Posted inଜାତୀୟ

ବିଶ୍ୱର ପ୍ରଶଂସନୀୟ ବ୍ୟକ୍ତିଙ୍କ ତାଲିକାରେ ମୋଦି

ନୂଆଦିଲ୍ଲୀ,୧୫।୧୨: ବିଶ୍ୱର ଶ୍ରେଷ୍ଠ ୨୦ ପ୍ରଶଂସନୀୟ ବ୍ୟକ୍ତିଙ୍କ ତାଲିକାରେ ୮ମ ସ୍ଥାନରେ ରହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ୟୁଗଭ ନାମକ କମ୍ପାନୀ ପକ୍ଷରୁ ୩୮ ଦେଶର ୪୨ ହଜାର ଉତରଦାତାଙ୍କ ପତିକ୍ରିୟାକୁ ନେଇ କରାଯାଇଥିବା ସର୍ଭେ ରିପୋର୍ଟରେ ଏହା କୁହାଯାଇଛି। ପ୍ରଧାନମନ୍ତ୍ରୀ ମୋଦି ଏହି ତାଲିକାରେ ଶାହରୁଖ ଖାନ, ଅମିତାଭ ବଚ୍ଚନ ଓ ବିରାଟ କୋହଲିଙ୍କ ଠାରୁ ଆଗରେ ରହିଛନ୍ତି।

ତାଲିକାରେ ଶୀର୍ଷରେ ରହିଛନ୍ତି ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା। ତାଙ୍କ ପଛକୁ ଯଥାକ୍ରମେ ବିଲ ଗେଟ୍ସ, ସି ଜିନପିଙ୍ଗ, କ୍ରିଷ୍ଟିଆନୋ ରୋନାଲ୍ଡୋ, ଜ୍ୟାକି ଚାନ, ଏଲୋନ ମସ୍କ, ଲିଓନେଲ ମେସି, ନରେନ୍ଦ୍ର ମୋଦି, ଭ୍ଲାଦମିର ପୁଟିନ ଓ ଜ୍ୟାକ ମା ରହିଛନ୍ତି। ତାଲିକାର ୧୨ତମ ସ୍ଥାନରେ ସଚିନ ତେନ୍ଦୁଲକର, ୧୪ରେ ଶାହରୁଖ ଖାନ, ୧୫ରେ ବିଗ୍‌ ବି ଏବଂ ୧୮ତମ ସ୍ଥାନରେ କୋହଲି ରହିଛନ୍ତି।

ସର୍ଭରେ ଅଂଶଗ୍ରହଣ କରିଥିବା ଉତ୍ତରାଦାତାଙ୍କୁ ପଚରା ଯାଇଥିବା ମୁଖ୍ୟତଃ ଗୋଟିଏ ପ୍ରଶ୍ନ କରାଯାଇଥିଲା। ବିଶ୍ୱରେ ଜୀବିତ ଥିବା ବ୍ୟକ୍ତି (ପୁରୁଷ ଓ ମହିଳା)ଙ୍କ ମଧ୍ୟରେ କାହାକୁ ସବୁଠୁ ଅଧିକ ପ୍ରଶଂସନୀୟ ବ୍ୟକ୍ତି ମାନନ୍ତି? ସେମାନଙ୍କ ଉତ୍ତରକୁ ଆଧାର କରି ବିଶ୍ୱର ସବୁଠୁ ୨୦ ପ୍ରଶଂସନିୟ ପୁରୁଷ ଓ ମହିଳାଙ୍କ ତାଲିକା ପ୍ରସ୍ତୁତ କରାଯାଇଥିବା କମ୍ପାନୀ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡ଼ି ଉପରେ ଏୟାର ଷ୍ଟ୍ରାଇକ୍‌, ଲେବାନନ୍‌ ସେନା ଅଫିସରଙ୍କ ସମେତ ଚାଲିଗଲା ୯ ଜୀବନ

ବେରୁଟ୍‌ ,୬ା୬: ଇସ୍ରାଏଲ ଏବଂ ଲେବାନନ୍‌ ମଧ୍ୟରେ ନୂଆ ଅସ୍ତ୍ରବିରତି ଚୁକ୍ତିନାମା ସତ୍ତ୍ୱେ ଇସ୍ରାଏଲୀ ସେନା ଆକ୍ରମଣ ଜାରି ରଖିଛି। ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ରେ…

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଭାରତ ୩୬୮/୩

ନୂଆ ଚଣ୍ଡିଗଡ଼,୬ା୬ ଭାରତ-ଆଫଗାନିସ୍ତାନ ମଧ୍ୟରେ ଏକମାତ୍ର ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ମ୍ୟାଚ୍‌ର ପ୍ରଥମ ଦିନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ବ୍ୟାଟରଙ୍କ ନିୟନ୍ତ୍ରଣରେ ରହିଛି। ଅଧିନାୟକ…

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ଏମ୍‌ଭି-୯୭କୁ ହରାଇ ବେଣ୍ଡାଗୁଡ଼ା ବିଜୟୀ

କୋରୁକୋଣ୍ଡା,୬ା୬(ଅଶୋକ କୁମାର ପରିଡ଼ା): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ତୁମୁସାପାଲ୍ଲୀ ପଞ୍ଚାୟତ ଏମ୍‌ଭି-୨୨ ଗ୍ରାମ ପଡ଼ିଆରେ ଜୟ ମା’ କାଳୀ କ୍ରିକେଟ ଟୁର୍ନାମେଣ୍ଟ ଶନିବାର ଶୁଭାରମ୍ଭ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri