Posted inଜାତୀୟ

ଶାହାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୨ ।୧୦: ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କର ଗୁରୁବାର ଅର୍ଥାତ୍ ଅକ୍ଟୋବର ୨୨ତାରିଖରେ ଜନ୍ମଦିନ । ଏହି ଅବସରରେ ଦେଶର ନେତା, ମନ୍ତ୍ରୀ ତଥା ସମସ୍ତ ମହଲରୁ ତାଙ୍କ ନିକଟକୁ ଶୁଭେଚ୍ଛା ବାର୍ତ୍ତା ଆସୁଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରି, ପିୟୁଷ ଗୋୟଲ ପ୍ରମୁଖ ଶାହାଙ୍କୁ ୫୬ ତମ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି । ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କ ଜନ୍ମଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ କରି ତାଙ୍କୁ ଶୁଭେଚ୍ଛା ଜଣାଇବା ବେଳେ ଲେଖିଛନ୍ତି, ଶାହା ଜୀ ଜନ୍ମଦିନର ଶୁଭେଚ୍ଛା । ଦେଶ ଆପଣଙ୍କ ସମର୍ପଣ ଓ ଉତ୍କର୍ଷତାକୁ ଦେଖୁଛି ଯାହାସହ ଆପଣ ଦେଶର ପ୍ରଗତି ପାଇଁ କାମ କରୁଛନ୍ତି । ଭାରତୀୟ ଜନତା ପାର୍ଟି(ଭାଜପା)କୁ ମଜଭୁତ କରି ଗଢି ତୋଳିବାରେ ଆପଣଙ୍କ ଅବଦାନ ବି ଉଲ୍ଲେଖନୀୟ । ଈଶ୍ୱର ଆପଣଙ୍କୁ ଦୀର୍ଘ ସମୟ ପର୍ଯ୍ୟନ୍ତ ଦେଶସେବା କରିବାକୁ ଓ ସୁସ୍ଥ ରହିବାକୁ ଆଶୀର୍ବାଦ ଦିଅନ୍ତୁ ।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri