲ୍‌ଟି କଲେଜରେ ପ୍ରଧାନମନ୍ତ୍ରୀ ‘ଅକ୍ଷୟ ପାତ୍ର ମଧ୍ୟାହ୍ନ ଭୋଜନ ରୋଷେଇଘର’ର ଉଦ୍‌ଘାଟନ କରିବେ। ଏଥିରେ ଏକ ଲକ୍ଷ ଛାତ୍ରଙ୍କ ପାଇଁ ମଧ୍ୟାହ୍ନ ଭୋଜନ ପ୍ରସ୍ତୁତ କରିବାର କ୍ଷମତା ରହିଛି। ଏନେଇ ସୋମବାର ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ(ପିଏମ୍‌ଓ) ଦ୍ୱାରା ଜାରି କରାଯାଇଥିବା ଏକ ବିବୃତ୍ତିରେ କୁହାଯାଇଛି। ଏଥିସହ ମୋଦି ଅପରାହ୍ନ ୨ଟା ୪୫ରେ ‘ଆନ୍ତର୍ଜାତୀୟ କୋଅପେରେଶନ ଆଣ୍ଡ କନ୍‌ଭେସନ୍‌ ସେଣ୍ଟର’-ରୁଦ୍ରାକ୍ଷର ପରିଦର୍ଶନ କରିବେ। ସେଠାରେ ସେ ଜାତୀୟ ଶିକ୍ଷା ନୀତିର କାର୍ଯ୍ୟକାରିତା ଉପରେ ‘ଅଖିଳ ଭାରତୀୟ ଶିକ୍ଷା ସାମାଗାମ’ର ଉଦ୍‌ଘାଟନ କରିବେ। ଏହାପରେ ଅପରାହ୍ନ ୪ ଟାରେ ପ୍ରଧାନମନ୍ତ୍ରୀ ସିଗ୍ରାସ୍ଥିତ ଡକ୍ଟର ସମ୍ପୂର୍ଣ୍ଣାନନ୍ଦ ସ୍ପୋର୍ଟସ ଷ୍ଟାଡିୟମ ପରିଦର୍ଶନ କରିବେ। ଯେଉଁଠାରେ ସେ ୧,୮୦୦ କୋଟିରୁ ଅଧିକ ମୂଲ୍ୟର ବହୁ ପ୍ରକଳ୍ପର ଉଦ୍‌ଘାଟନ କରିବେ ଏବଂ କେତେକଙ୍କ ଶିଳାନ୍ୟାସ କରିବେ ବୋଲି ବିବୃତ୍ତିରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri