Posted inଜାତୀୟ

ଦେଶ ପାଇଁ ନୁହେଁ ବରଂ ବନ୍ଧୁମାନଙ୍କ ପାଇଁ କାର୍ଯ୍ୟ କରୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି: ସୋନିଆ

ରାୟପୁର,୨୫।୨: ଛତିଶଗଡ଼ର ନୟା ରାୟପୁରରେ ଚାଲିଥିବା କଂଗ୍ରେସର ୮୫ତମ ପୂର୍ଣ୍ଣ ଅଧିବେଶନରେ ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି ସୋନିଆ ଗାନ୍ଧୀ। କେନ୍ଦ୍ର ସରକାର ଏବଂ ଆର୍‌ଏସ୍‌ଏସ୍‌ ସମସ୍ତ ସ୍ବୟଂଶାସିତ ଏଜେନ୍ସିଗୁଡ଼ିକୁ କବ୍ଜା କରିନେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶ ପାଇଁ ନୁହେଁ ବରଂ ତାଙ୍କ ବନ୍ଧୁମାନଙ୍କ ପାଇଁ କ୍ଷମତା ଚଳାଉଛନ୍ତି ବୋଲି ସମ୍ମିଳନୀର ଦ୍ୱିତୀୟ ଦିନରେ କଂଗ୍ରେସ ନେତା ସୋନିଆ କହିଛନ୍ତି।

ଅଧିବେଶନକୁ ସମ୍ବୋଧିତ କରି ସୋନିଆ କହିଛନ୍ତି, ଆମକୁ ଭାଜପା ଶାସନକୁ ଦୃଢ଼ ଭାବେ ମୁକାବିଲା କରିବାକୁ ହେବ। ଲୋକଙ୍କ ନିକଟରେ ଆମକୁ ପହଞ୍ଚିବାକୁ ପଡ଼ିବ। ଫଳରେ ଆମର ବାର୍ତ୍ତା ସ୍ପଷ୍ଟ ଭାବେ ଜଣାପଡ଼ିବ। ଭାଜପା କିନ୍ତୁ ନିଆଁରେ ଘିଅ ଢ଼ାଳିବା କାମ କରୁଛି। ସଂଖ୍ୟାଲଘୁ, ମହିଳା, ଦଳିତ, ଆଦିବାସୀଙ୍କୁ ଟାର୍ଗେଟ କରୁଛି। ଭାଜପା ପ୍ରତ୍ୟେକ ଅନୁଷ୍ଠାନକୁ କବ୍ଜା କରି ନେଇଥିବାରୁ ଏହା ଦଳ ତଥା ଦେଶ ପାଇଁ ଆହ୍ବାନପୂର୍ଣ୍ଣ ସମୟ ବୋଲି ସୋନିଆ କହିଛନ୍ତି।

ତେବେ କଂଗ୍ରେସର ପ୍ରଶଂସା କରି ସୋନିଆ କହିଛନ୍ତି, ଏହା ଏକ ରାଜନୈତିକ ଦଳ ନୁହେଁ। ବରଂ ଏହା ଏକ ମାଧ୍ୟମ ଯାହାଦ୍ୱାରା ଲୋକେ ସମାନତା, ସ୍ବାଧୀନତା, ନ୍ୟାୟ ପାଇଁ ଲଢ଼ନ୍ତି। ଆମେ ଲୋକଙ୍କ ସ୍ବରକୁ ଆଗକୁ ନେଇ ସେମାନଙ୍କ ସ୍ବପ୍ନକୁ ପୂରଣ କରୁ। ଦଳର ରାସ୍ତା ସହଜ ନୁହେଁ। ହେଲେ ଆମେ ନିଶ୍ଚିତ ଭାବେ ଜିତିବୁ। ଗଣତନ୍ତ୍ରକୁ ମଜଭୂତ କରିବା ଲାଗି କଂଗ୍ରେସ ସର୍ବଦା କାର୍ଯ୍ୟ କରିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

LPG କନେକ୍ସନ ଛାଡିଲେଣି ୬ ହଜାର ଲୋକ, ଏହି ଦିଗ ପ୍ରତି ବଢୁଛି ଆଗ୍ରହ, ଗ୍ୟାସ ସଙ୍କଟ ମଧ୍ୟରେ ସରକାର ଦେଲେ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୩: ସାରା ଦେଶରେ, ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG)ର 6,000 ଉପଭୋକ୍ତା ସ୍ବେଚ୍ଛାକୃତ ଭାବରେ ସେମାନଙ୍କର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ସଂଯୋଗ ଛାଡି ଦେଇଛନ୍ତି।…

କେନ୍ଦୁଝର ବିଜେଡିକୁ ଶକ୍ତ ଝଟକା, ୯ କାଉନସିଲରଙ୍କ ସାମୂହିକ ଇସ୍ତଫା

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି କେନ୍ଦୁଝରଗଡ ପୌର ଉପାଧ୍ୟକ୍ଷ ବରଦା ପ୍ରସନ୍ନଙ୍କଙ୍କ ସହ ୯ ଜଣ ବିଜେଡି କାଉନସିଲର ସମୂହ ଇସ୍ତଫା ଘଟଣା ଚର୍ଚ୍ଚାର ବିଷୟ ହୋଇଛି…

ବିଶ୍ୱର ଏହି ଦେଶ ପାଖରେ ରହିଛି ସବୁଠୁ ଘାତକ ବାୟୁସେନା, ଜାଣନ୍ତୁ କେଉଁ ସ୍ଥାନରେ ରହିଛି ଭାରତ…

ବିଶ୍ୱରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଯେପରିକି ୟୁକ୍ରେନ ସଙ୍କଟ ଏବଂ ମଧ୍ୟପ୍ରାଚ୍ୟର ପରିସ୍ଥିତି, ସାମରିକ ଖର୍ଚ୍ଚ ରେକର୍ଡ ସ୍ତରରେ ପହଞ୍ଚିବାରେ ଲାଗିଛି। ଷ୍ଟକହୋମ୍‌ ଇଣ୍ଟରନ୍ୟାଶନାଲ ପିସ୍‌ ରିସର୍ଚ୍ଚ…

ଲାଞ୍ଜିଗଡରେ ଅନନ୍ୟ ପରମ୍ପରା; ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ, ଭକ୍ତଙ୍କ ପିଠିରେ ଚଢ଼ି ଫେରିଲେ ମା’

ଲାଞ୍ଜିଗଡ,୨୯।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡର ମା’ ଠାକରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ରବିବାର ମହା ସମାରୋହରେ ସମ୍ପନ୍ନ ହେଇଯାଇଛି । ଲାଞ୍ଜିଗଡ ଇଷ୍ଟଦେବୀ…

ସକାଳୁ ସକାଳୁ ଜଳଖିଆ ହୋଟେଲ କ୍ୟାବିନତଳୁ ଉଦ୍ଧାର ହେଲା ୨ କିଙ୍ଗ କୋବ୍ରା, ଲୋକେ ଦେଖି….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁର ନିଳାଞ୍ଚଳ ସାହୁଙ୍କ ଜଳଖିଆ ହୋଟେଲର କ୍ୟାବିନତଳୁ କିଙ୍ଗ କୋବ୍ରା ଉଦ୍ଧାର ହୋଇଛି…

ହୋଇପାରେ ଭୟଙ୍କର ଯୁଦ୍ଧ! ଇରାନ ବିରୁଦ୍ଧରେ ଯୁଦ୍ଧ କରିବାକୁ ପ୍ରସ୍ତୁତ ହେଉଛି ଆମେରିକା

ନୂଆଦିଲ୍ଲୀ,୨୯।୩:  ଇରାନ ସହିତ ମାସେ ଧରି ଚାଲିଥିବା ସଂଘର୍ଷର କୌଣସି ଠୋସ୍ ଫଳାଫଳ ମିଳି ନଥିବା ଲକ୍ଷ୍ୟ କରି, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ନୂତନ ପ୍ରସ୍ତୁତି…

ଦୋକାନ-ରାଜପଥ ବନ୍ଦ, ବିବାହ ଉପରେ ପ୍ରତିବନ୍ଧକ… ଲାଗିଲା ‘ସ୍ମାର୍ଟ ଲକଡାଉନ’, କେମିତି ହେବ ଲାଗୁ ଜାଣନ୍ତୁ

ଇସଲାମାବାଦ,୨୯।୩: ଇରାନ ସହିତ ସଂଘର୍ଷ ପରେ, ଏକ ବିଶ୍ୱ ତୈଳ ସଙ୍କଟ ଦେଖାଦେଇଛି। ଏହି ତୈଳ ସଙ୍କଟ ଯୋଗୁ, ପାକିସ୍ତାନର ଆର୍ଥିକ ସ୍ଥିତି ବହୁତ ଖରାପ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri